ନାବାଳିକା ବଳତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

କଟକ,୨୦ା୨ (କାର୍ତ୍ତିକ ସାହୁ) କଟକ ଜିଲା ବୈଦେଶ୍ୱର ଥାନା ଅଞ୍ଚଳରେ ୨୦୧୯ ମସିହା ସେପ୍ଟେମ୍ବର ୧୬ ତାରିଖରେ ରୁଜୁ ହୋଇଥିବା ଏକ ନାବାଳିକା ବଳାତ୍କାର ମାମଲାରେ ରାୟ ମଙ୍ଗଳବାର ପ୍ରକାଶ ପାଇଛି। କଟକସ୍ଥିତ ଆଡହକ୍‌ ଆଡିସିନାଲ୍‌ ସେସନ୍‌ ତଥା ଏଫ୍‌ଟିଏସ୍‌ସି କୋର୍ଟ -୨ ମାମଲାର ଅଭିଯୁକ୍ତ ବିଜୟ ସେଠୀ ଓରଫ ବିଜୁଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି। ଏଥିସହ ଅଭିଯୁକ୍ତ ୧ ଲକ୍ଷ ଟଙ୍କାର ଜରିମାନା ପ୍ରଦାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ହେଲେ ଅଭିଯୁକ୍ତ ଅଧିକ ୧ ବର୍ଷ ସଶ୍ରମ କାରାଦଣ୍ଡ ଭୋଗ କରିବାକୁ କୋର୍ଟ ରାୟରେ ସ୍ପଷ୍ଟ କରିଛନ୍ତି। ଅପରପକ୍ଷରେ ପିଡ଼ିତାଙ୍କୁ ୩ ଲକ୍ଷ ଟଙ୍କାର କ୍ଷତିପୂରଣ ରାଶି ପ୍ରଦାନ ପାଇଁ ଜିଲା ଆଇନସେବା ପ୍ରାଧିକରଣକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା ଅନୁସାରେ, ବୈଦେଶ୍ୱର କଢ଼ାମାଳ ଅଞ୍ଚଳର ଜଣେ ୧୨ ବର୍ଷୀୟ ନାବାଳିକାଙ୍କୁ ଅଭିଯୁକ୍ତ ଜଣକ ବାରମ୍ବାର ବଳାତ୍କାର କରିଥିଲେ। ଫଳରେ ନାବାଳିକା ଜଣକ ୬ ମାସର ଗର୍ଭବତୀ ହୋଇଥିଲେ। ନାବାଳିକା ଜଣକ ପେଟରେ ଯନ୍ତ୍ରଣା ଅନୁଭବ କରିବାରୁ ଘଟଣା ସମ୍ପର୍କରେ ଜଣାପଡ଼ିଥିଲା। ପିଡ଼ିତାଙ୍କ ପରିବାର ପକ୍ଷରୁ ବୈଦେଶ୍ୱର ଥାନାରେ ଏତଲା ରୁଜୁ ହୋଇଥିଲା। ପୋଲିସ୍‌ ଦୀର୍ଘ ଅଢ଼େଇ ବର୍ଷ ପରେ ଅଭିଯୁକ୍ତ ବିରୋଧରେ ଅଭିଯୋଗ ଫର୍ଦ୍ଦ ଦାଖଲ କରିଥିଲା। ଆଡହକ୍‌ ଆଡିସିନାଲ୍‌ ସେସନ୍‌ ତଥା ଏଫ୍‌ଟିଏସ୍‌ସି କୋର୍ଟ-୨ ମାମଲାର ବିଚାର ହୋଇ ଅଦାଲତ ରାୟ ପ୍ରକାଶ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଆଇନ୍‌ଜୀବୀ ଶୁଭେନ୍ଦ୍ର ପ୍ରସାଦ ମହାନ୍ତି ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri