Posted inଖେଳ

ମୀରାବାଈ ଚାନୁଙ୍କ ବିଶ୍ୱ ରେକର୍ଡ

ତାସ୍‌କେଣ୍ଟ, ୧୮ା୪ (ପି.ଟି.)- ପୂର୍ବତନ ବିଶ୍ୱ ଚାମ୍ପିୟନ ମୀରାବାଈ ଚାନୁ ଭାରୋତ୍ତୋଳନକୁ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏଠାରେ ଚାଲିଥିବା ଏସିଆନ ଚାମ୍ପିୟନଶିପ୍‌ରେ ସେ କ୍ଲିନ ଆଣ୍ଡ୍‌ ଜର୍କରେ ନୂଆ ବିଶ୍ୱ ରେକର୍ଡ କରିଛନ୍ତି। ବ୍ରୋଞ୍ଜ ପଦକ ହାସଲ କରିଥିଲେ ମଧ୍ୟ ସେ ନିଜ ଜାତୀୟ ରେକର୍ଡକୁ ମଧ୍ୟ ଭଙ୍ଗ କରିଛନ୍ତି। ଏହାଛଡ଼ା ୬ଟି ବାଧ୍ୟତାମୂଳକ କ୍ୱାଲିଫାଇଂ ଇଭେଣ୍ଟରେ ଅଂଶଗ୍ରହଣ କରି ସେ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ୨୬ ବର୍ଷୀୟା ଭାରତୀୟ ଭାରୋତ୍ତୋଳିକା ସ୍ନାଚ୍‌ରେ ୮୬କେଜି ଉତ୍ତୋଳନ କରିଥିବାବେଳେ କ୍ଲିନ୍‌ ଆଣ୍ଡ୍‌ ଜର୍କରେ ୧୧୯କେଜି ଉଠାଇ ଏକ ବିଶ୍ୱ ରେକର୍ଡ କରିଛନ୍ତି। ସେ ଟୋଟାଲ ୨୦୫ କେଜି ଉତ୍ତୋଳନ କରିଥିଲେ। ପୂର୍ବରୁ କ୍ଲିନ ଆଣ୍ଡ ଜର୍କରେ ବିଶ୍ୱ ରେକର୍ଡ ୧୧୮ କେଜି ରହିଥିଲା। ଗତବର୍ଷ ଫେବୃୟାରୀରେ ଅନୁଷ୍ଠିତ ଜାତୀୟ ଚାମ୍ପିୟନଶିପ୍‌ରେ ୪୯କେଜିରେ ଚାନୁଙ୍କ ବ୍ୟକ୍ତିଗତ ଶ୍ରେଷ୍ଠ ଟୋଟାଲ ୨୦୩କେଜି (୮୮କେଜି+୧୧୫କେଜି) ରହିଥିଲା। ସ୍ବର୍ଣ୍ଣପଦକ ହାସଲ କରିଥିବା ଚାଇନାର ହୋଉ ଝିହୁଇ ସ୍ନାଚ୍‌ରେ ନୂଆ ବିଶ୍ୱ ରେକର୍ଡ ସହ ଟୋଟାଲ ୨୧୩କେଜି(୯୬କେଜି+୧୧୭କେଜି) ଉତ୍ତୋଳନ କରିଥିଲେ। ଚାଇନାର ଜିଆଙ୍ଗ ହୁଇହୁଆ ରୌପ୍ୟ ପଦକ ପାଇଥିଲେ। ସେ ୨୦୭କେଜି (୮୯କେଜି+୧୧୮କେଜି) ଉତ୍ତୋଳନ କରିଥିଲେ। ଅନ୍ୟପକ୍ଷରେ ଝିଲି ଦଳବେହେରା ୪୫ କାଟେଗୋରିରେ ଅତିକମ୍‌ରେ ଏକ ରୌପ୍ୟ ଜିତିବା ନିଶ୍ଚିତ କରିଛନ୍ତି। ରବିବାର ସେ ଫିଲିପାଇନ୍ସର ମେରୀ ଫ୍ଲୋର ଡିଆଜ୍‌ଙ୍କ ସହିତ ମୁକାବଲା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?