ଏନ୍‌ଆର୍‌ଇଜିଏସ୍‌ରେ ସରକାରୀ ଅର୍ଥ ହଡ଼ପ

ବାଲେଶ୍ୱର ଅଫିସ,୨।୩: ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ ନୂଆଗାଁ ପଞ୍ଚାୟତରେ ଥିବା ପୋଖରୀଗୁଡ଼ିକରୁ ବେଆଇନ ଭାବେ ମାଟି ଚୋରି ହେଉଛି। ପରେ ଏହାକୁ ଏମ୍‌ଜିଏନଆରଇଜିଏସ୍‌ରେ ସାମିଲ କରି ଜାଲ୍‌ ଜବ୍‌କାର୍ଡ଼ଧାରୀଙ୍କ ସହ ସଲାସୁତରା କରି ଲକ୍ଷ ଲକ୍ଷ ଟଙ୍କା ସରକାରୀ ଅର୍ଥକୁ ହଡ଼ପ କରାଯାଉଛି। ଏନେଇ ନୂଆଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ଅମୂଲ୍ୟ କୁମାର ପରିଡ଼ା ଅଭିଯୋଗ କରି ଜିଲାପାଳଙ୍କ ସମେତ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ, ରେମୁଣା ବିଡିଓ ଓ ୫-ଟି ସଚିବଙ୍କୁ ଲିଖିତ ଅବଗତ କରାଇଛନ୍ତି।
ନୂଆଗାଁ ପଞ୍ଚାୟତ ଅଧୀନ ୧୩ ନଂ. ୱାର୍ଡ଼ ଭୂଇଁପଡ଼ା ମୌଜାର ଲକ୍ଷ୍ମଣ ପୋଖରୀ ଓ ଭଣ୍ଡାରିଆ ପୋଖରୀରୁ ଜେସିବି ମେସିନ୍‌ ଦ୍ୱାରା ମାଟି ଉତ୍ତୋଳନ କରି ବେଆଇନ ଭାବରେ ଶହ ଶହ ଟ୍ରିପ୍‌ ମାଟି ବିକ୍ରି କରାଯାଉଛି। ପରବର୍ତ୍ତୀ ସମୟରେ ଉକ୍ତ ପୋଖରୀକୁ ଏମ୍‌ଜିଏନଆରଇଜିଏସ୍‌ରେ ସାମିଲ୍‌ କରି ଜବକାର୍ଡ଼ଧାରୀଙ୍କ ସହ ସଲାସୁତରା ହୋଇ ସରକାରୀ ଅଧିକାରୀ ଏବଂ ନେତାମାନେ ଲକ୍ଷ ଲକ୍ଷ ଟଙ୍କା ହଡ଼ପ କରିଥିବା ଅଭିଯୋଗ ହୋଇଛି। କେବଳ ଏହି ଦୁଇ ପୋଖରୀ ନୁହେଁ, ଉକ୍ତ ପଞ୍ଚାୟତରେ ବିଭିନ୍ନ ରାଜସ୍ବ ମୌଜାରେ ଥିବା ପୋଖରୀ, ନାଳ, ଅନାବାଦୀ ଉପରେ ଜେସିବି ଲଗାଇ ଏନ୍‌ଆର୍‌ଇଜିଏସ୍‌ କାମକୁ ସମ୍ପୂର୍ଣ୍ଣ ହୋଇଛି ବୋଲି ରୂପାନ୍ତରିତ କରିବାକୁ ଯୋଜନା କରାଯାଉଛି। ବେଆଇନ କାର୍ଯ୍ୟକୁ ରୋକିବା ପାଇଁ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି ହୋଇଛି।
ଏନେଇ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ରବୀନ୍ଦ୍ର କୁମାର ସାହୁ କହିଛନ୍ତି, ଅଭିଯୋଗ ପାଇବା ପରେ ବିଭାଗୀୟ ଅଧିକାରୀଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ରିପୋର୍ଟ ମିଳିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri