ସ୍ତ୍ରୀଙ୍କୁ ଏମିତି ମେସେଜ୍‌ କରନ୍ତି ଶାହିଦ କପୁର, ସ୍କ୍ରିନ୍‌ଶଟ୍‌ ଶେୟାର କଲେ ମୀରା

ବଲିଉଡ ଅଭିନେତା ଶାହିଦ କପୁର ଏବଂ ତାଙ୍କ ସ୍ତ୍ରୀ ମୀରା ରାଜପୁତ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ମୀରା ଶାହିଦଙ୍କ ସହ ଏକ ବ୍ୟକ୍ତିଗତ ଚାଟର ସ୍କ୍ରିନସଟ ପ୍ରଶଂସକଙ୍କ ସହଶେୟାର କରିଛନ୍ତି। ସୋସିଆଲ ମିଡିଆରେ ଏହି ସ୍କ୍ରିନସଟ ଭାଇରାଲ ହେବାରେ ଲାଗିଛି। ଇନଷ୍ଟାଗ୍ରାମ ଷ୍ଟାଟସରେ ସ୍କ୍ରିନସଟ ଶେୟାର କରିବାବେଳେ ମୀରା ଏକ ମଜାଦାର କ୍ୟାପସନ ମଧ୍ୟ ଲେଖିଛନ୍ତି। ଶାହିଦ ମୀରାଙ୍କ ସହ ଇନଷ୍ଟାଗ୍ରାମ ରିଲ ଶେୟାର କରିଥିଲେ। ଏହି ରିଲ ଏକ ସ୍କ୍ରିନ କେୟାର ଉତ୍ପାଦର। ସେ ମୀରାଙ୍କୁ ପଚାରିଲେ, ଏହା କ’ଣ? ଏହା ପରେ ମୀରା ଇନଷ୍ଟାଗ୍ରାମ ଷ୍ଟାଟସରେ ସ୍କ୍ରିନସଟ ଶେୟାର କରି କ୍ୟାପସନ ଲେଖିଥିଲେ, ଦେଖନ୍ତୁ ସ୍କ୍ରିନ କେୟାର ପାଇଁ କିଏ ଅଧିକ ଆଗ୍ରହୀ। ମୀରା ଏବଂ ଶାହିଦ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ଅଟନ୍ତି ଏବଂ ଅଧିକାଂଶ ସମୟରେ ପ୍ରଶଂସକଙ୍କ ସହ ଫଟୋ ଏବଂ ଭିଡିଓ ଶେୟାର କରନ୍ତି। ମୀରା ଇନଷ୍ଟାଗ୍ରାମରେ ସ୍କ୍ରିନ କେୟାର ଏବଂ ସୁସ୍ଥ କେଶ ବିଷୟରେ ଟିପ୍ସ ଶେୟାର କରନ୍ତି ।
ମୀରା ଏବଂ ଶାହିଦ ୨୦୧୫ ମସିହାରେ ବିବାହ କରିଥିଲେ। ଉଭୟଙ୍କର ଦୁଇଟି ସନ୍ତାନ ଅଛନ୍ତି। ବିବାହର ଏକ ବର୍ଷ ପରେ ଅର୍ଥାତ୍‌ ୨୦୧୬ରେ ବଡ ଝିଅ ମିଶା ଜନ୍ମଗ୍ରହଣ କରିଥିଲେ। ଯାହା ପରେ ୨୦୧୮ରେ ପୁଅ ଜୈନଙ୍କୁ ଜନ୍ମ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri