ବିବାହରେ ବିଫଳ ହେବାରୁ ଜୀବନ ହାରିଲେ ନାବାଳିକା

ପଦ୍ମପୁର,୨୩।୧୦(ଡି.ଏନ.ଏ): ପ୍ରେମରେ ବିଫଳ ହେବା ପରେ ପ୍ରେମୀ ଯୁଗଳ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଏଥିରେ ପ୍ରେମିକାଙ୍କ ମୃତ୍ୟୁ ଘଟିଛି। ମାତ୍ର ପ୍ରେମିକ ଜଣକ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି। ପରେ ସେ ଥାନାରେ ଆତ୍ମସମର୍ପଣ କରିଛନ୍ତି। ଏଭଳି ଏକ ଘଟଣା ଘଟିଛି ପଦ୍ମପୁର ଉପଖଣ୍ତ ବୁଡେନ ଥାନା ବରଦାପାଲି ଅଞ୍ଚଳରେ।
ପୋଲିସ ସୂଚନା ଅନୁସାରେ, ବରଦାପାଲି ଗ୍ରାମର ରାଜକୁମାର ମାଝୀ(୨୩) ଓ ସେହି ଅଞ୍ଚଳର ଜଣେ ନାବାଳିକାଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ରହିଥିଲା। ବିବାହ ଲାଗି ଝିଅର ବୟସ ପ୍ରତିବନ୍ଧକ ହେବାରୁ ପ୍ରେମୀ ଯୁଗଳ ଗତ ୧୬ ତାରିଖରେ କୁଆଡେ ଫେରାର ହୋଇଯାଇଥିଲେ।

ଅନ୍ୟପକ୍ଷେ ଝିଅକୁ ଅପହରଣ କରାଯାଇଥିବା ନେଇ ବାପା ଗତ ୨୧ତାରିଖରେ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପ୍ରେମୀ ଯୁଗଳ ଅନ୍ୟ ଉପାୟ ନ ପାଇ ଭୟରେ ଆତ୍ମହତ୍ୟା କରିବାକୁ ନିଷ୍ପତ୍ତି ନେଇଥିଲେ। ସେମାନେ ବରଦାପାଲି ଗାଁ ନିକଟସ୍ଥ ଜଙ୍ଗଲକୁ ଯାଇଥିଲେ। ସେଠାରେ ପ୍ରେମିକା ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଥିଲେ। ସେହିପରି ପ୍ରେମିକ ନିଜ ସାର୍ଟକୁ ବେକରେ ବାନ୍ଧି ଗଛ ଡାଳରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ହେଲେ ସାର୍ଟ ଛିଣ୍ତି ଯାଇଥିଲା। ଫଳରେ ସେ ତଳେ ପଡିଯାଇଥିଲେ। ପରବର୍ତ୍ତୀ ସମୟରେ ସେ ଥାନାକୁ ଆସି ଆତ୍ମସମର୍ପଣ କରିଥିଲେ। ପୋଲିସ ପ୍ରେମିକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଏ ନେଇ ବୁଡେନ ଥାନାରେ ଏକ ମାମଲା (ନଂ.୧୨୫/୨୧) ରୁଜୁ ହୋଇଥିବା ଥାନା ଅଧିକାରୀ ହେମନ୍ତ ରାଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri