ଚିକିତ୍ସା ଆଳରେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ: ଡାକ୍ତରଙ୍କୁ ଅଟକ, ତଦନ୍ତ ଜାରି

ବାରିପଦା ଅଫିସ,୧୩।୧୨: ମୟୂରଭଞ୍ଜ ଜିଲା ବାରିପଦା ପିଆର୍‌ଏମ୍‌ ମେଡିକାଲ କଲେଜରେ ଏକ ଅଭାବନୀୟ ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି । ଚିକିତ୍ସା ପାଇଁ ଆସିଥିବା ନାବାଳିକା ଛାତ୍ରୀଙ୍କୁ ମେଡିକାଲର ଶିଶୁ ବିଭାଗରେ କାର୍ଯ୍ୟରତ ଡାକ୍ତର ଜଣକ ଚିକିତ୍ସା ଆଳରେ ଅସଦାଚରଣ କରିଥିବା ନେଇ ଅଭିଯୋଗ ହୋଇଛି। ଏହି ସଂକ୍ରାନ୍ତରେ ପୀଡିତାଙ୍କ ମା’ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା(ନଂ.୧୦୬୨/୨୨) ରୁଜୁ କରି ତଦନ୍ତ ଜାରି ରଖିଛି। ଅନ୍ୟପକ୍ଷେ ପୋଲିସ ଡାକ୍ତରଙ୍କୁ ଅଟକ ରଖି ଅଧିକ ପଚରାଉଚୁରା କରୁଛି।

ମିଳିଥିବା ସୂଚନା ମୁତାବକ, ସୋମବାର ଆଦିବାସୀ ହଷ୍ଟେଲର ଜନୈକା ନାବାଳିକା ଛାତ୍ରୀଙ୍କ ପେଟ ଓ ଛାତିରେ ଯନ୍ତ୍ରଣା ହୋଇଥିଲା। ଏନେଇ ହଷ୍ଟେଲ କର୍ତ୍ତୃପକ୍ଷ ପିଆର୍‌ଏମ୍‌ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଶିଶୁ ବିଭାଗରେ କାର୍ଯ୍ୟରତ ଡାକ୍ତର ସୌରଭ ଉପାଧ୍ୟାୟ ନାବାଳିକା ଛାତ୍ରୀକୁ ସ୍ବାସ୍ଥ୍ୟ ଯାଞ୍ଚ ଆଳରେ ଅସଦାଚରଣ କରିଥିବା ଛାତ୍ରୀ ଜଣକ ପରିବାର ଲୋକଙ୍କୁ କହିଥିଲେ। ଏହାକୁ ନେଇ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଡାକ୍ତର ଜଣକ ମଦ୍ୟପାନ କରି ହସ୍ପିଟାଲ କାର୍ଯ୍ୟରେ ନିୟୋଜିତ ଥିବା ବେଳେ ଛାତ୍ରୀକୁ ଅସଦାଚରଣ କରିଥିବା ମଧ୍ୟ ଅଭିଯୋଗ ହୋଇଛି। ଖବର ପାଇ ଟାଉନ ଥାନା ପୋଲିସ ଉତ୍ତେଜନା ପ୍ରକାଶ ପାଇବା ପରେ ହସ୍ପିଟାଲରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲା। କାର୍ଯ୍ୟରତ ଡାକ୍ତର ସୌରଭ ଉପାଧ୍ୟାୟ ଅଭିଯୋଗକୁ ଖଣ୍ଡନ କରିଛନ୍ତି। ସେ କୌଣସି ପ୍ରକାର ଅସଦାଚରଣ କରି ନାହାନ୍ତି। କେବଳ ଚିକିତ୍ସା ପାଇଁ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରୁଥିବା କହିଛନ୍ତି। ଅନ୍ୟପକ୍ଷେ ପୋଲିସ ନାବାଳିକା ଛାତ୍ରୀ ଏବଂ ପରିବାର ଲୋକଙ୍କ ବୟାନକୁ ରେକର୍ଡ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri