ନିର୍ଯାତନା ପରେ ନାବାଳିକାଙ୍କୁ ଫିଙ୍ଗିଦେଲେ

ଭୁବନେଶ୍ୱର,୭ା୧୨ (ବ୍ୟୁରୋ): ନାବାଳିକାଙ୍କୁ ଘରେ ରଖି ଖଟାଉଥିଲେ। ପ୍ରତ୍ୟେକ ଦିନ ତାଙ୍କୁ ଲୁହା ରଡ୍‌ରେ ମାଡ଼ ମାରିବା ସହ ଅକଥନୀୟ ନିର୍ଯାତନା ଦେଉଥିଲେ। ମାଡ଼ରେ ଗୁରୁତର ହେବା ପରେ ମଙ୍ଗଳବାର ଅପରାହ୍ନରେ ୧୧ ବର୍ଷୀୟା ନାବାଳିକାଙ୍କୁ ମାଲିକ ଜଣକ ନୟାପଲ୍ଲୀ ଥାନା ଅନ୍ତର୍ଗତ ସାଲିଆସାହିରେ ଫୋପାଡ଼ି ଦେଇ ପଳାଇ ଯାଇଛନ୍ତି। ଏଭଳି ସମ୍ବେଦନଶୀଳ ଘଟଣାକୁ ନେଇ ରାଜଧାନୀରେ ଆଲୋଡ଼ନ ସୃଷ୍ଟି ହୋଇଛି। ଖବରପାଇ ଚାଇଲ୍ଡଲାଇନ ସହଯୋଗରେ ପୋଲିସ ଗୁରୁତର ନାବାଳିକାଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଛି। ନାବାଳିକାଙ୍କ ଶରୀରର ବିଭିନ୍ନ ସ୍ଥାନରେ ଏକାଧିକ କ୍ଷତ ଚିହ୍ନ ରହିଛି। ତାଙ୍କର ଅଧିକ ଚିକିତ୍ସା କରାଯାଉଥିବା ବେଳେ ଚାଇଲ୍ଡଲାଇନ ପକ୍ଷରୁ ଘଟଣା ସଂକ୍ରାନ୍ତରେ ନୟାପଲ୍ଲୀ ଥାନାରେ ଏତଲା ଦିଆଯାଇଛି। ପୋଲିସ ଏକ ମାମଲା (ନଂ.୭୫୨/୨୦୨୨) ରୁଜୁ କରି ଅଭିଯୁକ୍ତ ମାଲିକଙ୍କୁ ଗିରଫ କରିଛି। ସେ ହେଲେ ଇନ୍‌ଫୋଭ୍ୟାଲି ଥାନା ଅନ୍ତର୍ଗତ କାଇମାଟିଆରେ ରହୁଥିବା ବିଭୂତି ପଟ୍ଟନାୟକ। ଅଭିଯୁକ୍ତ ବିଭୂତିଙ୍କୁ ପୋଲିସ ପଚରାଉଚରା କରୁଛି। ଥାନାଧିକାରୀ ବିଶ୍ୱରଞ୍ଜନ ସାହୁ କହିଛନ୍ତି, ଗିରଫ ଅଭିଯୁକ୍ତ ବିଭୂତିଙ୍କୁ ବୁଧବାର କୋର୍ଟ ଚାଲାଣ କରାଯିବ। ମାମଲାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ ଆଗକୁ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସେ କହିଛନ୍ତି। ତେବେ ଏହି ଘଟଣା ସଂକ୍ରାନ୍ତରେ ସିଡବ୍ଲ୍ୟୁସି ଓ ଭୁବନେଶ୍ୱର ଡିସିପିଙ୍କୁ ଜଣାଯାଇଥିବା ଚାଇଲ୍ଡଲାଇନ ଅଧ୍ୟକ୍ଷ ବେଣୁଧର ସେନାପତି କହିଛନ୍ତ।
ସୂଚନା ଅନୁଯାୟୀ, ସାଲିଆସାହିରେ ନାବାଳିକାଙ୍କ ମା’ ରହୁଛନ୍ତି। ତାଙ୍କ ବାପା ପରିବାରକୁ ଛାଡ଼ି କେଉଁଆଡ଼େ ଚାଲିଯାଇଛନ୍ତି। ପରିବାରରେ ୪ଟି ଝିଅ ଓ ଗୋଟିଏ ଦେଢ଼ବର୍ଷର ପୁଅ। ନିର୍ଯାତନାର ଶିକାର ହୋଇଥିବା ନାବାଳିକା ଜଣକ ତାଙ୍କର ତୃତୀୟ ଝିଅ। ପରିବାରରେ ଆର୍ଥିକ ଅନଟନ ଲାଗି ରହିଥିବାରୁ ନାବାଳିକା ଜଣକ ଅଧାରୁ ପାଠପଢ଼ା ଛାଡ଼ି ଦେଇଥିଲେ। ୩ ମାସ ହେଲା ଜଣେ ମଧ୍ୟସ୍ଥ ତାଙ୍କୁ ନେଇ ସମ୍ପୃକ୍ତ ମାଲିକଙ୍କ ଘରେ ଛାଡ଼ି ଦେଇଥିଲେ। ପ୍ରତି ମାସରେ ନାବାଳିକାଙ୍କ ଘରକୁ ୧ ହଜାର ଟଙ୍କା ଆସୁଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ଥର ଟାଇଟଲ ଜିତି ଇତିହାସ ରଚିଲେ ଗିଲ, ଏହି ତାଲିକାରେ କୋହଲିଙ୍କ ସ୍ଥାନ କେଉଁଠି? ଲିଷ୍ଟ ଦେଖିଲେ ଚମକିଯିବେ

ନୂଆଦିଲ୍ଲୀ,୧୩।୧୦: ଶୁଭମନ ଗିଲ ସର୍ବାଧିକ ଥର ‘ପ୍ଲେୟର ଅଫ ଦ ମନ୍ଥ’ ଟାଇଟଲ ଜିତିଥିବା ଭାରତୀୟ ଖେଳାଳି। ମଙ୍ଗଳବାର (ଅକ୍ଟୋବର ୧୩) ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?