ବାଲି ବୋଝେଇ ହାଇୱାରେ ପାଲ ଢାଙ୍କିବା ସାଜିଲା କାଳ: ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ନାବାଳକ ଗୁରୁତର

ବଞ୍ଚୋ, ୧୨।୩ (ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ଅନ୍ତର୍ଗତ ହାବଳେଶ୍ୱର ହାଇସ୍କୁଲ ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ବାଲି ବୋଝେଇ ହାଇୱା ଟ୍ରକରେ ପାଲ ଢାଙ୍କୁଥିବା ସମୟରେ ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ନାବାଳକ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ନାବାଳକ ଜଣକ ହେଉଛନ୍ତି ଶାଳଣିଆଁ ପଞ୍ଚାୟତ ଏଲକଣିଆଁ ଗ୍ରାମର ସଦାନନ୍ଦ ସାହୁଙ୍କ ପୁଅ ସୌମ୍ୟଜୀତ ସାହୁ (୧୪)। ସେ ଜଣେ ନବମ ଶ୍ରେଣୀର ଛାତ୍ର ବୋଲି ଜଣାପଡ଼ିଛି।

ସୂଚନା ଅନୁଯାୟୀ, ଗୁରୁବାର ଭୋର ପ୍ରାୟ ୩ଟାରୁ ୪ଟା ମଧ୍ୟରେ ଏହି ଦୁର୍ଘଟଣା ଘଟିଥିଲା। ହାଇୱା ଉପରେ ପାଲ ଢାଙ୍କୁଥିବା ବେଳେ ସୌମ୍ୟଜୀତ ହଠାତ ଉପରେ ଯାଇଥିବା ହାଇଭୋଲ୍ଟେଜ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲେ। ପରିବାର ଲୋକ ଓ ହାଇୱା ମାଲିକ ତାଙ୍କୁ ଉଦ୍ଧାର କରି ପ୍ରଥମେ ଶାଳଣିଆଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ମାତ୍ର ଅବସ୍ଥା ଅଧିକ ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନା (SCB)କୁ ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି।
ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଜଣେ ୧୪ ବର୍ଷର ନାବାଳକଙ୍କୁ କିଭଳି ଭାରୀଯାନ ପରି ବିପଦପୂର୍ଣ୍ଣ କାର୍ଯ୍ୟରେ ନିୟୋଜିତ କରାଗଲା, ସେ ନେଇ ହାଇୱା ମାଲିକଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଗ୍ରାମବାସୀ ଦାବି କରିଛନ୍ତି।

ଗତ ଜାନୁଆରୀ ୨୫ରେ ବିଷ୍ଣୁପୁର ଗ୍ରାମର ଆନନ୍ଦ ଜେନାଙ୍କର ହାଇୱା ଚାପରେ ମୃତ୍ୟୁ ହୋଇଥିଲା। ଏହାପରେ ଉପଜିଲାପାଳଙ୍କ ନିଷ୍ପତ୍ତି କ୍ରମେ ଏହି ରାସ୍ତାରେ ଭାରୀଯାନ ଚଳାଚଳ ବନ୍ଦ ଥିଲେ ମଧ୍ୟ ପ୍ରଶାସନିକ ଶିଥିଳତା ଯୋଗୁ ବାଲି ଚୋରା ଚାଲାଣ ଜାରି ରହିଛି। ସ୍ଥାନୀୟ ପୋଲିସ, ଖଣି ବିଭାଗ ଓ ଜିଲା ପ୍ରଶାସନ ସବୁ ଜାଣିଶୁଣି ନିରବ ରହୁଥିବାରୁ ବାଲି ମାଫିଆମାନେ ଅତି ବିପଦପୂର୍ଣ୍ଣ ଭାବେ ଗାଡ଼ି ଚଳାଉଥିବା ଅଭିଯୋଗ ହେଉଛି। ଏହି ଦୁର୍ଘଟଣା ପାଇଁ ହାଇୱା ମାଲିକ ଓ ପ୍ରଶାସନିକ ଅବହେଳା ସମ୍ପୂର୍ଣ୍ଣ ଦାୟୀ। ନାବାଳକଙ୍କୁ ବିପଦପୂର୍ଣ୍ଣ କାମରେ ଲଗାଇବା ଏକ ଅପରାଧ ବୋଲି ସ୍ଥାନୀୟ ବାସିନ୍ଦା ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ,୩ ଜଣଙ୍କୁ ଗିରଫ କରି…

ଦେବଗଡ଼,୧୮ା୯(ଶଶାଙ୍କ ଶେଖର ଝାଙ୍କର): ପିକ୍‌ଅପ୍‌ ଭ୍ୟାନ୍‌ରେ ବେଆଇନ ଛେଳି ଚାଲାଣ ଘଟଣାରେ ଦେବଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପିକ୍‌ଅପ୍‌ ଭ୍ୟାନ୍‌ ଚାଳକ…

ବିପଦସଙ୍କୁଳ ଶ୍ରେଣୀଗୃହରେ ଚାଲିଛି ଐତିହ୍ୟପୂର୍ଣ୍ଣ ଶିକ୍ଷାନୁଷ୍ଠାନ

ସାକ୍ଷୀଗୋପାଳ,୧୮।୯(ପ୍ରଶାନ୍ତ କୁମାର ବାରିକ): ଯେଉଁଠି ଦିନେ ଶିକ୍ଷା ସହ ଶ୍ରମ, ଶୃଙ୍ଖଳା, ସେବା, ସ୍ବାବଲମ୍ବନ ଓ ଦେଶପ୍ରେମର ମନ୍ତ୍ର ଫୁଙ୍କି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ‘ମଣିଷ…

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?