ନାବାଳିକା ମୃତ୍ୟୁ ଘଟଣା: ପ୍ରଶାସନିକ ଅବହେଳା ବିରୋଧରେ ଦାବିପତ୍ର ପ୍ରଦାନ କରି…

ଥୁଆମୂଳ ରାମପୁର,୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତ ବାର୍ସିକନା ଗ୍ରାମର କାଲୁଆ ମାଝୀଙ୍କ ୧୬ ବର୍ଷୀୟା ଝିଅ ମାଧୁରୀଙ୍କର ସାପ କାମୁଡ଼ାରେ ମୃତ୍ୟୁ ପରେ ପୋଷ୍ଟମୋର୍ଟମ ପାଇଁ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ହଇରାଣ ହେବାକୁ ପଡ଼ିଥିଲା। ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୁବିଧା ଥାଇ ବି ଡାକ୍ତର ମୃତଦେହ ବ୍ୟବଚ୍ଛେଦ ନ କରି ଜୟପାଟଣା ପଠାଇବା ଏବଂ ପୋଲିସ-ସ୍ବାସ୍ଥ୍ୟ ବିଭାଗର ଦାୟିତ୍ୱହୀନତା ବିରୋଧରେ ଆଜି ‘ୟୁଥ ୟୁନାଇଟେଡ ଫର୍‌ ଦି ଭିଜନ ଅଫ ଆମ୍ବେଦକର’ (ୟୁଭା) ପକ୍ଷରୁ ପ୍ରଶାସନକୁ ଦାବିପତ୍ର ପ୍ରଦାନ କରାଯାଇଛି।

ସଂଗଠନ ପକ୍ଷରୁ ଥୁଆମୂଳ ରାମପୁର ସିଏଚ୍‌ସି ମୁଖ୍ୟ ଚିକିତ୍ସାଧିକାରୀ, ଥାନା ଅଧିକାରୀ, ବିଡିଓ ଓ ତହସିଲଦାରଙ୍କୁ ସିଧାସଳଖ ଦାବିପତ୍ର ଦିଆଯାଇଥିବା ବେଳେ ଇମେଲ ଜରିଆରେ ଜିଲାପାଳ, ଉପଜିଲାପାଳ ଓ ସିଡିଏମ୍‌ ଆଣ୍ଡ ପିଏଚ୍‌ଓଙ୍କୁ ନକଲ ପଠାଯାଇଛି। ରାମପୁର ସିଏଚ୍‌ସିରେ ମୃତଦେହ ବ୍ୟବଚ୍ଛେଦ ମନା କରାଯିବାର ଲିଖିତ ସ୍ପଷ୍ଟୀକରଣ, ଦାୟୀ ଅଧିକାରୀଙ୍କ ବିରୋଧରେ ଉଚ୍ଚସ୍ତରୀୟ ତଦନ୍ତ ଓ ଦୃଢ଼ କାର୍ଯ୍ୟାନୁଷ୍ଠାନ ସହ ମୃତକଙ୍କ ଗରିବ ପରିବାରକୁ ତୁରନ୍ତ ସରକାରୀ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଦାବି କରାଯାଇଛି। ଦାବିପତ୍ର ଗ୍ରହଣ ପରେ ଯାହା ବି ସରକାରୀ ସହାୟତା ଯଥାଶୀଘ୍ର ଯୋଗାଇ ଦିଆଯିବ ବୋଲି ବିଡିଓ ଏବଂ ତହସିଲଦାର ପ୍ରତିଶ୍ରୁତି ଦେଇଥିବା ବେଳେ ଆଗାମୀ ଦିନରେ ଏପରି ସମସ୍ୟା ନ ହେବା ପାଇଁ ମେଡିକାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ‘ୟୁଭା’ ସଦସ୍ୟ ସୁରେନ୍ଦ୍ର ନାଏକ, ବୈଷ୍ଣବ ନାଏକ, ଗମୟ ରଞ୍ଜନ ନାଏକ, ମହେଶ ଧଙ୍ଗଡ଼ା ମାଝୀ, ମଣିଭଦ୍ର ନାଏକ, ରଘୁନାଥ ନାଏକ, ରୋହିତ ନାଏକ, ଜଗନ୍ନାଥ ଠାକୁର, ଅନନ୍ତ ନାଏକ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଚରାଇବାକୁ ଯାଇଥିବା ବେଳେ କାମୁଡ଼ି ଦେଲା ସାପ, ତାପରେ….

ଛତ୍ରପୁର,୬।୮(ଦିଲ୍ଲୀପି ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କାଠଗଡା ଗ୍ରାମରେ ସାପ କାମୁଡ଼ାରେ ଜଣେ ଛେଳି ଚରାଳିଙ୍କ ମୃତ୍ୟୁ ହୋଇଛି । ମୃତକ…

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଦାବି

କୋରାପୁଟ,୬ା୮(ଅମିତାଭ ବେହେରା): କୋରାପୁଟ ଜିଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳିବେଲଗାଁ ପଞ୍ଚାୟତର ଛେଲିଆମୁଣ୍ଡା ଗ୍ରାମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ କରିବା ପାଇଁ…

ଅମିତ ଶାହାଙ୍କୁ ଭେଟି ବଡ଼ ଦାବି କଲେଣି ତିନି ବିଦ୍ରୋହୀ ମୁସଲିମ ଟିଏମସି ଏମପି

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ (TMC) ବିରୋଧରେ ବିଦ୍ରୋହ କରିଥିବା ତିନି ଜଣ ଏମପି ଆବୁ ତାହିର ଖାନ, ୟୁସୁଫ ପଠାନ ଏବଂ ଖଲିଲୁର…

ରିଷିଡା ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ; ଛୁଟିରେ ଡାକ୍ତର, ରୋଗୀ ହନ୍ତସନ୍ତ

ରିଷିଡା, ୬।୮(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକର ରିଷିଡା ସ୍ଥିତ ସରକାରୀ ଡାକ୍ତରଖାନାରେ କାର୍ଯ୍ୟରତ ଡାକ୍ତର ଆଜକୁ ପ୍ରାୟ ୨ମାସ ହେଲା ଛୁଟିରେ ରହିଛନ୍ତି । ଫଳରେ ରୋଗୀ…

ଗିଲଙ୍କୁ ନେଇ ବଢିଲା ଟିମ ଇଣ୍ଡିଆର ଟେନସନ! ଶ୍ରୀଲଙ୍କା ଟେଷ୍ଟ ସିରିଜ ପୂର୍ବରୁ…

ନୂଆଦିଲ୍ଲୀ,୬।୮: ଶୁବମନ ଗିଲଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଅଗଷ୍ଟ ୧୫ରୁ ଶ୍ରୀଲଙ୍କାରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଯାଉଛି। ଏହା ପୂର୍ବରୁ, ‘ମେନ ଇନ…

ଧାମନଗରରେ ସ୍ବାସ୍ଥ୍ୟ ସମୀକ୍ଷା କଲେ ସ୍ବାସ୍ଥ୍ୟ ମନ୍ତ୍ରୀ, ବନ୍ୟା ବିପନ୍ନଙ୍କ ସହ କଲେ ଆଲୋଚନା

ଧାମନଗର,୬।୮( ସନ୍ତୋଷ କୁମାର ମହାପାତ୍ର): ଚଳିତ ବର୍ଷ ପ୍ରଥମ କରି ବନ୍ୟାରେ ଭଦ୍ରକ ଜିଲା ସମେତ ଧାମନଗର ଅଞ୍ଚଳରେ କ୍ଷୟକ୍ଷତି ହୋଇଥିଲା । ଏହି ବନ୍ୟାରେ ଲୋକଙ୍କ…

CJP ଆସନ୍ତା ମାସରେ ଆରମ୍ଭ କରିବ ଦେଶରେ ବଡ଼ ଅଭିଯାନ; ଜନସାଧାରଣଙ୍କ ସମସ୍ୟା ଶୁଣିବା ପାଇଁ ସେମାନଙ୍କ ପାଖରେ ପହଞ୍ଚିବ

ନୂଆଦିଲ୍ଲୀ,୬।୮: କକ୍ରୋଚ ଜନତା ପାର୍ଟି (CJP) ଆସନ୍ତା ମାସରେ ସାରା ଦେଶରେ ‘କ୍ୟା ବୋଲତି ପବ୍ଲିକ’ (ଜନସାଧାରଣ କ’ଣ କୁହନ୍ତି) ଅଭିଯାନ ଆରମ୍ଭ କରିବାକୁ ଯାଉଛି। ଦଳର…

ଘରେ ଶୋଇଥିବାବେଳେ ପଶିଲେ ହାତୀପଲ, ଭାଙ୍ଗିଲେ ଘର, ଗୋଟିଏ ପରିବାରର ୪ ଜଣଙ୍କୁ…

ବଲାଙ୍ଗୀର,୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ସରଗୁଲ ଗାଁରେ ଏବେ ହାତୀ ଆତଙ୍କ ଦେଖାଦେଇଛି। ଗାଁରେ ଏକ ପରିବାର ଘର ଭିତରେ ଶୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri