ନାବାଳିକାଙ୍କ ଦେହରେ ଦୁର୍ବୃତ୍ତ ନିଆଁ ଲଗାଇବା ଘଟଣା: ପହଞ୍ଚିଲେ ପୁରୀ ଏସ୍‌ପି, କହିଲେ ସ୍ପେଶାଲ ଟିମ୍‌ ଗଠନ କରାଯାଇ…

ପିପିଲି,୧୯ା୭: ପୁରୀ ଜିଲା ପିପିଲି ବଳଙ୍ଗାରେ ଜଣେ ନାବାଳିକା ଦେହରେ ନିଆଁ ଲଗାଇଦେବା ଘଟଣାରେ ପୁରୀ ଏସ୍‌ପି ପିନାକ ମିଶ୍ର ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଘଟଣାସ୍ଥଳ ଦେଖିବା ପରେ ଏସ୍‌ପି ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ, ଏନେଇ ଏକ ସ୍ପେଶାଲ ଟିମ୍‌ ଗଠନ କରାଯାଇ ତଦନ୍ତ କରାଯାଉଛି। ଘଟଣାଟି ଅତ୍ୟନ୍ତ ସମ୍ବେଦନଶୀ, ସ୍ପର୍ଶକାତର। ତେଣୁ ଏହାକୁ ଗୁରୁତର ସହ ନେଇ ତଦନ୍ତ ଆରମ୍ଭ କରିଛୁ।

ଉକ୍ତ ଘଟଣାରେ କାହାରିକୁ ଅଟକ କରାଯାଇନି, କେବଳ ପଚରାଉଚରା ଜାରି ରହିଛି। ଫୋରେନସିକ୍‌ ଟିମ୍‌ ମଧ୍ୟ ଯାଞ୍ଚ ଆରମ୍ଭ କରି ସାରିଛି। ଦହନଶୀଳ ସାମଗ୍ରୀ ବ୍ୟବହାର ହୋଇଛି, ମାତ୍ର ତାହା କ’ଣ ସ୍ପଷ୍ଟ ହୋଇନି। ଏଥିରେ କେତେଜଣ ସମ୍ପୃକ୍ତ, ପୀଡ଼ିତା ସେଠାକୁ କିପରି ଆସିଲେ ତଦନ୍ତ ଚାଲିଛି। ପୀଡ଼ିତା ଚିକିତ୍ସାଧୀନ ଥିବାରୁ ପଚରାଉଚରା ହୋଇପାରିନି। ପ୍ରମାଣ ମିଳିଲେ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପିନାକ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri