ପୁରୀ,୧୩ା୮(ଅଜିତ ମହାନ୍ତି)ପୁରୀ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ମୋଟରଯାନ ସଂଶୋଧିତ ଆଇନ ଉଲ୍ଲଂଘନ କରୁଥିବା ଚାଳକଙ୍କ ଉପରେ ଚଢ଼ାଉ ଅଭିଯାନ ଜାରି ରହିଛି। ପରିବହନ କମିଶନର ଅମିତାଭ ଠାକୁରଙ୍କ ନିର୍ଦ୍ଦେଶକ୍ରମେ ତଥା ପୁରୀ ଜିଲାପାଳ ସମର୍ଥ ବର୍ମା ଏବଂ ଏସ୍ପି ଡା. କନୱର ବିଶାଲ ସିଂଙ୍କ ତତ୍ତ୍ୱାବଧାନରେ ଆଞ୍ଚଳିକ ପରିବହନ ଅଧିକାରୀ (ଆର୍ଟିଓ) ରବିନ୍ କୁମାର ପଟ୍ଟନାୟକ ନିୟମ ଉଲ୍ଲଂଘନକାରୀଙ୍କ ଉପରେ ଚଢ଼ାଉ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ଆର୍ଟିଓ ପଟ୍ଟନାୟକ ପୁରୀ-କୋଣାର୍କ ମେରାଇନ୍ ଡ୍ରାଇଭ୍ ରୋଡ୍ରେ ଯାଉଥିଲେ। ଏହି ସମୟରେ ତୋଷାଳି ରିସର୍ଟ ପାଖରେ ୩ ଜଣ ନାବାଳକ କଲେଜ ଛାତ୍ର ଏକ ସ୍କୁଟିରେ କୋଣାର୍କ ଆଡୁ ପୁରୀ ଅଭିମୁଖେ ଆସୁଥିଲେ। ଏକ ସ୍କୁଟିରେ ୩ଜଣଙ୍କୁ ଦେଖି ଆର୍ଟିଓ ପ୍ରଥମେ ସେମାନଙ୍କୁ ଅଟକାଇଥିଲେ। ପରେ ସ୍କୁଟି ଚଲାଉଥିବା ସମ୍ପୃକ୍ତ ଛାତ୍ରଙ୍କ ବୟସ ପଚାରିବାରୁ ୧୮ବର୍ଷରୁ କମ୍ ଏବଂ ତାଙ୍କ ଘର ବାଲିଗୁଆଳି ଅଞ୍ଚଳରେ ବୋଲି ଜଣାପଡ଼ିଥିଲା। ଏହାପରେ ଉକ୍ତ ସ୍କୁଟି ନମ୍ବରରେ ଜରିମାନା ବାବଦକୁ ୨୭ହଜାର ଟଙ୍କାର ଚାଲାଣ କଟାଯାଇଛି। ସେଥିମଧ୍ୟରୁ ସ୍କୁଟିରେ ୩ଜଣ ବସିଥିବାରୁ ୧ହଜାର ଟଙ୍କା, ବିନା ହେଲମେଟ୍ରେ ଗାଡ଼ି ଚଲାଉଥିବାରୁ ୧ହଜାର ଟଙ୍କା ଏବଂ ନାବାଳକ ହୋଇ ସ୍କୁଟି ଚଲାଉଥିବାରୁ ୨୫ହଜାର ଟଙ୍କାର ଜରିମାନା କରାଯାଇଛି। ଏହି ସ୍କୁଟିକୁ ଜବତ କରି ପେଣ୍ଠକଟା ମେରାଇନ ଥାନାରେ ରଖାଯାଇଛି। ଜରିମାନା ବାବଦ ଅର୍ଥ ପୈଠ କରିବା ପରେ ମାଲିକ ସ୍କୁଟି ନେଇପାରିବେ ବୋଲି ସୂଚନା ଦିଆଯାଇଛି। ପ୍ରତିଦିନ ସଡ଼କ ଦୁର୍ଘଟଣା ଯୋଗୁ ଅନେକ ଲୋକଙ୍କ ଜୀବନ ଚାଲିଯାଉଛି। ତେଣୁ ପିଲାଙ୍କୁ ଯାନବାହନ ଚଲାଇବା ପାଇଁ ନ ଦେବାକୁ ଅଭିଭାବକମାନଙ୍କୁ ଆର୍ଟିଓ ପଟ୍ଟନାୟକ ଅନୁରୋଧ କରିଛନ୍ତି।
Posted inHome, Home Left, ଆମ ଜିଲା ଖବର, ପୁରୀ View All
ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍; ଡାକ୍ତରୀ ଛାତ୍ରୀ ଗୁରୁତର
ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…
ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ
ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…
ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ
ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…
ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ
ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…
ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ
ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…
୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ
ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮ ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…
ଯେଉଁ ପିଚ୍ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍
କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍ ମ୍ୟାଚ୍ ଆର୍ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍ରେ ହେବ। ଏଣୁ ପିଚ୍ ଧିମା…
ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…
ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…
Archives

