Posted inଖେଳ

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କଲେ ମୀରାବାଈ

ଫୁକେଟ(ଥାଇଲାଣ୍ଡ), ୧ା୪: ଟୋକିଓ ଅଲିମ୍ପିକ୍ସ ରୌପ୍ୟ ବିଜେତା ମୀରାବାଈ ଚାନୁ ଏଠାରେ ଚାଲିଥିବା ଆଇଡବ୍ଲ୍ୟୁଏଫ୍‌ ବିଶ୍ୱକପ୍‌ରେ ସୋମବାର ମହିଳା ୪୯ କେଜି ଗ୍ରୁପ୍‌ ‘ବି’ ଇଭେଣ୍ଟରେ ତୃତୀୟ ସ୍ଥାନ ଅଧିକାର କରି ବା ପରେ ୨୦୨୪ ପ୍ୟାରିସ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଛଅ ମାସ ଆଘାତଜନିତ ସମସ୍ୟାରେ ରହିବା ପରେ ପ୍ରତିଯୋଗିତାକୁ ଫେରିଥିବା ଚାନୁ ମୋଟ ୧୮୪କେଜି (୮୧କେଜି+୧୦୩ କେଜି)ଉତ୍ତୋଳନ କରିଥିଲେ। ପ୍ୟାରିସ ଅଲିମ୍ପିକ୍ସ ପାଇଁ ଏହା ହେଉଛି ଫାଇନାଲ ଏବଂ ବାଧ୍ୟତାମୂଳକ ଟୁର୍ନାମେଣ୍ଟ। ଇଭେଣ୍ଟ ଶେଷ କରିବା ଦ୍ୱାରା ପ୍ୟାରିସ ଅଲିମ୍ପିକ୍ସ ପାଇଁ ସମସ୍ତ ମାନଦଣ୍ଡ ପୂରଣ କରିଛନ୍ତି। ଏହି ୨୦୧୭ ବିଶ୍ୱ ଚାମ୍ପିୟନ ବର୍ତ୍ତମାନ ୪୯ କେଜି ମହିଳା ଅଲିମ୍ପି କ୍ୱାଲିଫିକେଶନ ର଼୍ୟାଙ୍କିଙ୍ଗ (ଓକ୍ୟୁଆର୍‌)ରେ ଚାଇନାର ଜିଆ ହୁଇହୁଆଙ୍କ ପଛକୁ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ବିଶ୍ୱକପ୍‌ ଶେଷରେ କ୍ୱାଲିଫିକେଶନ ପାଇଁ ବିଧିବଦ୍ଧ ଘୋଷଣା ହେବ। ସେତେବେଳେ ଓକ୍ୟୁଆର୍‌ ଅପ୍‌ଡେଟ୍‌ ହେବ। ପ୍ରତ୍ୟେକ ଓଜନ ଶ୍ରେଣୀରୁ ଶ୍ରେଷ୍ଠ ୧୦ ଲିଫ୍ଟର ପ୍ୟାରିିସ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିବେ। ଚାନୁ ଗତଥର ସେପ୍ଟେମ୍ବରରେ ଏସିଆନ ଗେମ୍ସରେ ଭାଗ ନେଇଥିଲେ। ସେତେବେଳେ ତାଙ୍କ ପିଚାରେ ସମସ୍ୟା ଦେଖାଦେବାରୁ ଶ୍ରେଷ୍ଠ ପ୍ରଦର୍ଶନ କରିପାରି ନ ଥିଲେ। କିନ୍ତୁ ୫ କ୍ଲିନ ଲିଫ୍ଟ କରିବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧାରୁ ବଞ୍ଚିତ ସିଆଲପଡ଼ାବାସୀ: ଯାତାୟାତ ନେଇ ବଢୁଛି ଚିନ୍ତା

କର୍ଲାମୁଣ୍ଡା,୧୨।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ର ଯୋରାଡବରା ଗ୍ରାମ ପଞ୍ଚାୟତର କୁଶୁର୍ଲା ରାଜସ୍ବ ଗ୍ରାମର ହାମଲେଟ ହେଉଛି ସିଆଲପଡ଼ା। ତେବେ ପଡ଼ାର ରାସ୍ତାର ଅବସ୍ଥା…

୨୦୦୦ ଟଙ୍କା ପାଇଁ ମା’ଙ୍କୁ ରାସ୍ତା ମଝିରେ ଘୋଷାଡ଼ି ପିଟିଲେ ପୁଅ: ପୋଲିସ ପହଞ୍ଚିବାରୁ ମା’ ଯାହା କହିଲେ ପାଦତଳୁ ଖସିଯିବ ମାଟି

ଜବଲପୁର,୧୨।୮:କଥାରେ ଅଛି, ମା’ ପରି ଦୁନିଆରେ କେହି ନାହିଁ। ଛୁଆ ଯେତେ ବିପଥଗାମୀ ହେଲେ ମଧ୍ୟ, ଜଣେ ମା’ ପାଇଁ ସେ ସବୁବେଳେ ଭଲ ହୋଇଥାଏ। ଏହାର…

ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ ହାତୀପଲ

ପାଟଣା,୧୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ବିଷ୍ଣୁପୁର ଗାଁରେ ଦୋଳଗୋବିନ୍ଦ ମିଶ୍ରଙ୍କ ଘର ଭାଙ୍ଗିବା ପରେ ପାଟଣା ସେକ୍ସନ ଅନ୍ତର୍ଗତ ମଲ୍ଲିପୋଷି ବିଟ୍‌ର…

କଳାହାଣ୍ଡିରେ ଲଜ୍ଜା: ପ୍ରାର୍ଥନା ବାହାନାରେ ନେଇ ମହିଳାଙ୍କୁ ବଳାତ୍କାର କଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ପାଷ୍ଟିକୁଡି ଅଞ୍ଚଳରୁ ଏକ ଲଜ୍ଜା ଘଟଣା ସାମ୍ନାକୁ ଆସିଛି। ପ୍ରାର୍ଥନା ବାହାନାରେ ଜଣେ ଗର୍ଭବତୀ ମହିଳାଙ୍କୁ…

ରକ୍ଷାବନ୍ଧନରେ ଲାଗିବ ଚନ୍ଦ୍ରଗ୍ରହଣ: ଏହି ୩ ରାଶିଙ୍କ ଉପରେ ବଡ଼ ସଙ୍କଟ! ଜାଣନ୍ତୁ ଅଶୁଭ ପ୍ରଭାବରୁ ବଞ୍ଚିବାର ଉପାୟ

୨୭ ଅଗଷ୍ଟରେ ଶ୍ରାବଣ ପୂର୍ଣ୍ଣିମାର ଆରମ୍ଭ ସକାଳ ୯ଟା ୮ ମିନିଟରେ ହେବ। ଏହାର ସମାପ୍ତି ୨୮ ଅଗଷ୍ଟ ରାତି ୯ଟା ୪୮ ମିନିଟରେ ହେବ। ଏଭଳି…

ପିଲାମାନଙ୍କୁ ସଠିକ୍‌ ମାର୍ଗ ଦର୍ଶନ ସହ ଅଧିକ ସମୟ ଦେବାକୁ ପରାମର୍ଶ

ଗଞ୍ଜାମ,୧୨ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ କନ୍‌ଫରେନ୍ସ ହଲ୍‌ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ପ୍ରଧାନଶିକ୍ଷୟିତ୍ରୀ/ଶିକ୍ଷକ ସମ୍ମିଳନୀ ଓ ନବ ଭାରତ ସାକ୍ଷରତା…

ମଦଦୋକାନରେ ନକଲି ଅବକାରୀ ଅଧିକାରୀ

ରାଜକନିକା,୧୨।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ସଦର କାଜୁବଗିଚାଠାରେ ନୂତନଭାବେ ଖୋଲାଯାଇଥିବା ଏକ ଠିପିବନ୍ଦ ମଦ ଦୋକାନରେ ଅବକାରୀ ଅଧିକାରୀ ପରିଚୟ ଦେଇ କାଗଜପତ୍ର…

ପ୍ରଥମଥର ଏକାକୀ ବିମାନ ଉଡ଼ାଇଲେ ଯୁବତୀ, ଆକାଶରେ ଥାଇ ବାପାଙ୍କୁ କହିଲେ ଏହି ଦୁଇ ଶବ୍ଦ, ହୃଦୟକୁ ଛୁଇଁଗଲା…

ବାପା ଏବଂ ଝିଅଙ୍କ ମଧ୍ୟରେ ସମ୍ପର୍କ ବହୁତ ସ୍ବତନ୍ତ୍ର ହୋଇଥାଏ। ଜଣେ ବାପା ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏ ତାଙ୍କ ଝିଅର ସ୍ବପ୍ନରେ ବିଶ୍ୱାସ କରନ୍ତି। ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri