Posted inଖେଳ

ମିରାଜଙ୍କ ଶତକ: ବାଂଲାଦେଶର ବିଶାଳ ସ୍କୋର

ଚଟୋଗ୍ରାମ,୫।୨: ଏଠାରେ ଚାଲିଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ବାଂଲାଦେଶ ଟେଲଏଣ୍ଡର ମେହିଦି ହାସନ ମିରାଜଙ୍କ ଶତକ ସହାୟତାରେ ପ୍ରଥମ ଇନିଂସରେ ବିଶାଳ ସ୍କୋର ହାସଲ କରିଛି। ଟସ୍‌ ଜିତି ବାଂଲାଦେଶ ପ୍ରଥମେ ବ୍ୟାଟିଂ କରି ୧୫୦.୨ ଓଭରରେ ୪୩୦ ରନ କରି ଅଲ୍‌ଆଉଟ ହୋଇଛି। ଜବାବରେ ପ୍ରଥମ ଇନିଂସ ଆରମ୍ଭ କରି ଓ୍ବେଷ୍ଟଇଣ୍ଡିଜ ଗୁରୁବାର ଦ୍ୱିତୀୟ ଦିବସ ଖେଳ ଶେଷ ସୁଦ୍ଧା ୨୯ ଓଭରରେ ୨ ଉଇକେଟ ହରାଇ ୭୫ ରନ ସଂଗ୍ରହ କରିଛି। ଫଳରେ ୮ ଉଇକେଟ ହାତରେ ରଖି ଓ୍ବେଷ୍ଟଇଣ୍ଡିଜ୍‌ ଏବେ ୩୫୫ ରନ ପଛରେ ପଡିଛି। ଷ୍ଟମ୍ପ ଅପସାରଣ ବେଳକୁ ଓପନର ତଥା ଅଧିନାୟକ କ୍ରେଗ୍‌ ବ୍ରାଥ୍‌ଓ୍ବେଟ ୪୯ ଓ ଏନ୍‌କ୍ରୁମା ବୋନର ୧୭ ରନ କରି ଅପରାଜିତ ରହିଛନ୍ତି। ଆରମ୍ଭରୁ ୨ ଉଇକେଟ ହରାଇ ଓ୍ବେଷ୍ଟଇଣ୍ଡିଜ ଝଟକା ଖାଇଥିଲା। ଓପନର ଜନ୍‌ କ୍ୟାମ୍ପବେଲ ୩ ଓ ଶାନେ ମୋସଲେ ୨ ରନ କରି ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କ ଦ୍ୱାରା ଏଲ୍‌ବିଡବ୍ଲ୍ୟୁ ହୋଇ ପ୍ୟାଭିଲିୟନ ଫେରିଥିଲେ।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୨୪୨/୫ରୁ ବାଂଲାଦେଶ ଖେଳ ଆରମ୍ଭ କରି ଗୁରୁବାର ଅଲ୍‌ଆଉଟ ହୋଇଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ସାକିବ ଅଲ ହାସନ ୩୯ରୁ ଖେଳ ଆରମ୍ଭ କରି ୬୮ ଓ ଲିଟନ ଦାସ ୩୪ରୁ ଖେଳ ଆରମ୍ଭ କରି ୩୮ ରନ୍‌ କରି ପ୍ୟାଭିଲିୟନ ଫେରିଥିଲେ। ଏହାପରେ ମିରାଜ ୧୦୩ ରନର ଶତକୀୟ ଇନିଂସ ଖେଳି ଦଳକୁ ବିଶାଳ ସ୍କୋର ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ତାଇଜୁଲ ଇସ୍‌ଲାମ ୧୮ ଓ ନୟିମ ହାସନ ୨୪ ରନ ସଂଗ୍ରହ କରିଥିବା ବେଳେ ମୁସ୍ତାଫିଜୁର ୩ ରନ୍‌ କରି ଅପରାଜିତ ରହିଥିଲେ। ପୂର୍ବରୁ ଓପନର ଶଦମାନ ଇସ୍‌ଲାମ ୫୯ ରନର ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ବୋଲିଂରେ ଓ୍ବେଷ୍ଟଇଣ୍ଡିଜ ତରଫରୁ ଜୋମେଲ ଓ୍ବାରିକାନ ସର୍ବାଧିକ ୪, କେମର ରୋଚ, ଶାନନ ଗାବ୍ରିଏଲ ଓ ଏନ୍‌କ୍ରୁମା ବୋନର ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ବାଂଲାଦେଶ ପ୍ରଥମ ଇନିଂସ- ୧୫୦.୨ ଓଭରରେ ୪୩୦ ଅଲଆଉଟ୍‌
(ମିରାଜ- ୧୦୩, ସାକିବ- ୬୮, ଓ୍ବାରିକାନ- ୪/ ୧୩୩)।
ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଇନିଂସ- ୨୯ ଓଭରରେ ୭୫/୨
(ବ୍ରାଥଓ୍ବେଟ- ୪୯*, ମୁସ୍ତାଫିଜୁର- ୨/୧୮)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri