ମଦ୍ୟପ ବାପାଙ୍କ ଉନ୍ମତ୍ତ କାଣ୍ଡ: ନାବାଳକ ପୁଅଙ୍କୁ ଛୁରିରେ କଲେ ଆକ୍ରମଣ

ହିଞ୍ଜିଳିକାଟୁ,୫ା୨(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପୋଡିଙ୍ଗି ଗାଁରେ ବୁଧବାର ମଦନିଶାରେ ନାବାଳକ ପୁଅଙ୍କୁ ଛୁରିରେ ଆକ୍ରମଣ କରିଛନ୍ତି ବାପା। ଆକ୍ରମଣ ପରେ ଅଭିଯୁକ୍ତ ବାପା ଫେରାର ଅଛନ୍ତି। ହିଞ୍ଜିଳି ପୋଲିସ ଥାନାରେ ମାମଲା ରୁଜୁ କରି ଘଟଣାର ତଦନ୍ତ ସହ ଅଭିଯୁକ୍ତ ବାପାଙ୍କୁ ଗିରଫ ପାଇଁ ଉଦ୍ୟମ ଚଳାଇଛି।

ପ୍ରକାଶ ଯେ, ହିଞ୍ଜିଳି ଥାନା ପୋଡିଙ୍ଗି ଗ୍ରାମର ମନୋଜ ବେହେରା ବିଭିନ୍ନ ସମୟରେ ମଦ୍ୟପାନ କରି ସ୍ତ୍ରୀ ବାସନ୍ତୀଙ୍କ ସହ ଘରେ ଗଣ୍ଡଗୋଳ କରନ୍ତି। ଗତ ୭ ମାସ ପୂର୍ବେ ସ୍ବାମୀଙ୍କ ନିର୍ଯାତନା ସହ୍ୟ କରି ନ ପାରି ବାସନ୍ତୀ ୨ପୁଅ ଶିବ (୧୩) ଓ ସୁମନ(୧୦)ଙ୍କୁ ନେଇ ଭୁବନେଶ୍ୱର ଚାଲିଯାଇଥିଲେ। ସେଠାରେ ସେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବେଳେ ଗତ ଶନିବାର ମନୋଜ ଭୁବନେଶ୍ବରରେ ପହଞ୍ଚି ଭବିଷ୍ୟତରେ ପରିବାର ସହ କୌଣସି ଗଣ୍ଡଗୋଳ କରିବେ ନାହିଁ ବୋଲି ଜବାବ ରଖିଥିଲେ। ସ୍ବାମୀଙ୍କ ଉପରେ ଭରସା ରଖି ବାସନ୍ତୀ ୨ ପୁଅକୁ ନେଇ ଗତ ସୋମବାର ପୋଡିଙ୍ଗି ଗାଁକୁ ଫେରିଥିଲେ। ମଙ୍ଗଳବାର କୌଣସି କଥାକୁ କେନ୍ଦ୍ର କରି ପୁଣି ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ କଳହ ଲାଗିଥିଲା। ଏଥିରେ ମନୋଜ ଉତ୍ତ୍ୟକ୍ତ ହୋଇ ପରିବାରର ସମସ୍ତଙ୍କୁ ହତ୍ୟା ପାଇଁ ଧମକ ଦେଇଥିଲେ। ବୁଧବାର ସାନପୁଅ ସୁମନ ସାଙ୍ଗମାନଙ୍କ ସହ ଗାଁ ଦାଣ୍ଡରେ ଖେଳୁଥିଲେ। ସେହି ବାଟରେ ମନୋଜ ମଦ ନିଶାରେ ଚୂର ହୋଇ ହଠାତ୍‌ ସାନପୁଅ ସୁମନଙ୍କୁ ଏକ ଛୁରିରେ ଆକ୍ରମଣ କରିଥିଲେ। ଆକ୍ରମଣରେ ନାବାଳକ ପୁଅ ସୁମନ ରକ୍ତ ଜୁଡୁବୁଡୁ ହୋଇ ତଳେ ପଡ଼ିଯାଇଥିଲେ। ସାଙ୍ଗମାନେ ପାଟିତୁଣ୍ଡ କରିବାରୁ ମନୋଜ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଖବର ପାଇ ବାସନ୍ତୀ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ସୁମନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସୁମନଙ୍କ ମୁହଁ ଓ ଶରୀରର ବିଭିନ୍ନ ଅଂଶରେ ଆଘାତ ଲାଗିଛି। ସେ ଚିକିତ୍ସା ପରେ ବିପଦମୁକ୍ତ ଥିବା ଜଣାପଡିଛି। ଘଟଣା ନେଇ ବାସନ୍ତୀ ହିଞ୍ଜିଳି ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଥାନାରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ ପାଇଁ ତନାଘନା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri