ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି ଚାଳନାରେ ଚୂଡାମଣି ଗ୍ରାମର ମାନସ ସେଠୀ ନାମକ ଜଣେ ଯୁବକ ଆହତ ହୋଇଛନ୍ତି।

ସୂଚନା ଅନୁଯାୟୀ, ଶାଶୁ ଭୁଆସୁଣୀ ଗ୍ରାମର ଏକ ମନ୍ଦିରରେ ପୂଜାକାର୍ଯ୍ୟ ଚାଲିଥିବା ସମୟରେ ଏହି ଗୁଳିମାଡ଼ ହୋଇଥିଲା। ଗୁଳିଟି ମାନସଙ୍କ ହାତରେ ବାଜିଥିଲା। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ପ୍ରାଥମିକ ଚିକିତ୍ସା କରାଯାଇଛି ଏବଂ ବର୍ତ୍ତମାନ ସେ ସୁସ୍ଥ ଥିବା ଜଣାପଡ଼ିଛି। ଆହତ ମାନସ ସେଠୀ ଚୂଡାମଣି ସାମୁଦ୍ରିକ ଥାନାର ଜଣେ ନୂତନ ନିଯୁକ୍ତିପ୍ରାପ୍ତ କର୍ମଚାରୀ ବୋଲି ଜଣାପଡ଼ିଛି।

ଗୁଳି ଚାଳନା କରିଥିବା ନାବାଳକ ଜଣକ ଜଣେ ପୋଲିସ ଅଧିକାରୀଙ୍କ ସମ୍ପର୍କୀୟ ବୋଲି ଚର୍ଚ୍ଚା ହେଉଛି। ତେବେ ଜଣେ ନାବାଳକଙ୍କ ପାଖକୁ ବନ୍ଧୁକ କେଉଁଠାରୁ ଆସିଲା, ତାହା ଏବେ ଏକ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଅସାବଧାନତା କାରଣରୁ ଏହି ଗୁଳି ଫୁଟିଥିବା ପ୍ରାଥମିକ ଭାବେ ଅନୁମାନ କରାଯାଉଛି।

ଏ ସମ୍ପର୍କରେ ଚୂଡାମଣି ଆଇଆଇସି ବନାନୀ ବେହେରାଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ଏହି ଘଟଣା ବାବଦରେ ବର୍ତ୍ତମାନ ସୁଦ୍ଧା କୌଣସି ଲିଖିତ ଅଭିଯୋଗ ହୋଇନାହିଁ। ତଥାପି ପୋଲିସ ନିଜ ଆଡ଼ୁ ଘଟଣାର ପ୍ରାଥମିକ ତଦନ୍ତ ଆରମ୍ଭ କରିଛି। ନାବାଳକ ଜଣକ ବନ୍ଧୁକ କେଉଁଠୁ ପାଇଲେ ଏବଂ ତାହା କାହାର, ସେ ନେଇ ଅନୁସନ୍ଧାନ ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୋସୋରେ ଫୁଟିଲା ଗୁଳି, ବ୍ୟବସାୟୀଙ୍କଠାରୁ ଲୁଟ୍‌

ହାଟଡିହୀ, ୨୭।୯ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ଗୁଳି ଫୁଟାଇ ଜଣେ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ଗତ ଶନିବାର…

ପର୍ଯ୍ୟଟନର ବାର୍ତ୍ତା ନେଇ ଦୌଡ଼ିଲେ ଶତାଧିକ ଛାତ୍ରୀଛାତ୍ର

କୋରାପୁଟ,୨୭ା୯(ଅମିତାଭ ବେହେରା): ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶନିବାର ପର୍ଯ୍ୟଟନ ସଚେତନତାର ବାର୍ତ୍ତା ଦିଆଯାଇଛି। ପର୍ଯ୍ୟଟନସ୍ଥଳୀ ପ୍ରତି ଲୋକଙ୍କ ଆଗ୍ରହ ବଢ଼ାଇବା…

ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ ସରକାରୀ ଅଧିକାରୀ, ଆୟବର୍ହିଭୂତ ସମ୍ପତ୍ତି ଠୁଳ କରି ସହକାରୀ ଯନ୍ତ୍ରୀ…

ମାଲକାନଗିରି,୨୭ା୯(ଦୁର୍ଯ୍ୟୋଧନ ପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ବିରୋଧରେ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ମାଲକାନଗିରି ଜିଲା ମାଥିଲି…

ଭାଗବତର ମହକରେ ଅତିବଡ଼ି: ଝଙ୍କୃତ ହେଲା କବିତା

ଦାରିଙ୍ଗବାଡ଼ି, ୨୭/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡ. ଭୀମରାଓ ଆମ୍ବେଦକର ଜାତୀୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ଅପରାହ୍ନରେ ଅତିବଡ଼ି ଜଗନ୍ନାଥ ଦାସଙ୍କ…

ପାଇପ ବିଛାଇବା ପାଇଁ ଗାଁ ଗାଁରେ ଖୋଳା ଚାଲିଛି କଂକ୍ରିଟ ରାସ୍ତା: ପାଇପ ବିଛାଇବା ପରେ ମରାମତି ନାହିଁ

ଅମରପାଲି, ୨୭।୯ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଗ୍ରାମରେ ମେଗା ପାନୀୟଜଳ ପ୍ରକଳ୍ପ ପାଇଁ ପାଇପ ବିଛାଇବା କାମ ଚାଲିଛି। ଏଥିପାଇଁ ଏକ…

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ବୌଦ୍ଧ ବିଧାୟକଙ୍କ ନାଁରେ ଗିରଫ ପରୱାନା

ହରଭଙ୍ଗା,୨୭ା୯(ନରେନ୍ଦ୍ର କୁମାର ସାହୁ): ୨୦୨୪ରେ ଅନୁଷ୍ଠିତ ୧୭ତମ ବିଧାନସଭା ନିର୍ୱାଚନ ସମୟରେ ବର୍ତ୍ତମାନର ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?