ଭିନ୍ନକ୍ଷମ ନାବାଳକଙ୍କୁ ମିଳୁନି ସରକାରୀ ସହାୟତା

ରାଉରକେଲା,୧୯ା୬(ବିପ୍ଲବ ରଞ୍ଜନ ଦାଶ): ରାଉରକେଲା ଆର୍‌ଏମ୍‌ସି ଅଧୀନ ୪ ନମ୍ବର ଓ୍ବାର୍ଡ ବାଲୁଘାଟ ତରେକେଲାର ଜଣେ ଆଜନ୍ମ ଭିନ୍ନକ୍ଷମ ନାବାଳକଙ୍କୁ ମିଳୁନି ସରକାରୀ ସହାୟତା। ନାବାଳକ ଜଣଙ୍କ ହେଲେ ଆଲୋକ ମିଞ୍ଜ(୯)। ପରିବାର କହିଲେ ତାଙ୍କ ବାପା ମିନ ମିଞ୍ଜ (୫୦), ବଡ଼ଭାଇ ଅରମାନ ମିଞ୍ଜ(୧୬) ଏବଂ ବୁଢ଼ୀ ଆଈ ଶୁକ୍ର ମିଞ୍ଜ(୭୦)। ଆଜିକୁ ୨ ବର୍ଷ ତଳେ ଜ୍ୱରରେ ଆକ୍ରାନ୍ତ ହୋଇ ମା’ ବିତନୀଙ୍କ ମୃତ୍ୟୁ ହୋଇଥିଲା। ସ୍ତ୍ରୀଙ୍କ ମୃତ୍ୟୁରେ ମିନ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ି ପଥଭ୍ରଷ୍ଟ ହେଲେ। ଫଳରେ ଭିନ୍ନକ୍ଷମ ଆଲୋକଙ୍କ ଲାଳନ ପାଳନ ବୋଝ ବୁଢ଼ୀ ଆଈଙ୍କ ଉପରେ ପଡ଼ିଲା। ମାତ୍ର ଆଲୋକଙ୍କ ଜନ୍ମରୁ ବାମ ହାତ ସମ୍ପୂର୍ଣ୍ଣ ନିଷ୍କ୍ରିୟ ହୋଇଯାଇଥିଲା। ପରିଣତ ବୟସରେ ମଧ୍ୟ ଭିନ୍ନକ୍ଷମ ନାତି ମୋହ ଓ ଦୁଃଖକୁ ବୁଝି ଶୁକ୍ର ଆଲୋକଙ୍କ ସମସ୍ତ ଦେଖାଶୁଣା କରୁଛନ୍ତି। ମାତ୍ର ଏଯାଏ ଭିନ୍ନକ୍ଷମ ଆଲୋକଙ୍କ ପାଇଁ ସରକାରୀ ଯୋଜନା ସାତସପନ ହୋଇ ରହିଯାଇଛି। ଭିନ୍ନକ୍ଷମ ହେବାର ସମସ୍ତ ମାନଦଣ୍ଡ ଥାଇ ମଧ୍ୟ ତାଙ୍କୁ ନା ମିଳୁଛି ଭିନ୍ନକ୍ଷମ ଭତ୍ତା ନା ରାଶନ। ତୁରନ୍ତ ଏହି ଆଲୋକଙ୍କୁ ସମସ୍ତ ସରକାରୀ ଯୋଜନାରେ ସାମିଲ କରିବାକୁ ବୁଦ୍ଧିଜୀବୀ ମହଲରେ ଦାବି ହେଉଛି। ଏ ନେଇ ରାଉରକେଲା ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀ ଚେତାବନୀ ବଡେକଙ୍କୁ ପଚାରିବାରୁ ସେ କହିଲେ, ନାବାଳକ ଆଲୋକଙ୍କୁ ଭିନ୍ନକ୍ଷମ ଭତ୍ତା ମିଳିବ। ତାଙ୍କୁ ଆର୍‌ଜିଏଚ୍‌ ଆଣି ଭିନ୍ନକ୍ଷମ ପ୍ରମାଣପତ୍ର ଯୋଗାଇ ଦେବା ବ୍ୟବସ୍ଥା କରାଯିବ। ତାଙ୍କ ପରିବାର ଯେଭଳି ସମସ୍ତ ସରକାରୀ ଯୋଜନାର ଲାଭ ପାଇବେ ସେ ଦିଗରେ ବିହିତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ବଡେକ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri