ନାବାଳିକା ଛାତ୍ରୀଙ୍କୁ ଘରୁ ଟେକିନେଲେ, ଆଉ ଏବେ…

ଦିଗପହଣ୍ଡି,୨୦।୫(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷରେ ପଢୁଥିବା ଜଣେ ଛାତ୍ରୀଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ବାପା ଏ ନେଇ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର ମାମଲା ନଂ.୧୮୧/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ଘଟଣାର ତଦନ୍ତ ନିମନ୍ତେ ଏସ.ଆଇ ଦୁଷ୍ମନ୍ତ କୁମାର ପ୍ରଧାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଶୁକ୍ରବାର ସକାଳେ ଛାତ୍ରୀଙ୍କ ମା’ବାପା ଚାଷଜମିକୁ କାମ କରିବା ପାଇଁ ଯାଇଥିଲେ। ସନ୍ଧ୍ୟାରେ ଘରକୁ ଫେରିବାପରେ ଝିଅ ଘରେ ନ ଥିବା ଜାଣିଥିଲେ। ସମ୍ପର୍କୀୟ ଲୋକଙ୍କ ସହାୟତାରେ ଝିଅଙ୍କୁ ଖୋଜାଖୋଜି କରିବା ପରେ ମଧ୍ୟ ତାଙ୍କ ସନ୍ଧାନ ମିଳି ନ ଥିଲା। ନିକଟସ୍ଥ ଏକ ଗାଁର ୩ ଜଣ ଯୁବକ ବାଇକ୍‌ରେ ଆସି ତାଙ୍କ ଝିଅଙ୍କୁ ଅପହରଣ କରି ନେଇଥିବା ସେ ଜାଣିବା ପରେ ଥାନାରେ ଏତଲା ଦେଇଥିବା କହିଛନ୍ତି। ତଦନ୍ତକାରୀ ଅଧିକାରୀ ବିଭିନ୍ନ ସନ୍ଦିଗ୍ଧ ଅଞ୍ଚଳରେ ଚଢାଉ କରିଥିଲେ ମଧ୍ୟ ଛାତ୍ରୀ କିମ୍ବା ଅଭିଯୁକ୍ତଙ୍କ ସନ୍ଧାନ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ICC ଟି-୨୦ ରାଙ୍କିଙ୍ଗ୍‌ରେ ବୈଭବ ଚିତ୍‌ପଟାଙ୍ଗ, ଉପରକୁ ଉଠିଲେ ଏହି ଖେଳାଳି: ନାଁ ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୦।୯: ଦୁଲୀପ ଟ୍ରଫି ଫାଇନାଲ ଖେଳୁଥିବା ଭାରତର ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ଏହାପରେ ତୁରନ୍ତ ଦିଲ୍ଲୀରେ ଭାରତୀୟ ଦଳ ସହ ଯୋଗ ଦେବେ। ଦିଲ୍ଲୀର ଅରୁଣ…

ମାର୍ବଲ୍ ମନ୍ଦିରର ଉତ୍ଥାନ

ର୍ୱଲ ମନ୍ଦିରଗୁଡ଼ିକୁ ଦେଖିଲେ ପ୍ରଥମେ ଏହା ଚାରିପାଖର ପରିବେଶ ନଜରକୁ ଆସେ। ଭିକ୍ଟୋରିଆନ୍‌ ଶୈଳୀର ଲନ୍‌, ମୋଗଲ ଆମୋଦପ୍ରମୋଦ ବଗିଚାର ଭ୍ରମ ସୃଷ୍ଟି କରୁଥିବା ଝରଣା ଏବଂ…

ରାଜଯୋଗ ସହ ବଡ଼ ଗ୍ରହଙ୍କ ସଂଯୋଗ: ଆଜିଠୁ ମେଷ ସମେତ ୫ ରାଶିଙ୍କ ଉପରେ ବର୍ଷିବ ଧନ, ମିଳିବ ବଡ଼ ସଫଳତା

ଭୁବନେଶ୍ୱର: ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ୧୦ ତାରିଖ ଅନେକ ଶୁଭ ଯୋଗ-ସଂଯୋଗ ନେଇ ଆସୁଛି। ଭାଦ୍ରବ ମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ତିଥି ଓ ଗୁରୁବାରର ଏହି…

ଏଆଇ ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱବ୍ୟାପୀ ମହାବିପତ୍ତି ସୃଷ୍ଟି ହୋଇପାରେ

ନୂଆଦିଲ୍ଲୀ, ୧୦ା୯ (ପି.ଟି.): କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରର ପ୍ରମୁଖ ଗବେଷଣା ସଂସ୍ଥା ‘ଆନ୍ଥ୍ରୋପିକ୍‌’ର ଗବେଷକ ଜାକବ କୋକ୍ସନ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ‘ଓପନ୍‌ଏଆଇ’…

ଆଜି ଲଘୁଚାପ, ପ୍ରବଳ ବର୍ଷିବ: ଏହି ସବୁ ଜିଲାକୁ…

ଭୁବନେଶ୍ୱର, ୧୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି।…

ଗତ ୫ ରାଜ୍ୟ ନିର୍ବାଚନରେ ଭାଜପାକୁ ମିଳିଛି ଏତେ କୋଟି: ସଂଖ୍ୟା ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୦ା୯: ଗତ ୫ଟି ରାଜ୍ୟ ବିଧାନସଭା ନିର୍ବାଚନ ବେଳେ ଭାଜପାର କେନ୍ଦ୍ରୀୟ ମୁଖ୍ୟାଳୟ ପାଖାପାଖି ୧,୪୭୩ କୋଟି ଟଙ୍କା ଚାନ୍ଦା ପାଇଛି, ଯାହାକି କଂଗ୍ରେସର କେନ୍ଦ୍ରୀୟ ଏବଂ…

ଓରାଙ୍ଗ୍‌ଉଟାନ ଚୋରାଚାଲାଣ: ଡବ୍ଲ୍ୟୁସିସିବି, ଏସ୍‌ଟିଏଫ୍‌ର ତଦନ୍ତ

ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ବିଚିତ୍ରପୁର ନିକଟ ରଣକଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ହେବାପରେ ଏହା ପଛରେ ଅନ୍ତର୍ଜାତୀୟ ବନ୍ୟପ୍ରାଣୀ ଚାଲାଣକାରୀ ଗ୍ୟାଙ୍ଗ୍‌…

ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…

ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri