ନାବାଳକ ସ୍କୁଟି ଚାଳକଙ୍କୁ ୨୭ହଜାର ଜରିମାନା

ପୁରୀ,୧୩ା୮(ଅଜିତ ମହାନ୍ତି)ପୁରୀ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ମୋଟରଯାନ ସଂଶୋଧିତ ଆଇନ ଉଲ୍ଲଂଘନ କରୁଥିବା ଚାଳକଙ୍କ ଉପରେ ଚଢ଼ାଉ ଅଭିଯାନ ଜାରି ରହିଛି। ପରିବହନ କମିଶନର ଅମିତାଭ ଠାକୁରଙ୍କ ନିର୍ଦ୍ଦେଶକ୍ରମେ ତଥା ପୁରୀ ଜିଲାପାଳ ସମର୍ଥ ବର୍ମା ଏବଂ ଏସ୍‌ପି ଡା. କନୱର ବିଶାଲ ସିଂଙ୍କ ତତ୍ତ୍ୱାବଧାନରେ ଆଞ୍ଚଳିକ ପରିବହନ ଅଧିକାରୀ (ଆର୍‌ଟିଓ) ରବିନ୍‌ କୁମାର ପଟ୍ଟନାୟକ ନିୟମ ଉଲ୍ଲଂଘନକାରୀଙ୍କ ଉପରେ ଚଢ଼ାଉ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ଆର୍‌ଟିଓ ପଟ୍ଟନାୟକ ପୁରୀ-କୋଣାର୍କ ମେରାଇନ୍‌ ଡ୍ରାଇଭ୍‌ ରୋଡ୍‌ରେ ଯାଉଥିଲେ। ଏହି ସମୟରେ ତୋଷାଳି ରିସର୍ଟ ପାଖରେ ୩ ଜଣ ନାବାଳକ କଲେଜ ଛାତ୍ର ଏକ ସ୍କୁଟିରେ କୋଣାର୍କ ଆଡୁ ପୁରୀ ଅଭିମୁଖେ ଆସୁଥିଲେ। ଏକ ସ୍କୁଟିରେ ୩ଜଣଙ୍କୁ ଦେଖି ଆର୍‌ଟିଓ ପ୍ରଥମେ ସେମାନଙ୍କୁ ଅଟକାଇଥିଲେ। ପରେ ସ୍କୁଟି ଚଲାଉଥିବା ସମ୍ପୃକ୍ତ ଛାତ୍ରଙ୍କ ବୟସ ପଚାରିବାରୁ ୧୮ବର୍ଷରୁ କମ୍‌ ଏବଂ ତାଙ୍କ ଘର ବାଲିଗୁଆଳି ଅଞ୍ଚଳରେ ବୋଲି ଜଣାପଡ଼ିଥିଲା। ଏହାପରେ ଉକ୍ତ ସ୍କୁଟି ନମ୍ବରରେ ଜରିମାନା ବାବଦକୁ ୨୭ହଜାର ଟଙ୍କାର ଚାଲାଣ କଟାଯାଇଛି। ସେଥିମଧ୍ୟରୁ ସ୍କୁଟିରେ ୩ଜଣ ବସିଥିବାରୁ ୧ହଜାର ଟଙ୍କା, ବିନା ହେଲମେଟ୍‌ରେ ଗାଡ଼ି ଚଲାଉଥିବାରୁ ୧ହଜାର ଟଙ୍କା ଏବଂ ନାବାଳକ ହୋଇ ସ୍କୁଟି ଚଲାଉଥିବାରୁ ୨୫ହଜାର ଟଙ୍କାର ଜରିମାନା କରାଯାଇଛି। ଏହି ସ୍କୁଟିକୁ ଜବତ କରି ପେଣ୍ଠକଟା ମେରାଇନ ଥାନାରେ ରଖାଯାଇଛି। ଜରିମାନା ବାବଦ ଅର୍ଥ ପୈଠ କରିବା ପରେ ମାଲିକ ସ୍କୁଟି ନେଇପାରିବେ ବୋଲି ସୂଚନା ଦିଆଯାଇଛି। ପ୍ରତିଦିନ ସଡ଼କ ଦୁର୍ଘଟଣା ଯୋଗୁ ଅନେକ ଲୋକଙ୍କ ଜୀବନ ଚାଲିଯାଉଛି। ତେଣୁ ପିଲାଙ୍କୁ ଯାନବାହନ ଚଲାଇବା ପାଇଁ ନ ଦେବାକୁ ଅଭିଭାବକମାନଙ୍କୁ ଆର୍‌ଟିଓ ପଟ୍ଟନାୟକ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri