ପ୍ରେମିକାଙ୍କୁ ପାଇବା ପାଇଁ ନାବାଳକଙ୍କୁ ବାଟରୁ ହଟାଇଦେଲେ, ୨ ହତ୍ୟାକାରୀ ଗିରଫ

ଦେବଗଡ,୨୭।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ତୁଙ୍ଗାମାଳ ଗ୍ରାମରେ ନାବାଳକ ହତ୍ୟା ଘଟଣାର ପର୍ଦ୍ଦାଫାଶ ହୋଇଛି । ତ୍ରିକୋଣୀୟ ପ୍ରେମ ବ୍ୟାପରକୁ ନେଇ ହତ୍ୟାକାଣ୍ଡ ହୋଇଥିବା ପୋଲିସ ଖୁଲାସା କରିଛି । ଏହି ଘଟଣାରେ ୨ ହତ୍ୟାକାରୀଙ୍କୁ ଗିରଫ କରି ଗୁରୁବାର କୋର୍ଟଚାଲାଣ କରାଯାଇଛି। ମୁଖ୍ୟ ଅଭିଯୁକ୍ତ ନାକଟିଦେଉଳ ଥାନା ଚନ୍ଦ୍ରପୁର ଗାଁର ସୁଶୀଲ ମୁଣ୍ଡା ଏବଂ ହତ୍ୟାରେ ସହଯୋଗ କରିଥିବା କୁଣ୍ଢେଇଗୋଳା ଥାନା କୁରଡପଶି ଗ୍ରାମର ଅମନ ନାୟକ ଗିରଫ ହୋଇଛନ୍ତି।

ଅଭିଯୁକ୍ତଙ୍କ ଠାରୁ ମୃତକଙ୍କ ମୋବାଇଲ ଏବଂ ରଶି ଜବତ ହୋଇଛି । ତୁଙ୍ଗାମାଳ ଗ୍ରାମର ବିଜୟ ମୁଣ୍ଡାଙ୍କ ପୁଅ ଅମିତ ମୁଣ୍ଡା (୧୭) ନିଖୋଜ ଥିବା ପରିବାର ଲୋକ ଅଭିଯୋଗ କରିଥିଲେ। ପରେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କଲା ପରେ ବୁଧବାର ତୁଙ୍ଗାମାଳ ଜଙ୍ଗଲ ଭିତରୁ ଅମିତଙ୍କ ମୃତଦେହ ଠାବ ହୋଇଥିଲା । କେହି ହତ୍ୟା କରି ଜଙ୍ଗଲ ଭିତରେ ମୃତଦେହ ଲୁଚାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଥିଲା । ଘଟଣାସ୍ଥଳରେ ସନ୍ଧାନୀ କୁକୁର ଏବଂ ସାଇଣ୍ଟିଫିକ ଟିମ ସହ ପୋଲିସ ପହଞ୍ଚି ବିଭିନ୍ନ ଦିଗକୁ ନେଇ ତଦନ୍ତ ଆରମ୍ଭ କରିଥିଲା।

ସୂଚନାନୁସାରେ, ମୃତ ନାବାଳକ ଅମିତ ଏବଂ ଅଭିଯୁକ୍ତ ସୁଶୀଲ ଜଣେ ଝିଅକୁ ଭଲ ପାଉଥିଲେ। ଝିଅ ସହିତ ସମ୍ପର୍କ ନ ରଖିବା ପାଇଁ ଅମିତଙ୍କୁ ସୁଶୀଲ ବାରମ୍ବାର ମନା କରିଥିଲା। ମାତ୍ର ଅମିତ ନମାନିବାରୁ ସବୁ ଦିନ ପାଇଁ ରାସ୍ତାରୁ ହଟାଇଦେବାର ନିଷ୍ପତ୍ତି ନେଇଥିଲା ସୁଶୀଲ। ରାତିରେ କଥା ହେବା ବାହାନାରେ ଅମିତଙ୍କୁ ଡାକି ସୁଶୀଲ ଏବଂ ତାର ସହଯୋଗୀ ଅମନ ଏକ ରଶିରେ ତଣ୍ଟି ଚିପି ହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

ଚାଷୀଙ୍କ ଦୁଃଖ: ଅମଳ ବେଳେ କଲରା କିଆରୀ ଉଜାଡ଼ିଲେ ଦୁର୍ବୃତ୍ତ, ଜମୁର୍ଡା ଗ୍ରାମରେ ଉତ୍ତେଜନା!

ବରଗଡ଼, ୧୪/୦୩ (ପ୍ରେମାନନ୍ଦ ଖମାରୀ): ଜଣେ ଚାଷୀ ରକ୍ତକୁ ପାଣି କରି ଫସଲ ଉଜେଇଥିବା ବେଳେ, ଅମଳ ସମୟରେ ଦୁର୍ବୃତ୍ତଙ୍କ କଳା ପାହାର ଚାଷୀର ମେରୁଦଣ୍ଡ ଭାଙ୍ଗି…

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ…

ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ

ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri