ନାବାଳିକା ଅପହରଣକାରୀଙ୍କୁ ୭ ବର୍ଷ ଜେଲ୍‌ଦଣ୍ଡ ସହ…

କେନ୍ଦୁଝର,୧୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ୍‌ ଟ୍ରାକ୍‌ କୋର୍ଟ ବିଚାରପତି ବିଜୟ କୁମାର ମିଶ୍ର ବୁଧବାର ଏକ ନାବାଳିକା ଅପହରଣ ମାମଲାର ବିଚାର କରି ଦୈତାରୀ ଥାନା ଅନ୍ତର୍ଗତ ସାନସିଆଡ଼ିମାଳ ଗ୍ରାମର ଚିତ୍ତରଞ୍ଜନ ମହାନ୍ତଙ୍କୁ ୭ବର୍ଷ ସଶ୍ରମ କାରାଦଣ୍ତ ସହ ୫ହଜାର ଟଙ୍କା ଜରିମାନା ଅନାଦେୟ ଅଧିକ ୩ ମାସ ସଶ୍ରମ କାରାଦଣ୍ଡାଦେଶ ରାୟ ଶୁଣାଇଛନ୍ତି। ଏଥିସହ ଚିତ୍ତରଞ୍ଜନଙ୍କ ବାପା ଗଙ୍ଗାଧର ମହାନ୍ତଙ୍କୁ ଅପହରଣ ପରେ ନାବାଳିକାଙ୍କୁ ଧମକ ଦେଇଥିବା ଅଭିଯୋଗରେ ୧ବର୍ଷ ଜେଲଦଣ୍ତାଦେଶ ସହ ୧ହଜାର ଟଙ୍କା ଜରିମାନା ଏବଂ ଜରିମାନା ଅନାଦେୟ ଅଧିକ ୧ମାସ ଜେଲଦଣ୍ତାଦେଶ ଶୁଣାଇଛନ୍ତି।୨୦୧୬ରେ ନାବାଳିକା ପରୀକ୍ଷା ଦେବାକୁ ବିଦ୍ୟାଳୟକୁ ଯାଇଥିଲେ। ସେଠାରୁ ସେ ଘରକୁ ନ ଫେରିବାରୁ ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ଜାଣିବାକୁ ମିଳିଲା ଚିତ୍ତରଞ୍ଜନ ବାଇକ୍‌ରେ ଅପହରଣ କରି ଅନ୍ୟ ଏକ ଯୁବକଙ୍କୁ ବିବାହ କରିବାକୁ ବାଧ୍ୟ କରିଥିଲେ। ଗଙ୍ଗାଧର ମଧ୍ୟ ନାବାଳିକାଙ୍କୁ ବିବାହ ନ କରିବାକୁ ଧମକ ଦେଇଥିଲା। ଏନେଇ ନାବାଳିକାଙ୍କ ବାପା ହରିଚନ୍ଦନପୁର ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପାଇବା ପରେ ପୋଲିସ ନାବାଳିକାଙ୍କୁ ବ୍ରାହ୍ମଣୀପାଳ ନିକଟରୁ ଉଦ୍ଧାର କରି ବୟାନ ରେକର୍ଡ କରିବା ସହିତ ଅଭିଯୁକ୍ତଙ୍କ ନାମରେ ମାମଲା ରୁଜୁ କରିଥିଲା। ଆଜି ମାନ୍ୟବର ବିଚାରପତି ଫାଷ୍ଟ ଟ୍ରାକ୍‌ କୋର୍ଟ ବିଜୟ କୁମାର ମିଶ୍ର ୧୬ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ଅଭିଯୁକ୍ତ ଚିତ୍ତରଞ୍ଜନଙ୍କୁ ୩୬୩/୩୬୬ ଆଇପିସି ଓ ଗଙ୍ଗାଧରଙ୍କୁ ୫୦୬ ଆଇପିସି ଦଫା ଅନୁଯାୟୀ ଦୋଷୀ ସାବ୍ୟସ୍ତ କରି ଉପରୋକ୍ତ ଦଣ୍ତାଦେଶ ଶୁଣାଇବା ସହ ପୀଡ଼ିତାଙ୍କୁ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ରାଶି ପ୍ରଦାନ ପାଇଁ ଜିଲା ଆଇନସେବା ପ୍ରାଧିକରଣ କେନ୍ଦୁଝରକୁ ସୁପାରିସ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଜ୍ଞାନେନ୍ଦ୍ରନାଥ ଜେନା ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମକର ରାଶିରେ ରାହୁଙ୍କ ପ୍ରବେଶ: ୨୦୨୮ ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ ପ୍ରଚୁର ଟଙ୍କା, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମକର ରାଶିକୁ କର୍ମ, ଅଧିକାର ଓ ସଂଘର୍ଷ ପରେ ସଫଳତାର ପ୍ରତୀକ ଭାବେ ଦେଖାଯାଏ। ଶନିଙ୍କ ଅଧିପତ୍ୟ ଥିବା ଏହି ରାଶିରେ…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ଫ୍ରାଜାଇଲ ଫାଇଭ୍‌

ବର୍ତ୍ତମାନର କେନ୍ଦ୍ର ସରକାର ବାରମ୍ବାର କହୁଛନ୍ତି, ଦେଶରେ ସବୁ କିଛି ଠିକ୍‌ଠାକ୍‌ ଚାଲିଛି। ୨୦୧୪ ପୂର୍ବରୁ ଭାରତ ‘ଫ୍ରାଜାଇଲ ଫାଇଭ୍‌’ ଅର୍ଥନୀତିରେ ଥିବା ବେଳେ ଏହାର ଅଭିବୃଦ୍ଧି…

ଲୋନ୍‌ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …

ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍‌ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ…

ଚା’-ପକୋଡ଼ି, ପରିବା ବ୍ୟବସାୟୀଙ୍କ ଟେନସନ ବଢ଼ିବ! UPIର ୧ ଲକ୍ଷ ଲିମିଟ୍‌କୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ, ୧୬।୯: UPI ପେମେଣ୍ଟକୁ ନେଇ ଏବେ ବଡ଼ ଚର୍ଚ୍ଚା। ଦୁଇ ହଜାର ଟଙ୍କାରୁ ଅଧିକ ମର୍ଚ୍ଚାଣ୍ଟ UPI ପେମେଣ୍ଟ ଉପରେ MDR ବା Merchant Discount…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି…

ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…

ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ…

୬,୬,୬,୬…, ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ଦାଜରେ ବ୍ୟାଟିଂ କଲେ ସଞ୍ଜୁ, ଷ୍ଟ୍ରାଇକ ରେଟ୍‌ ଦେଖି ଉଡ଼ିଯିବ ହୋସ

ନୂଆଦିଲ୍ଲୀ,୧୬।୯: ଆଫଗାନିସ୍ତାନ ବିପକ୍ଷରେ ଦ୍ୱିତୀୟ ଟି-୨୦ ମ୍ୟାଚରେ ବ୍ୟାଟରେ ଜବରଦସ୍ତ ଜବାବ ଦେଇଛନ୍ତି ସଞ୍ଜୁ ସାମସନ। ପ୍ରଥମ ମ୍ୟାଚରେ ମାତ୍ର ୧୦ ରନ କରି ଆଉଟ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?