ଦୋକାନରୁ ଜିନିଷ କିଣି ଘରକୁ ଫେରିବାବେଳେ ନାବାଳିକାଙ୍କୁ ଯୌନ ଅସଦାରଣ, ଅଭିଯୁକ୍ତଙ୍କୁ ୪ ବର୍ଷ ଜେଲ

ସମ୍ବଲପୁର/ଜମନକିରା,୨୧ା୬ (ପ୍ରମୋଦ ବହିଦାର/ରବିନ୍ଦ୍ର ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅନ୍ତର୍ଗତ ମାଧଡିହୀ ଗ୍ରାମରେ ନାବାଳିକାଙ୍କୁ ଯୌନ ଅସଦାଚରଣ ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ସମ୍ବଲପୁର ଅତିରିକ୍ତ ଜିଲା ଜଜ୍‌ ତଥା ପୋକ୍‌ସୋ ଅଦାଲତ ସ୍ବତନ୍ତ୍ର ବିଚାରପତି ଅଭିଳାଷ ସେନାପତି ୧୫ଜଣ ସାକ୍ଷ୍ୟଙ୍କ ବୟାନ ଓ ଅନ୍ୟାନ୍ୟ ତଥ୍ୟ ପ୍ରମାଣ ଅନୁଧ୍ୟାନ ପୂର୍ବକ ଏହି ମାମଲାର ବିଚାର କରି ଅଭିଯୁକ୍ତ ମାଧଡିହୀ ଗ୍ରାମର ପ୍ରଶାନ୍ତ ପ୍ରଧାନ ଓରଫ କେଏଁଟୁ(୨୨)ଙ୍କୁ ଦଫା ୪୫୨ ଓ ୮ ପୋକ୍‌ସୋ ଆଇନ୍‌ରେ ୪ବର୍ଷ ସଶ୍ରମ କାରାଦଣ୍ଡ ଓ ୫୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅର୍ଥ ଅନାଦେୟ ଅଭିଯୁକ୍ତଙ୍କୁ ଅଧିକ ୬ ମାସ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେହିପରି ଦଫା ୩୨୩ରେ ୧ ବର୍ଷ ସଶ୍ରମ କାରାଦଣ୍ଡ ଓ ୧ ହଜାର ଟଙ୍କା ଜରିମାନା ତଥା ଜରିମାନା ଅର୍ଥ ଅନାଦେୟ ଅଭିଯୁକ୍ତଙ୍କୁ ୧ ମାସ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ବିଚାରିପତି। ତେବେ ସମସ୍ତ ଦଣ୍ଡବିଧାନକୁ ଅଭିଯୁକ୍ତ ସମାନ୍ତରାଳ ଭାବେ ଏକ ସଙ୍ଗେ ଭୋଗିବାକୁ ବିଚାରପତି ତାଙ୍କ ରାୟରେ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ ଯେ, ମାଧଡିହୀ ଗ୍ରାମରେ ପରିବାର ସହିତ ରହୁଥିବା ପୀଡ଼ିତା ୧୫ ବର୍ଷ ବୟସ୍କା ନାବାଳିକା ଗତ ୨୦୨୩ ସେପ୍ଟେମ୍ବର ୧୭ ତାରିଖ ଅପରାହ୍ନରେ ନିକଟସ୍ଥ ଦୋକାନରୁ ଜିନିଷ କିଣି ଘରକୁ ଫେରୁଥିଲେ। ଏହି ସମୟରେ ସେହି ଗ୍ରାମର ଅଭିଯୁକ୍ତ ପ୍ରଶାନ୍ତ ପ୍ରଧାନ ରାସ୍ତାରେ ନାବାଳିକାକୁ ଏକାକୀ ଦେଖି ପ୍ରଥମେ ତାଙ୍କୁ ଅସଦାଚରଣ କରି ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରିଥିଲେ। ଏହାବାଦ ତାଙ୍କୁ ଘରକୁ ନେଇ ଯୌନ ଅସଦାରଣ କରିଥିଲେ। ମାତ୍ର ଏହି ସମୟରେ ପୀଡ଼ିତାଙ୍କ ମାତା ଘରେ ପହଞ୍ଚତ୍ ଯିବାରୁ ତାଙ୍କୁ ଦେଖି ଅଭିଯୁକ୍ତ ସେଠାରୁ ଫେରାର ହୋଇଯାଇଥିଲେ। ମାତାଙ୍କୁ ଦେଖି ପୀଡ଼ିତା ସମସ୍ତ କଥା କହିଥିଲେ। ଏପରିକି ଏହା ପୂର୍ବରୁ ମଧ୍ୟ ଅଭିଯୁକ୍ତ ତାଙ୍କୁ ଦୁଇଥର ଏଭଳି ଅସଦାଚରଣ କରିଥିଲେ ବୋଲି ପୀଡ଼ିତା ତାଙ୍କ ମାତାଙ୍କୁ କହିଥିଲେ। ଝିଅଠାରୁ ସମସ୍ତ ବିଷୟ ଶୁଣିଲା ପରେ ପୀଡ଼ିତାଙ୍କୁ ସାଙ୍ଗରେ ଧରି ତାଙ୍କ ମାତା ଜମନକେରା ଥାନାକୁ ଯାଇ ଏନେଇ ଏତଲା ଦେଇଥିଲେ। ତାଙ୍କ ଏତଲା ଓ ପୀଡ଼ିତାଙ୍କ ବୟାନ ଆଧାରରେ ଜମନକେରା ଥାନାରେ କେସ୍‌ ନମ୍ବର ୧୨୦/୨୩ରେ ଦଫା ୩୪୧, ୨୯୪, ୪୫୨, ୩୨୩, ୩୫୪, ୩୫୪(ଏ), ୩୫୪(ବି) ଏବଂ ୮ ପୋକ୍‌ସୋ ଆଇନ୍‌ର ଏକ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଥିଲା। ତଦନ୍ତବେଳେ ପୋଲିସ ଅଭିଯୁକ୍ତ ପ୍ରଶାନ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପୋଲିସ ଚାର୍ଜସିଟ୍‌ ଦାଖଲ ପରେ କୋର୍ଟରେ ଏହି ମାମଲାର ଶୁଣାଣି ଆରମ୍ଭ ହୋଇଥିଲା। ହେଲେ ଅଭିଯୁକ୍ତ ଜାମିନ୍‌ରେ ରହିଥିଲେ। ଶୁକ୍ରବାର ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯିବା ପରେ ବିଚାରପତି ସେନାପତି ମାମଲାର ରାୟ ପ୍ରକାଶ କରି ଉକ୍ତ ଦଣ୍ଡବିଧାନ କରିଥିଲେ। ଏହାବାଦ ବିଚାରପତିଙ୍କ ନିର୍ଦ୍ଦେଶକ୍ରମେ ଅଭିଯୁକ୍ତଙ୍କୁ ସମ୍ବଲପୁର ମଣ୍ଡଳ ଜେଲ୍‌କୁ ପଠାଇ ଦିଆଯାଇଛି। ଅଦାଲତରେ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ସରାକରୀ ଓକିଲ ସନ୍ତୋଷ କୁମାର ପଣ୍ଡା ଏହି ମାମଲାକୁ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

କଳାହାଣ୍ଡି ଓକିଲ ସଂଘ ନିର୍ବାଚନ: ସନ୍ତୋଷ ପଣ୍ଡା ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ଭବାନୀପାଟଣା,୨୮।୩ (ଉତ୍ତମ କୁମାର ଦାଶ)- କଳାହାଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଭବାନୀପାଟଣା ରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଭାବରେ ସନ୍ତୋଷ କୁମାର ପଣ୍ଡା, ସମ୍ପାଦକ…

କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ: ପ୍ରଭାତ ସଭାପତି ଓ ନିତ୍ୟାନନ୍ଦ ଉପ ସଭାପତି ନିର୍ବାଚିତ:

କୋରାପୁଟ ୨୮।୩,(ଅମିତାଭ ବେହେରା ): କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ ଶେଷ ହୋଇଛି । ଲଗାତାର ଚତୁର୍ଥ ଥର ପାଇଁ କୋରାପୁଟ ବାର୍ ଆସୋସିଏଶନର ସଭାପତି ଭାବେ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନ: ରାମକୃଷ୍ଣ ନାୟକ ସଭାପତି, ଶିବ ପ୍ରସାଦ…

ପାରଳାଖେମୁଣ୍ଡି, ୨୮। ୩ (ଗିରିଧାରୀ ପରିଚ୍ଛା):- ଗଜପତି ଜିଲା ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନରେ ରାମକୃଷ୍ଣ ନାୟକ ସଭାପତି, ଉପସଭାପତି ଭାବେ ଶିବ ପ୍ରସାଦ ପାଣିଗ୍ରାହୀ ଏବଂ…

ସରିଲା ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ: ବରିଷ୍ଠ ଆଇନଜୀବୀ ବ୍ରଜସୁନ୍ଦର ସଭାପତି, ସମ୍ପାଦକ ହେଲେ…

ରାୟଗଡ଼ା,୨୮।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ ହୋଇଛି । ଏଥିରେ ବରିଷ୍ଠ ଆଇନଜୀବୀ ବ୍ରଜ ସୁନ୍ଦର ନାୟକ ୧୦୬ଖଣ୍ଡ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri