Posted inଖେଳ

ମୁଖ୍ୟ ଚୟନକର୍ତ୍ତା ପଦ ଛାଡ଼ିଲେ ମିସ୍‌ବା

କରାଚୀ,୧୫।୧୦(ପି.ଟି.): ମିସ୍‌ବା-ଉଲ- ହକ୍‌ ପାକିସ୍ତାନ ଜାତୀୟ ଦଳର ମୁଖ୍ୟ ଚୟନକର୍ତ୍ତା ପଦରୁ ଇସ୍ତଫା ଦେଇଛନ୍ତି। ଜାତୀୟ ଦଳର ହେଡ କୋଚ୍‌ ଭୂମିକା ଉପରେ ଅଧିକ ଫୋକସ କରିବାକୁ ସେ ଏହି ନିଷ୍ପତ୍ତି ନେଇଛନ୍ତି। ଏ ନେଇ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)କୁ ଅବଗତ କରାଇଛନ୍ତି ବୋଲି ମିସ୍‌ବା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ନଭେମ୍ବର ୩୦ ତାରିଖରେ ସେ ମୁଖ୍ୟ ଚୟନକର୍ତ୍ତା ପଦରୁ ଇସ୍ତଫା ଦେବେ।
ମିସ୍‌ବା ଉଭୟ ଚୟନକର୍ତ୍ତା ଓ ହେଡ୍‌ କୋଚ୍‌ ପଦରେ ରହି ଦୁଇଟି ଗୁରୁଦାୟିତ୍ୱ ତୁଲାଉଥିଲେ। ଗତବର୍ଷ ସେପ୍ଟେମ୍ବରରେ ସେ ଦୁଇଟି ଦାୟିତ୍ୱ ଗ୍ରହଣ କରିଥିଲେ। ଅଗାମୀ ଜିମ୍ବାଓ୍ବେ ଗସ୍ତ ପାଇଁ ଦଳ ଚୟନ କରିବି। କିନ୍ତୁ ଏହା ପରେ କେବଳ ମୁଖ୍ୟ କୋଚ୍‌ ଭାବେ ମୋ କାମରେ ମନୋନିବେଶ କରିବି ବୋଲି ସେ କହିଛନ୍ତି। ପିସିବି ପକ୍ଷରୁ ଚାପ ପଡୁଥିବାରୁ ଚୟନକର୍ତ୍ତା ପଦ ଛାଡି ନ ଥିଲି। ଦୁଇଟି ହାଇପ୍ରୋଫାଇଲ ପଦରେ ରହି କାର୍ଯ୍ୟ କରିବା ନିଶ୍ଚିତ ଭାବେ କଷ୍ଟକର। ହେଡ୍‌ କୋଚ୍‌ ହିସାବରେ ଶ୍ରେଷ୍ଠ କାର୍ଯ୍ୟ କରିବାକୁ ଚାହେଁ ବୋଲି ସେ କହିଛନ୍ତି। ଯିଏ ବି ମୁଖ୍ୟ ଚୟନକର୍ତ୍ତା ହେବେ ତାଙ୍କୁ ସମ୍ପୂର୍ଣ୍ଣ ରୂପେ ସହଯୋଗ କରିବି। ଗତ ବିଶ୍ୱକପ୍‌ରେ ପାକିସ୍ତାନ ବିଫଳ ହେବା ପରେ ପିସିବି କୋଚ୍‌ ମିକି ଆର୍ଥର ଓ ତାଙ୍କ ସପୋର୍ଟ ଷ୍ଟାଫ୍‌ଙ୍କୁ ପଦ ଛାଡିବାକୁ କହିଥିଲା। ଏହାପରେ ମିସ୍‌ବାଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?