ନାବାଳକ ସ୍କୁଟି ଚାଳକଙ୍କୁ ୨୭ହଜାର ଜରିମାନା

ପୁରୀ,୧୩ା୮(ଅଜିତ ମହାନ୍ତି)ପୁରୀ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ମୋଟରଯାନ ସଂଶୋଧିତ ଆଇନ ଉଲ୍ଲଂଘନ କରୁଥିବା ଚାଳକଙ୍କ ଉପରେ ଚଢ଼ାଉ ଅଭିଯାନ ଜାରି ରହିଛି। ପରିବହନ କମିଶନର ଅମିତାଭ ଠାକୁରଙ୍କ ନିର୍ଦ୍ଦେଶକ୍ରମେ ତଥା ପୁରୀ ଜିଲାପାଳ ସମର୍ଥ ବର୍ମା ଏବଂ ଏସ୍‌ପି ଡା. କନୱର ବିଶାଲ ସିଂଙ୍କ ତତ୍ତ୍ୱାବଧାନରେ ଆଞ୍ଚଳିକ ପରିବହନ ଅଧିକାରୀ (ଆର୍‌ଟିଓ) ରବିନ୍‌ କୁମାର ପଟ୍ଟନାୟକ ନିୟମ ଉଲ୍ଲଂଘନକାରୀଙ୍କ ଉପରେ ଚଢ଼ାଉ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ଆର୍‌ଟିଓ ପଟ୍ଟନାୟକ ପୁରୀ-କୋଣାର୍କ ମେରାଇନ୍‌ ଡ୍ରାଇଭ୍‌ ରୋଡ୍‌ରେ ଯାଉଥିଲେ। ଏହି ସମୟରେ ତୋଷାଳି ରିସର୍ଟ ପାଖରେ ୩ ଜଣ ନାବାଳକ କଲେଜ ଛାତ୍ର ଏକ ସ୍କୁଟିରେ କୋଣାର୍କ ଆଡୁ ପୁରୀ ଅଭିମୁଖେ ଆସୁଥିଲେ। ଏକ ସ୍କୁଟିରେ ୩ଜଣଙ୍କୁ ଦେଖି ଆର୍‌ଟିଓ ପ୍ରଥମେ ସେମାନଙ୍କୁ ଅଟକାଇଥିଲେ। ପରେ ସ୍କୁଟି ଚଲାଉଥିବା ସମ୍ପୃକ୍ତ ଛାତ୍ରଙ୍କ ବୟସ ପଚାରିବାରୁ ୧୮ବର୍ଷରୁ କମ୍‌ ଏବଂ ତାଙ୍କ ଘର ବାଲିଗୁଆଳି ଅଞ୍ଚଳରେ ବୋଲି ଜଣାପଡ଼ିଥିଲା। ଏହାପରେ ଉକ୍ତ ସ୍କୁଟି ନମ୍ବରରେ ଜରିମାନା ବାବଦକୁ ୨୭ହଜାର ଟଙ୍କାର ଚାଲାଣ କଟାଯାଇଛି। ସେଥିମଧ୍ୟରୁ ସ୍କୁଟିରେ ୩ଜଣ ବସିଥିବାରୁ ୧ହଜାର ଟଙ୍କା, ବିନା ହେଲମେଟ୍‌ରେ ଗାଡ଼ି ଚଲାଉଥିବାରୁ ୧ହଜାର ଟଙ୍କା ଏବଂ ନାବାଳକ ହୋଇ ସ୍କୁଟି ଚଲାଉଥିବାରୁ ୨୫ହଜାର ଟଙ୍କାର ଜରିମାନା କରାଯାଇଛି। ଏହି ସ୍କୁଟିକୁ ଜବତ କରି ପେଣ୍ଠକଟା ମେରାଇନ ଥାନାରେ ରଖାଯାଇଛି। ଜରିମାନା ବାବଦ ଅର୍ଥ ପୈଠ କରିବା ପରେ ମାଲିକ ସ୍କୁଟି ନେଇପାରିବେ ବୋଲି ସୂଚନା ଦିଆଯାଇଛି। ପ୍ରତିଦିନ ସଡ଼କ ଦୁର୍ଘଟଣା ଯୋଗୁ ଅନେକ ଲୋକଙ୍କ ଜୀବନ ଚାଲିଯାଉଛି। ତେଣୁ ପିଲାଙ୍କୁ ଯାନବାହନ ଚଲାଇବା ପାଇଁ ନ ଦେବାକୁ ଅଭିଭାବକମାନଙ୍କୁ ଆର୍‌ଟିଓ ପଟ୍ଟନାୟକ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?