ନାବାଳକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣା: ଜେଲ ଗଲେ ୩ ଅଭିଯୁକ୍ତ

ଥୁଆମୂଳ ରାମପୁର, ୨୯।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ବିରିକୋଟ ଗ୍ରାମର ସୁନି ସାହୁଙ୍କ ୧୫ ବର୍ଷିଆ ନାବାଳକ ପୁଅ ନରେଶ ସାହୁଙ୍କ ମୃତ ଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ପୋଲିସ ୩ଜଣଙ୍କୁ  ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି।
ମୃତ ନାବାଳକଙ୍କ ମା’ ଥାନାରେ ଦେଇଥିବା ଅଭିଯୋଗ କ୍ରମେ, ନରେଶ ପାଖ ଗାଁର ଜଣେ ଝିଅଙ୍କୁ ପ୍ରେମ କରୁଥିଲେ। ଗତ ବୁଧବାର ଦୁହେଁ କଥା ହେବା ସମୟରେ ଝିଅଙ୍କ ମା’ ଦେଖିନେଇ ନରେଶଙ୍କୁ ଗାଳିଗୁଲଜ ସହ ମାରପିଟ ମଧ୍ୟ କରିଥିଲେ। ମା’ଙ୍କ ରାଗ ଦେଖି ଝିଅ ସେଠାରୁ ପଳାଇ ଯାଇ ଅନ୍ୟ ଜଣେ ବନ୍ଧୁଙ୍କ ଫୋନ୍‌ରୁନରେଶଙ୍କ ବିଷୟରେ ପଚାରୁଥିଲେ। ହେଲେ ସେ ଘରକୁ ଫେରି ନ ଥିବାରୁ ନାବାଳକଙ୍କ ପରିବାର ଲୋକଙ୍କୁ ଯାହା ଘଟିଥିଲା ତାହା କହିଥିଲେ। ଏହାକୁ ନେଇ ନରେଶଙ୍କ ବାପା ଏପରିକି ଆଖପାଖ ବନ୍ଧୁ ବାନ୍ଧବଙ୍କ ଘର ସହ ଅନ୍ୟାନ୍ୟ ସ୍ଥାନରେ ତାଙ୍କୁ ଖୋଜାଖୋଜି କରିଥିଲେ। ହେଲେ ପୁଅ ନରେଶଙ୍କ ସନ୍ଧାନ ମିଳିପାରି ନ ଥିଲା। ଶେଷରେ ସେ ଝିଅଙ୍କ ପରିବାରକୁ ଦାୟୀ କରି ଥୁଆମୂଳ ରାମପୁର ପୋଲିସରେ ଗୁରୁବାର ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଏକ ନିଖୋଜ ମାମଲା କେସ ନମ୍ବର ୯୮/୨୫ ରୁଜୁ ତଦନ୍ତ ଜାରି ରଖିଥିଲା। ହେଲେ ଶନିବାର ଗ୍ରାମର କିଛି ଯୁବକ ଗଛରେ ନାବାଳକଙ୍କ ମୃତଦେହ ଝୁଲୁଥିବା ଦେଖିବାକୁ ପାଇଥିଲେ। ଏନେଇ ପରିବାରଲୋକଙ୍କୁ ଜଣାଇବାରୁ ପରିବାର ଲୋକେ ଥୁଆମୂଳ ରାମପୁର ଥାନାକୁ ଖବର ଦେଇଥିଲେ। ପୋଲିସ ଖବର ପାଇ ଏସଆଇ ରଶ୍ମିରଞ୍ଜନ ବାଗ ଏବଂ ଏଏସଆଇ ପ୍ରହଲ୍ଲାଦ ପାଣିଗ୍ରାହୀ ଓ ପୋଲିସ କର୍ମଚାରୀଙ୍କ ସମେତ ମାଜିଷ୍ଟେଟ ସନାତନ ମହାରଣା ଘଟଣାସ୍ଥଳରେ ପହଞ୍ଚିବା ସହ ସନ୍ଧାନି କୁକୁର ଏବଂ ସାଇଣ୍ଟିଫିକ ଟିମକୁ ଖବର ଦେଇଥିଲେ।  ଖବର ପାଇ ତଦନ୍ତ ଅଧିକାରୀ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ଗୋଷ୍ଟି ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ପରବର୍ତ୍ତୀ ସମୟରେ ପରିବାରଲୋକଙ୍କୁ ମୃତଦେହ ବ୍ୟବଚ୍ଛେଦ ପରେ ହସ୍ତାନ୍ତର କରାଯାଇଥିଲା l  ପୋଲିସ ଏହି ଘଟଣାରେ ତଦନ୍ତ କରି ଝିଅର ମା’ ଭଜନ୍ତି ରାଉତ ( ୩୫), ବାପା ଲେମ୍ବୁ ରାଉତ (୪୦) ଏବଂ ଶଙ୍କର ଗୌଡ଼ (୧୯)ଙ୍କୁ ଉ/ଡି ୧୦୮/୩(୫)ବିଏନ୍‌ଏସ୍‌ ଧାରାରେ ନାବାଳକକୁ ଆତ୍ମହତ୍ୟା କରିବାକୁ ପ୍ରବର୍ତ୍ତାଇଥିବା ସନ୍ଦେହରେ ଅଭିଯୁକ୍ତମାନଙ୍କୁ ଗିରଫ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ କୈବଲ୍ୟ ସେଠ ସୂଚନା ଦେଇଛନ୍ତି l

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?