ଆଦିବାସୀ ଛାତ୍ରୀଙ୍କୁ ଅସଦାଚରଣ: ବନ୍ଧା ହେଲେ ରସିକିଆ ହେଡ୍‌ମାଷ୍ଟର

କେନ୍ଦୁଝର,୩୦।୩(ସ୍ବ.ପ୍ର.): ଭାରତରେ ଗୁରୁଙ୍କୁ ଭଗବାନ ରୂପରେ ପୂଜା କରାଯାଏ। ତେଣୁ ଗୁରୁପୂର୍ଣ୍ଣିମା ଭଳି ଏକ ପବିତ୍ର ଦିବସ ପାଳନ କରାଯାଇଥାଏ। ଯୁଗେ ଯୁଗେ ଗୁରୁ ଓ ଶିଷ୍ୟ ମଧ୍ୟରେ ଥିବା ପବିତ୍ର ପରମ୍ପରାକୁ ଉଚ୍ଚ ସ୍ଥାନରେ ରଖାଯାଇଛି। ହେଲେ କେତେକ ରସିକିଆ ଗୁରୁଙ୍କ ପାଇଁ ଆଜି ଏହି ସମ୍ପର୍କରେ ଦାଗ ଲାଗିବା ସହ କଳଙ୍କିତ ହୋଇଯାଇଛି। କିଛି ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଡ଼ିମିରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ। ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସ୍କୁଲର ଛାତ୍ରୀମାନଙ୍କ ପ୍ରତି ଆସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏନେଇ ଛାତ୍ରୀମାନେ ସ୍କୁଲ ଶିକ୍ଷୟତ୍ରୀଙ୍କୁ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳି ନଥିଲା। ପରେ ଅଭିଭାବକମାନେ ଜାଣିବା ପରେ ଗ୍ରାମବାସୀ ଓ ସ୍କୁଲ କମିଟିକୁ ଅଭିଯୋଗ କରିବାରୁ ଗ୍ରାମରେ ଏକ ବୈଠକ ବସିଥିଲା। ତେବେ ଉକ୍ତ ବୈଠକକୁ ଅଭିଯୁକ୍ତ ପ୍ରଧାନ ଶିକ୍ଷକ ନ ଆସିବାରୁ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାକୁ ନେଇ ଉଭୟ ଶିକ୍ଷା ବିଭାଗର ନିରବତା ଓ ଅଭିଯୁକ୍ତ ପ୍ରଧାନ ଶିକ୍ଷକ ନାରାୟଣ ସେନାପତି (୫୨)ଙ୍କ ମନମାନି ପ୍ରତିବାଦରେ ବୁଧବାର ଉତ୍ତ୍ୟକ୍ତ ଅଭିଭାବକ ସ୍କୁଲ ଘେରାଉ କରି ଅଭିଯୁକ୍ତ ପ୍ରଧାନ ଶିକ୍ଷକଙ୍କୁ ତାଲା ପକାଇ ପୋଲିସ ଜିମା ଦେଇଥିଲେ। ଘଟଣା ସ୍ଥଳରେ ତେଲକୋଇ ପୋଲିସ ଓ ବ୍ଲକ ଶିକ୍ଷା ଅଧିକାରୀ ସୁଭାଷ ଚାନ୍ଦ ମହାନ୍ତି ପହଞ୍ଚିଥିଲେ। ଅଭିଯୋଗ ମିଳିବା ପରେ କେସ୍‌ ନମ୍ବର୍‌ ୫୧/୨୦୨୨ ମାମଲା ରୁଜୁ କରଯାଇଥିଲା। ପୋଲିସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ବୋଲି ଥାନା ଅଧିକାରିଣୀ ସାଇପ୍ରଭା ରାଉତ ସୂଚନା ଦେଇଛନ୍ତି। ତେବେ ଦଫା ୩୬୪(ଏ),୮,୧୦, ପୋକ୍ସୋ ଆକ୍ଟରେ ତାଙ୍କୁ ଗିରଫ କରି ପୋଲିସ ତଦନ୍ତ ଜାରି ରଖିଛି। ସୂଚନାଯୋଗ୍ୟ, ଡିମିରିଆ ସ୍କୁଲର ପ୍ରଧାନ ଶିକ୍ଷକ ନାରାୟଣ ସେନାପତି ସପ୍ତମ ଓ ଅଷ୍ଟମ ଶ୍ରେଣୀର ଛାତ୍ରୀମାନଙ୍କୁ ବିଭିନ୍ନ ଆଳରେ ଅଫିସରେ ଅଟକାଉଥିଲେ ଏବଂ ଅସଦାଚରଣ କରୁଥିବା ଛାତ୍ରୀମାନେ ଅଭିଯୋଗ କରିଛନ୍ତି। ଅନ୍ୟପଟେ ସେସବୁ ଅଭିଯୋଗ ମିଥ୍ୟା ବୋଲି ସମ୍ପୃକ୍ତ ପ୍ରଧାନ ଶିକ୍ଷକ ସଫେଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri