୨ ସାଙ୍ଗଙ୍କ ସହ ମାଛ ଧରିବାକୁ ଯାଇଥିଲେ, ନାଳରେ ଭାସିଲା ଛାତ୍ରଙ୍କ ମୃତଦେହ; ସନ୍ଦେହରେ…

ପାଟଣା,୨୫।୧୧(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାମାଳି ପୋଷି ପଞ୍ଚାୟତ କେତାଙ୍ଗ ଗ୍ରାମ ନାଳରୁ ମଙ୍ଗଳବାର ଜଣେ ନବମ ଶ୍ରେଣୀରେ ଅଧ୍ୟୟନ କରୁଥିବା ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଉଛନ୍ତି କେତାଙ୍ଗ ଗ୍ରାମର ପ୍ରମୋଦ କୁମାର ନାଏକଙ୍କ ପୁଅ ଆକାଶ(୧୫)।

ସୂଚନା ଅନୁଯାୟୀ, ସୋମବାର ୧୧ଟାରେ ଆକାଶ ଗାଁ ର ଆଉ ୨ସାଙ୍ଗଙ୍କ ସହ ମିଶି ନାଳକୁ ମାଛ ଧରିବା ପାଇଁ ଯାଇଥିଲେ। ୨ ସାଙ୍ଗ ଘରକୁ ପ୍ରଥମେ ଚାଲି ଆସିଥିବା ବେଳେ ଆକାଶ ଘରକୁ ଫେରି ନ ଥିଲେ। ଘର ଲୋକେ ବହୁ ଖୋଜାଖୋଜି କରିବା ପରେ ମଙ୍ଗଳବାର ନାଳରେ ଆକାଶଙ୍କ ମୃତଦେହ ଭାସୁଥିବା ଦେଖି ଘଟଗାଁ ପୋଲିସ ଓ ପାଟଣା ଅଗ୍ନିଶମବାହିନୀକୁ ଖବର ଦେଇଥିଲେ। ପାଟଣା ଅଗ୍ନିଶମ ବାହିନୀ ମୃତଦେହ ଉଦ୍ଧାର କରିଥିଲେ। ମଙ୍ଗଳବାର ସା ହୋଇଥିବାରୁ ମୃତଦେହକୁ ବ୍ୟବଚ୍ଛେଦ କରାଯାଇପାରି ନାହିଁ । ମୃତଦେହକୁ କେନ୍ଦୁଝର ଶବଗୃହରେ ରଖାଯାଇଛି । ଏନେଇ ଘଟଗାଁ ଥାନା ରେ ୫୭/୨୫ରେ ମାମଲା ରୁଜୁ ହୋଇଛି ବୋଲି ଢେଙ୍କିକୋଟ ଫାଣ୍ଡି ଅଧିକାରୀ ତ୍ରିନାଥ ନାଏକ କହିଛନ୍ତି। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁ କାରଣ ଜଣାପଡ଼ିବ ବୋଲି ଫାଣ୍ଡି ଅଧିକାରୀ ନାଏକ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri