ଅଭିଯୋଗ ଦେବାକୁ ଯାଇଥିବା ନାବାଳିକାଙ୍କୁ ଥାନାରେ ଧମକ, ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ବାରିପଦା/ମୋରଡ଼ା,୧୭ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ବିବାଦୀୟ ମୋରଡ଼ା ଥାନା ଅଧିକାରୀ ସୁମିତ କୁମାର ସୋରେନ ଅଭିଯୋଗ ଦେବାକୁ ଯାଇଥିବା ଜଣେ ନାବାଳିକାଙ୍କୁ ଥାନାରେ ଧମକ ଦେବା ଘଟଣାକୁ ନେଇ ବୁଧବାର ଅପରାହ୍ନରେ ନାବାଳିକାଙ୍କ ମା-ବାପା ରାଷ୍ଟ୍ରପତିଙ୍କ ଉଦେଶ୍ୟରେ ମୟୂରଭଞ୍ଜ ଜିଲାପାଳଙ୍କୁ ଏକ ଅନୁରୋଧ ପତ୍ର ପ୍ରଦାନ କରିଛନ୍ତି। ତେବେ ଜିଲାପାଳ କୌଣସି କାରଣ ବଶତଃ କାର୍ଯ୍ୟାଳୟରେ ନ ଥିବାରୁ ଅତିରିକ୍ତ ଜିଲାପାଳ ଈଶ୍ୱରଚନ୍ଦ୍ର ନାଏକ ଉକ୍ତ ଅନୁରୋଧ ପତ୍ର ଗ୍ରହଣ କରିଛନ୍ତି। ଆସନ୍ତା ୧୯ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ରାଇରଙ୍ଗପୁର ଗସ୍ତ ଥିବାରୁ ତାଙ୍କୁ ଉକ୍ତ ଅନୁରୋଧପତ୍ର ପ୍ରଦାନ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଭିଯୋଗ ପତ୍ରରେ ଉଲ୍ଲେଖ ରହିଛି ।

ଅଭିଯୋଗ ମୁତାବକ, ମୋରଡ଼ା ଥାନାକୁ ଗତ ମେ’ ୧୬ ତାରିଖରେ ନାବାଳିକାଙ୍କ ଉପରେ ହୋଇଥିବା ଅତ୍ୟାଚାରକୁ ନେଇ ନାବାଳିକାଙ୍କ ପରିବାର ଅଭିଯୋଗ କରିବା ପାଇଁ ଯାଇଥିବା ବେଳେ ଥାନା ଅଧିକାରୀ ସୁମିତ କୁମାର ସରେନ କେସ୍‌ ନ ଦେବାକୁ ଚାପ ପକାଇବା ସହ କେସ୍‌ କଲେ ନାବାଳିକାଙ୍କୁ ୭ବର୍ଷ ଜେଲ୍‌ ହେବ ବୋଲି ଧମକ ଦେଇଥିଲେ। ଯାହାଫଳରେ ନାବାଳିକା ଚେତାଶୂନ୍ୟ ଅବସ୍ଥାରେ ପ୍ରଥମେ କିଶାନତାଣ୍ଡି ପରେ ବାରିପଦା ପିଆରଏମ୍‌ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଭର୍ତ୍ତି ହୋଇ ଦୀର୍ଘ ୪ ଘଣ୍ଟା ପରେ ଚେତା ଫେରିଥିଲା। ଉକ୍ତ ଘଟଣା ବାବଦରେ ପରିବାରବର୍ଗ ଜିଲା ଆରକ୍ଷୀ ଅଧୀକ୍ଷକ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଅଭିଯୋଗ କରିଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ଥାନା ଅଧିକାରୀ ସୋରେନଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ। ତେଣୁ ଉକ୍ତ ଘଟଣାର ସଠିକ ତଦନ୍ତ କରି ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଉଲ୍ଲେଖ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଦୁର୍ଘଟଣା: ବଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୮ ଓଡ଼ିଆ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

୨୪ ଘଣ୍ଟା ନ ପୂରୁଣୁ ମମତାଙ୍କୁ ପୁଣି ବଡ଼ ଝଟକା: ନିର୍ବାଚନରୁ ଓହରିଯିବା ନେଇ ଘୋଷଣା କଲେ…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ଚିତ୍ର ଦ୍ରୁତ ବଦଳୁଛି। ନନ୍ଦୀଗ୍ରାମ ପରେ ଏବେ ରେଜିନଗରରେ ମଧ୍ୟ ମମତା ବାନାର୍ଜୀଙ୍କ ଶିବିରକୁ ଝଟକା ଲାଗିଛି। ରେଜିନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?