ଟ୍ୟୁସନ ସାରି ଘରକୁ ଫେରୁଥିଲେ, ସ୍କୁଟି ଆଗକୁ ଚାଲିଆସିଲା କୁକୁର: ନାବାଳକ ଗୁରୁତର, ମାନବିକତା ଦେଖାଇଲେ…

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼-ଭଟଲି ମୁଖ୍ୟ ରାସ୍ତାର ଡାଙ୍ଗ ପେଟ୍ରୋଲ ପମ୍ପ ସମ୍ମୁଖରେ ବୁଧବାର ଏକ ଶୋଚନୀୟ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ୧୫ ବର୍ଷୀୟ ନାବାଳକ ଗୁରୁତର ଆହତ ହୋଇଛନ୍ତି। ଆହତ ନାବାଳକ ଜଣକ ହେଲେ ପିପିଲିପାଲି ଗ୍ରାମର ସୁଶାନ୍ତ ପଞ୍ଚବିହାରଙ୍କ ପୁଅ ଶୁଭ୍ରଜିତ।

ସୂଚନା ଅନୁଯାୟୀ, ଶୁଭ୍ରଜିତ ଟ୍ୟୁସନ ସାରି ନିଜ ସ୍କୁଟିରେ ଘରକୁ ଫେରୁଥିବା ସମୟରେ ହଠାତ୍ ଏକ କୁକୁର ରାସ୍ତା ମଝିକୁ ଦୌଡ଼ି ଆସିଥିଲା। ଫଳରେ ସ୍କୁଟିଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଦୁର୍ଘଟଣାରେ ଶୁଭ୍ରଜିତଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିବା ସହ ପ୍ରବଳ ରକ୍ତସ୍ରାବ ହୋଇଥିଲା।

ସେହି ସମୟରେ ସେହି ରାସ୍ତା ଦେଇ ଯାଉଥିବା ‘ସଂକଳ୍ପ ପରିବାର’ର ସଭାପତି ତଥା ସ୍ୱେଚ୍ଛାସେବୀ ବିକାଶ ଅଗ୍ରୱାଲ ଗୁରୁତର ନାବାଳକଙ୍କୁ ଦେଖି ତୁରନ୍ତ ନିଜ କାର୍‌ରେ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଶୁଭ୍ରଜିତଙ୍କ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ତେବେ ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ଏବଂ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ତାଙ୍କୁ ବୁର୍ଲା ସ୍ଥିତ ଭୀମସାର୍ (VIMSAR) ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିଲେ।

ଏହାପରେ ଶୁଭ୍ରଜିତଙ୍କ ମୋବାଇଲ ଫୋନ୍‌ ମାଧ୍ୟମରେ ତାଙ୍କ ପରିବାର ଲୋକଙ୍କ ସହ ଯୋଗାଯୋଗ କରାଯାଇ ଦୁର୍ଘଟଣା ସମ୍ପର୍କରେ ସୂଚନା ଦିଆଯାଇଥିଲା। ପରିବାର ଲୋକେ ହସ୍ପିଟାଲରେ ପହଞ୍ଚିବା ପରେ ଉନ୍ନତ ଚିକିତ୍ସା ପାଇଁ ତାଙ୍କୁ ଏକ ଘରୋଇ ହସ୍ପିଟାଲକୁ ନେଇଥିବା ସୂଚନା ମିଳିଛି। ସ୍ୱେଚ୍ଛାସେବୀଙ୍କ ଏହି ତୁରନ୍ତ ଏବଂ ମାନବୀୟ ପଦକ୍ଷେପକୁ ସ୍ଥାନୀୟ ଅଞ୍ଚଳରେ ଉଚ୍ଚ ପ୍ରଶଂସା କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କୁ ଜୀବିତ ଦର୍ଶାଇ ୧୪ ଏକର ଜମି କିଣାବିକାରେ ଜାଲିଆତି: ଧାନ ପଞ୍ଜିକରଣରୁ ବାଦ୍ ପଡ଼ିଲେ ଚାଷୀ,ରାଜରାସ୍ତାକୁ…

ଛତ୍ରପୁର, ୯।୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ନରେନ୍ଦ୍ରପୁର ମୌଜାରେ ଜମି କିଣାବିକାକୁ ନେଇ ଏକ ବଡ଼ ଧରଣର ଜାଲିଆତି ହୋଇଥିବା…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ବିବାହ ପରେ ବି ପିଛା ଛାଡ଼ୁ ନ ଥିଲେ! ନାବାଳିକାଙ୍କୁ ଅସଦାଚରଣ କରି ବ୍ରହ୍ମପୁର ଜେଲ୍‌ ଗଲେ ରାଜମିସ୍ତ୍ରୀ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ଜଣେ ଯୁବକଙ୍କୁ ଗିରଫ…

ସ୍ତ୍ରୀଙ୍କୁ ଦେଉ ନ ଥିଲେ ଭରଣପୋଷଣ: କୋର୍ଟ ୱାରେଣ୍ଟ ବଳରେ ସ୍ୱାମୀଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନ ଦେବା ସ୍ୱାମୀଙ୍କୁ ପଡ଼ିଲା ମହଙ୍ଗା। କୋର୍ଟଙ୍କ ନିର୍ଦ୍ଦେଶ ଅବମାନନା କରିବା ଅଭିଯୋଗରେ ଶେଷରେ ପୋଲିସ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ହାଟଡିହୀ ବିଇଓ ରାଜୀବ ଦଳେଇ ନିଲମ୍ବିତ: କାର୍ଯ୍ୟରେ ଅବହେଳା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ

ହାଟଡିହୀ/ଛେନାପଦୀ, ୯।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ରାଜୀବ ଦଳେଇଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ବୁଧବାର ମଧ୍ୟାହ୍ନରେ ସ୍ପେଶାଲ ମେସେଞ୍ଜର…

ବିନା ଅନୁମତିରେ ସାଉଣ୍ଡ ବାଜିଲେ ଜବତ ହେବ ଡିଜେ ଗାଡ଼ି, ସିଧା ହେବେ ଗିରଫ: ପାର୍ବଣ ପୂର୍ବରୁ ପୋଲିସର ଚେତାବନୀ

ପୁରୁଷୋତ୍ତମପୁର,୯।୯(ସବିତା ମିଶ୍ର): ଆଗାମୀ ପୂଜାପାର୍ବଣ ସମୟରେ ଶବ୍ଦ ପ୍ରଦୂଷଣ ରୋକିବା ପାଇଁ ପୁରୁଷୋତ୍ତମପୁର ପୋଲିସ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ଉପଜିଲାପାଳଙ୍କ ବିନା ଅନୁମତିରେ କୌଣସି ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri