ନିର୍ଯାତିତା ନାବାଳିକା ଆତ୍ମହତ୍ୟା ମାମଲା : ଜଙ୍ଗଲରୁ ଅଭିଯୁକ୍ତ ଗିରଫ

ଢେଙ୍କାନାଳ ଅଫିସ,୩୧।୭-ଢେଙ୍କାନାଳ ସଦର ଥାନା ଭାପୁର ଫାଣ୍ଡି ଅଞ୍ଚଳର ଜଣେ ନାବାଳିକା ଶାରୀରିକ ଏବଂ ମାନସିକ ନିର୍ଯାତନାରେ ଅତିଷ୍ଠ ହୋଇ ବିଷପିଇ ଆତ୍ମହତ୍ୟା କରିଥିଲେ। ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ସୁବାସ ମୁଦୁଲି ଓରଫ୍‌ ସୁବା (୨୯)ଙ୍କୁ ପୋଲିସ ଶୁକ୍ରବାର ବୋଧିଆବେରେଣୀ ଜଙ୍ଗଲରୁ ଗିରଫ କରିଛି। ସେହିପରି କର୍ତ୍ତବ୍ୟରେ ଅବହେଳା ପାଇଁ ପୂର୍ବତନ ଫାଣ୍ଡି ଅଧିକାରୀ ତଥା ଏସ୍‌ଆଇ ପ୍ରଶାନ୍ତ ପଢ଼ିଆରୀଙ୍କୁ ଉତ୍ତର କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ନିଲମ୍ବିତ କରିଛନ୍ତି। ଏଥିପୂର୍ବରୁ ଗୁରୁବାର ଏଏସ୍‌ଆଇ ପଦ୍ମନାଭ ସାହୁଙ୍କୁ ଆଇଜି ନିଲମ୍ବିତ କରିଥିଲେ। ଏ ସଂକ୍ରାନ୍ତରେ ସନ୍ଧ୍ୟାରେ ସଦର ଥାନାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ପି ଅନୁପମା ଜେମ୍‌ସ ସୂଚନା ଦେଇଛନ୍ତି।
ପୀଡ଼ିତାଙ୍କ ମୃତ୍ୟୁ ପରେ ପରିବାର ଲୋକେ ଜିଲା କାର୍ଯ୍ୟାଳୟରେ ଆସି ଅଭିଯୋଗ କରିଥିଲେ। ଏ ସଂକ୍ରାନ୍ତରେ ନଂ. ୨୯୦/୨୦, ଦଫା ୩୦୬ରେ ସଦର ଥାନାରେ ମାମଲା ରୁଜୁ କରାଯାଇଥିଲା। ପୂର୍ବରୁ ନଂ. ୩୩/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିଲା। ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଗୁରୁବାର ରାତିରୁ ଉଦ୍ୟମ ଆରମ୍ଭ ହୋଇଥିଲା। ଶୁକ୍ରବାର ଦିନତମାମ ଭୁବନେଶ୍ୱର, କଟକ, ଢେଙ୍କାନାଳ ସମେତ ୬-୭ଟି ଜାଗାରେ ଅଭିଯୁକ୍ତଙ୍କ ସମ୍ପର୍କୀୟଙ୍କ ଘରେ ଚଢ଼ାଉ କରାଯାଇଥିଲା। ସେ ଜଙ୍ଗଲରେ ଲୁଚି ରହିଥିବା ସୂଚନା ମିଳିବା ପରେ ତାଙ୍କୁ ଚଢ଼ାଉ କରି ଗିରଫ କରାଯାଇଛି। ଅଭିଯୁକ୍ତ ସୁବାସ ଅଭିଯୋଗକୁ ସ୍ବୀକାର କରିଛନ୍ତି। ଏଥିପୂର୍ବରୁ ତାଙ୍କ ନାମରେ ସଦର ଥାନାରେ କେସ୍‌ ନଂ. ୨୦୬/୧୪ରେ ବଳାତ୍କାର ଏବଂ ମରଣାନ୍ତକ ଆକ୍ରମଣ ମାମଲା ରହିଥିବା ଏସ୍‌ପି ସୂଚନା ଦେଇଛନ୍ତି। ଖବରଦାତା ସମ୍ମିଳନୀରେ ଏସ୍‌ସିପିଓ ଶ୍ରୀହର୍ଷ ମିଶ୍ର, ଥାନାଧିକାରୀ ସନ୍ଧ୍ୟାରାଣୀ ବେଉରିଆ ପ୍ରମୁଖ ଉପସ୍ଥିତ ଥିଲେ। ଅପରପକ୍ଷେ ଶୁକ୍ରବାର ଜିଲା ଭାଜପା ସଭାପତି ନରେଶଚନ୍ଦ୍ର ମହାପାତ୍ରଙ୍କ ନେତୃତ୍ୱରେ ଭାଜପାର ଏକ ଟିମ୍‌ ମୃତ ନାବାଳିକାଙ୍କ ପରିବାର ସଦସ୍ୟଙ୍କୁ ଭେଟି ଆଲୋଚନା କରିଛନ୍ତି। ଏଥିସହ ମୃତ ନାବାଳିକାଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା ସହାୟତା ଦେବା ସହ ଏପରି ଘଟଣାରେ ସମ୍ପୃକ୍ତ ପୋଲିସ କର୍ମଚାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାନା ପାଟେକରଙ୍କ ବିୟୋଗରେ କାହିଁକି ଭାଙ୍ଗି ପଡ଼ିଲେ ଶେଖର ସୁମନ? କ୍ୟାନସେଲ କଲେ ଶୋ’, କହିଲେ, ‘ତାଙ୍କ ସ୍ଥାନ କେହି…’

ମୁମ୍ବାଇ: ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ’ (Shekhar Tonight) ଆରମ୍ଭ ହେବା ଦିନଠାରୁ ହିଁ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଶୋ’ରେ ସଞ୍ଜୟ ଦତ୍ତଙ୍କ ଉପସ୍ଥିତି…

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ହସାଇ ହସାଇ ବେଦମ କରୁଛି ବିକ୍ଷୋଭ ସମୟରେ ଆରଏଏଫ (RAF) ଯବାନ ଗୋଡ଼ାଇ ଗୋଡ଼ାଇ ଧରିଥିବା ସବୁଠାରୁ ଛୋଟ ‘କକରୋଚ’ର Video

ନୂଆଦିଲ୍ଲୀ,୧୧।୧୦: ଅକ୍ଟୋବର ୧୦ ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ‘କକରୋଚ ଜନତା ପାର୍ଟି’ (CJP)ର ଏକ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏପରି ଏକ ଦୃଶ୍ୟ ଦେଖିବାକୁ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

ଆସିଲା କଡ଼ା ନିୟମ: ସୋସିଆଲ ମିଡିଆକୁ ମନଇଚ୍ଛା କରିପାରିବେନି ବ୍ୟବହାର, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୧ା୧୦: ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ ଆଣିଛି ନ୍ୟାଶନାଲ ମେଡିକାଲ କମିଶନ(NMC)। ଏନ୍‌ଏମ୍‌ସି ଦ୍ୱାରା ଜାରି ହୋଇଥିବା କଡ଼ା ନିୟମ ଅନୁଯାୟୀ, ଦେଶର ଡାକ୍ତର…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

‘ନା ବାରିକେଡ ଲଗାଇପାରିବେ, ନା ଇଣ୍ଟରନେଟ ବନ୍ଦ କରିପାରିବେ’: CJP ବିକ୍ଷୋଭ ମାମଲାରେ ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ କଡ଼ା ତାଗିଦ

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟରେ ଆଜି CJP ବିକ୍ଷୋଭ (ପ୍ରୋଟେଷ୍ଟ) ସମ୍ପର୍କିତ ଆବେଦନଗୁଡ଼ିକର ଶୁଣାଣି ହୋଇଛି, ଯେଉଁଥିରେ ବିକ୍ଷୋଭ କାରଣରୁ ମେଟ୍ରୋ ଏବଂ ଟ୍ରେନ ସେବା ବନ୍ଦ ରଖିବା ନିର୍ଦ୍ଦେଶକୁ…

‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?