ନାବାଳକଙ୍କ ନାରକୀୟ କାଣ୍ଡ: ସାମାନ୍ୟ ବଚସାରୁ ବାପ-ପୁଅଙ୍କୁ ମାରିଲେ ଗୁଳି

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ସାମାନ୍ୟ ବଚସାକୁ କେନ୍ଦ୍ର କରି ଜ୍ଯଯଯ ହତ୍ୟାକାଣ୍ଡ। ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଗୌଡସୁଗୁଡା ଗ୍ରାମରେ ଶୁକ୍ରବାର ସକାଳୁ ଛୁରା ମାଡରେ ବାପାଙ୍କ ମୃତ୍ୟୁ ଘଟିଥିବାବେଳେ ପୁଅ ଗୁରୁତର ଆହତ ଅଛନ୍ତି। ସାମାନ୍ୟ ବଚସାକୁ କେନ୍ଦ୍ର କରି ଜଣେ ୧୭ ବର୍ଷର ଜଣେ ନାବାଳକ ଭିଆଇଛନ୍ତି ହତ୍ୟାକାଣ୍ଡ। ମୃତକ ଗୌଡସୁଗୁଡା ଗ୍ରାମର ଗୌତମ ସାହୁ ଏବଂ ତାଙ୍କ ପୁଅ ଟିକେଶ୍ବର ସାହୁ ଗୁରୁତର ଆହତ ହୋଇଛନ୍ତି।

ଗୌଡସୁଗୁଡା ଗ୍ରାମରେ ଶୁକ୍ରବାର ଏକ ମଣ୍ଡପ ନିର୍ମାଣ ଚାଲିଥିଲା। ଗୌତମ ଏକ ପାଣି ଟ୍ୟାଙ୍କର ନେଇ ଯାଉଥିବା ବେଳେ ବାଟରେ ଗୋରୁ ବନ୍ଧା ଯାଇଥିବାରୁ ସମସ୍ୟା ହୋଇଥିଲା। ନାବାଳକଙ୍କୁ ଗୋରୁ ହଟାଇବା ପାଇଁ କହିବାରୁ ଏହାକୁ ନେଇ ବଚସା ସୃଷ୍ଟି ହୋଇଥିଲା। ଫଳରେ ଗୌତମଙ୍କ ପୁଅ ଟିକେଶ୍ବର ଘଟଣା ସ୍ଥଳକୁ ଆସିଥିଲେ। ମାତ୍ର ନାବାଳକ ଜଣକ ଉତକ୍ଷିପ୍ତ ହୋଇ ଘରୁ ଏକ ଛୁରି ଆଣି ବାପ ପୁଅଙ୍କୁ ଆକ୍ରମଣ କରିଥିଲା। ଗୌତମଙ୍କ ପେଟରେ ଛୁରୀ ମାରିଥିବା ବେଳେ ତାଙ୍କ ପୁଅ ଟିକେଶ୍ବରଙ୍କ ପିଠିରେ ଆଘାତ ଲାଗିଥିଲା। ଗୁରୁତର ଅବସ୍ଥାରେ ବାପା ପୁଅଙ୍କୁ ଉଦ୍ଧାର କରି ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବାବେଳେ ଗୌତମଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଏଥିସହ ଗୁରୁତର ଆହତ ହୋଇଥିବା ପୁଅର ଉଚ୍ଚତର ଚିକିତ୍ସା ପାଇଁ ବୁର୍ଲା ଡାକ୍ତରଖାନା ସ୍ଥାନାନ୍ତରିତ କରାଯାଇଛି। ହତ୍ୟା ଅଭିଯୁକ୍ତ ନାବାଳକକୁ ଥାନାକୁ ଆଣି ପୋଲିସ ପଚରାଉଚୁରା ଜାରି ରଖିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ଏବେ ଆପଣ ମୁଖ୍ୟମନ୍ତ୍ରୀ, ଫିଲ୍ମ ଭଳି ଡାଏଲଗ କୁହନ୍ତୁ ନାହିଁ’: ବିଧାନସଭାରେ CM ବିଜୟଙ୍କୁ ଏମିତି କହିଦେଲେ ଉଦୟନିଧି ଷ୍ଟାଲିନ

ଚେନ୍ନାଇ,୨୧।୮: ତାମିଲନାଡୁରେ ବିରୋଧୀ ଦଳ ନେତା ଉଦୟନିଧି ଷ୍ଟାଲିନ ଶୁକ୍ରବାର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି। ପୂର୍ବତନ DMK ସରକାର ସମୟର କଥିତ…

କିନ୍ନର ବେଶ ଯାଇ ପ୍ରଥମେ ପାଣି ଛିଞ୍ଚିଲେ, ଏୟାର ହୋଷ୍ଟେସଙ୍କୁ ଏକା ଦେଖି ଯାହା କଲେ…

ମୁମ୍ବାଇ,୨୧।୮: ମୁମ୍ବାଇର ପୱାଇ ଅଞ୍ଚଳରେ ବଳାତ୍କାର ମାମଲା ସାମ୍ନାକୁ ଆସିଛି। ଟ୍ରାନ୍ସଜେଣ୍ଡର ବେଶ ଧାରଣ କରି ଜଣେ ଏୟାର ହୋଷ୍ଟେସଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଆଶୀର୍ବାଦ…

ଥାନା ବାହାରେ ଧାରଣାରେ ବସିଲେ ରାହୁଲ ଗାନ୍ଧୀ, ସାଥିରେ ଅଛନ୍ତି ପ୍ରିୟଙ୍କା

ନୂଆଦିଲ୍ଲୀ,୨୧ା୮: ପେଲେଟ୍ ଗନ୍‌ ବ୍ୟବହାରକୁ ନେଇ ପୁଣିଥରେ ସ୍ୱର ଉଠାଇଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଶୁକ୍ରବାର ସେ ଦିଲ୍ଲୀର ସଂସଦ ମାର୍ଗ ଥାନାରେ ପହଞ୍ଚିବା ସହ…

କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍‌

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି…

ପ୍ରଶାନ୍ତ କିଶୋରଙ୍କ ବଡ଼ ପ୍ରସ୍ତୁତି: ନୀତୀଶ କୁମାରଙ୍କ ପୂର୍ବରୁ ନିଜେ କରିବେ ଏମିତି କାମ, ଦେଶରେ ଚହଳ

ପାଟନା,୨୧।୮: ଜନ ସୁରାଜ ପାର୍ଟିର ପ୍ରତିଷ୍ଠାତା ତଥା ବିଧାୟକ ପ୍ରଶାନ୍ତ କିଶୋର ଏବେ ବିହାରରେ ନିଜ ରାଜନୈତିକ ପ୍ରଭାବ ଆହୁରି ମଜବୁତ କରିବାକୁ ବଡ଼ ପ୍ରସ୍ତୁତି କରୁଛନ୍ତି।…

୨୮ ଅଗଷ୍ଟରେ ଲାଗୁଛି ଗ୍ରହଣ: ୬ ରାଶି ହୋଇଯାଆନ୍ତୁ ସତର୍କ, ଖର୍ଚ୍ଚ ହୋଇଯିବ ସବୁ ଟଙ୍କା…

୨୮ ଅଗଷ୍ଟ ୨୦୨୬ରେ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଲାଗିବ। ଜ୍ୟୋତିଷ ଶାସ୍ତ୍ରର ମାନ୍ୟତା ଅନୁଯାୟୀ ଏହାର ପ୍ରଭାବ ୬ଟି ରାଶି ଉପରେ ପଡ଼ିପାରେ। ଜାଣନ୍ତୁ କେଉଁ କେଉଁ…

ବିବାଦ ପାଇଁ ଶବ ସତ୍କାର କରାଇ ଦେଉନାହାନ୍ତି ଗ୍ରାମବାସୀ, ୩ ଦିନ ହେଲା ଶାଶୁଙ୍କ ଶବକୁ ଜଗିବସିଛନ୍ତି ବୋହୂ

ରାଜନଗର,୨୧ା୮(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ବୀରଭଞ୍ଜପୁର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନା ଆସିଛି। ଯେଉଁଠି ହଜିଯାଇଛି ମାନବିକତା।…

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri