ନାବାଳିକାଙ୍କ ଦେହରେ ନିଆଁ ଲଗାଇବା ଘଟଣା: ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ସରକାର…

ଭୁବନେଶ୍ୱର,୧୯ା୭: ପୁରୀ ଜିଲା ବଳଙ୍ଗା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କ ଦେହରେ ନିଆଁ ଲଗାଇଦେବା ଘଟଣାରେ କ୍ଷୋଭ ପ୍ରକାଶ କରିବା ସହ ଏକ ବଡ଼ ବୟାନ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ସେ କହିଛନ୍ତି, ଏହି ଖବର ଶୁଣି ମୁଁ ବ୍ୟଥିତ ଓ ମର୍ମାହତ, ଝିଅଟିକୁ AIIMS ସ୍ଥାନାନ୍ତର କରାଯାଇଛି। ତା’ ଚିକିତ୍ସାର ସମସ୍ତ ଖର୍ଚ୍ଚ ସରକାର ବହନ କରିବେ। ଏଥିସହିତ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଦୋଷୀଙ୍କୁ ତୁରନ୍ତ ଗିରଫ କରିବାକୁ ଉପମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Share