୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ ବୋହି ନେବାକୁ ପରିବାର ଲୋକେ ବାଧ୍ୟ ହୋଇଥିଲେ। ଏହି ଘଟଣା ପୁଣିଥରେ ସ୍ୱାସ୍ଥ୍ୟ ବ୍ୟବସ୍ଥା ଓ ଜରୁରୀକାଳୀନ ସେବାର ବାସ୍ତବ ଚିତ୍ରକୁ ପଦାରେ ପକାଇଛି।

ସୂଚନା ଅନୁଯାୟୀ, ଉମରକୋଟ ବ୍ଲକ ଅନ୍ତର୍ଗତ ସାନଭରଣ୍ଡୀ ଗ୍ରାମରେ ଥିବା ଜଣେ ସମ୍ପର୍କୀୟଙ୍କ ଘରେ ନାବାଳିକା ଅନିତା ଲହରାଙ୍କର ଶୁକ୍ରବାର ସକାଳେ ମୃତ୍ୟୁ ଘଟିଥିଲା। ପରିବାର ଲୋକଙ୍କ କହିବା ଅନୁସାରେ, ସେ ଦୀର୍ଘଦିନ ଧରି ଏକ ରୋଗରେ ପୀଡ଼ିତ ଥିଲେ।

ମୃତ୍ୟୁ ପରେ ତାଙ୍କ ମୃତଦେହକୁ ଉମରକୋଟ ବ୍ଲକର ମୁର୍ତ୍ତୁମା ପଞ୍ଚାୟତ ଅନ୍ତର୍ଗତ ଅମ୍ବାଗୁଡ଼ା ଗ୍ରାମରେ ଥିବା ତାଙ୍କ ମାମୁଁ ଘରକୁ ନିଆଯାଇଥିଲା। ସମ୍ପର୍କୀୟମାନଙ୍କ କହିବା ଅନୁସାରେ, ସାନଭରଣ୍ଡୀ ଗ୍ରାମରେ ମୃତ୍ୟୁ ଘଟିଥିବାରୁ ସେଠାରେ ଶବ ସତ୍କାର ନ କରି ନାବାଳିକାଙ୍କ ପୂର୍ବ ବାସସ୍ଥାନ ଥିବା ମାମୁଁ ଘରକୁ ଶବ ସତ୍କାର ପାଇଁ ମୃତଦେହ ଅଣାଯାଇଥିଲା।

ତେବେ ମୃତଦେହ ପରିବହନ ପାଇଁ କୌଣସି ସରକାରୀ ଶବବାହୀ ଗାଡ଼ିର ସୁବିଧା ନ ମିଳିବାରୁ ପରିବାର ଲୋକେ ଏକ ବାଇକରେ ପ୍ରାୟ ୧୦ କିଲୋମିଟର ଦୂର ମୃତଦେହକୁ ବୋହି ଅମ୍ବାଗୁଡ଼ା ଗ୍ରାମକୁ ନେଇଥିଲେ। ଏହି ଦୃଶ୍ୟ ସ୍ଥାନୀୟ ଅଞ୍ଚଳରେ ଆଲୋଚନାର ବିଷୟ ପାଲଟିଛି।

ଅନ୍ୟପକ୍ଷରେ, ନାବାଳିକାଙ୍କ ମୃତ୍ୟୁ ସମ୍ପର୍କୀୟଙ୍କ ଘରେ ଘଟିଥିବାରୁ ସରକାରୀ ଶବ ପରିବହନ ସୁବିଧା ମିଳିବ କି ନାହିଁ ସେନେଇ ଅନିଶ୍ଚିତତା ଥିଲା। ଫଳରେ ସମ୍ପର୍କୀୟମାନେ ବାଧ୍ୟ ହୋଇ ବାଇକରେ ମୃତଦେହକୁ ପ୍ରାୟ ୧୦ କିଲୋମିଟର ଦୂର ବୋହି ନେଇଥିବା କହିଛନ୍ତି। ଏହି ଘଟଣା ପୁଣିଥରେ ଗ୍ରାମାଞ୍ଚଳରେ ଜରୁରୀକାଳୀନ ସ୍ୱାସ୍ଥ୍ୟ ଓ ଶବ ପରିବହନ ସେବାର ଉପଲବ୍ଧତାକୁ ନେଇ ପ୍ରଶ୍ନ ସୃଷ୍ଟି କରିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri