Posted inଖେଳ

ମିରାଜଙ୍କ ଶତକ: ବାଂଲାଦେଶର ବିଶାଳ ସ୍କୋର

ଚଟୋଗ୍ରାମ,୫।୨: ଏଠାରେ ଚାଲିଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ବାଂଲାଦେଶ ଟେଲଏଣ୍ଡର ମେହିଦି ହାସନ ମିରାଜଙ୍କ ଶତକ ସହାୟତାରେ ପ୍ରଥମ ଇନିଂସରେ ବିଶାଳ ସ୍କୋର ହାସଲ କରିଛି। ଟସ୍‌ ଜିତି ବାଂଲାଦେଶ ପ୍ରଥମେ ବ୍ୟାଟିଂ କରି ୧୫୦.୨ ଓଭରରେ ୪୩୦ ରନ କରି ଅଲ୍‌ଆଉଟ ହୋଇଛି। ଜବାବରେ ପ୍ରଥମ ଇନିଂସ ଆରମ୍ଭ କରି ଓ୍ବେଷ୍ଟଇଣ୍ଡିଜ ଗୁରୁବାର ଦ୍ୱିତୀୟ ଦିବସ ଖେଳ ଶେଷ ସୁଦ୍ଧା ୨୯ ଓଭରରେ ୨ ଉଇକେଟ ହରାଇ ୭୫ ରନ ସଂଗ୍ରହ କରିଛି। ଫଳରେ ୮ ଉଇକେଟ ହାତରେ ରଖି ଓ୍ବେଷ୍ଟଇଣ୍ଡିଜ୍‌ ଏବେ ୩୫୫ ରନ ପଛରେ ପଡିଛି। ଷ୍ଟମ୍ପ ଅପସାରଣ ବେଳକୁ ଓପନର ତଥା ଅଧିନାୟକ କ୍ରେଗ୍‌ ବ୍ରାଥ୍‌ଓ୍ବେଟ ୪୯ ଓ ଏନ୍‌କ୍ରୁମା ବୋନର ୧୭ ରନ କରି ଅପରାଜିତ ରହିଛନ୍ତି। ଆରମ୍ଭରୁ ୨ ଉଇକେଟ ହରାଇ ଓ୍ବେଷ୍ଟଇଣ୍ଡିଜ ଝଟକା ଖାଇଥିଲା। ଓପନର ଜନ୍‌ କ୍ୟାମ୍ପବେଲ ୩ ଓ ଶାନେ ମୋସଲେ ୨ ରନ କରି ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କ ଦ୍ୱାରା ଏଲ୍‌ବିଡବ୍ଲ୍ୟୁ ହୋଇ ପ୍ୟାଭିଲିୟନ ଫେରିଥିଲେ।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୨୪୨/୫ରୁ ବାଂଲାଦେଶ ଖେଳ ଆରମ୍ଭ କରି ଗୁରୁବାର ଅଲ୍‌ଆଉଟ ହୋଇଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ସାକିବ ଅଲ ହାସନ ୩୯ରୁ ଖେଳ ଆରମ୍ଭ କରି ୬୮ ଓ ଲିଟନ ଦାସ ୩୪ରୁ ଖେଳ ଆରମ୍ଭ କରି ୩୮ ରନ୍‌ କରି ପ୍ୟାଭିଲିୟନ ଫେରିଥିଲେ। ଏହାପରେ ମିରାଜ ୧୦୩ ରନର ଶତକୀୟ ଇନିଂସ ଖେଳି ଦଳକୁ ବିଶାଳ ସ୍କୋର ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ତାଇଜୁଲ ଇସ୍‌ଲାମ ୧୮ ଓ ନୟିମ ହାସନ ୨୪ ରନ ସଂଗ୍ରହ କରିଥିବା ବେଳେ ମୁସ୍ତାଫିଜୁର ୩ ରନ୍‌ କରି ଅପରାଜିତ ରହିଥିଲେ। ପୂର୍ବରୁ ଓପନର ଶଦମାନ ଇସ୍‌ଲାମ ୫୯ ରନର ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ବୋଲିଂରେ ଓ୍ବେଷ୍ଟଇଣ୍ଡିଜ ତରଫରୁ ଜୋମେଲ ଓ୍ବାରିକାନ ସର୍ବାଧିକ ୪, କେମର ରୋଚ, ଶାନନ ଗାବ୍ରିଏଲ ଓ ଏନ୍‌କ୍ରୁମା ବୋନର ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ବାଂଲାଦେଶ ପ୍ରଥମ ଇନିଂସ- ୧୫୦.୨ ଓଭରରେ ୪୩୦ ଅଲଆଉଟ୍‌
(ମିରାଜ- ୧୦୩, ସାକିବ- ୬୮, ଓ୍ବାରିକାନ- ୪/ ୧୩୩)।
ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଇନିଂସ- ୨୯ ଓଭରରେ ୭୫/୨
(ବ୍ରାଥଓ୍ବେଟ- ୪୯*, ମୁସ୍ତାଫିଜୁର- ୨/୧୮)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri