ଆଦିବାସୀ ଛାତ୍ରୀଙ୍କୁ ଅସଦାଚରଣ: ବନ୍ଧା ହେଲେ ରସିକିଆ ହେଡ୍‌ମାଷ୍ଟର

କେନ୍ଦୁଝର,୩୦।୩(ସ୍ବ.ପ୍ର.): ଭାରତରେ ଗୁରୁଙ୍କୁ ଭଗବାନ ରୂପରେ ପୂଜା କରାଯାଏ। ତେଣୁ ଗୁରୁପୂର୍ଣ୍ଣିମା ଭଳି ଏକ ପବିତ୍ର ଦିବସ ପାଳନ କରାଯାଇଥାଏ। ଯୁଗେ ଯୁଗେ ଗୁରୁ ଓ ଶିଷ୍ୟ ମଧ୍ୟରେ ଥିବା ପବିତ୍ର ପରମ୍ପରାକୁ ଉଚ୍ଚ ସ୍ଥାନରେ ରଖାଯାଇଛି। ହେଲେ କେତେକ ରସିକିଆ ଗୁରୁଙ୍କ ପାଇଁ ଆଜି ଏହି ସମ୍ପର୍କରେ ଦାଗ ଲାଗିବା ସହ କଳଙ୍କିତ ହୋଇଯାଇଛି। କିଛି ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଡ଼ିମିରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ। ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସ୍କୁଲର ଛାତ୍ରୀମାନଙ୍କ ପ୍ରତି ଆସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏନେଇ ଛାତ୍ରୀମାନେ ସ୍କୁଲ ଶିକ୍ଷୟତ୍ରୀଙ୍କୁ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳି ନଥିଲା। ପରେ ଅଭିଭାବକମାନେ ଜାଣିବା ପରେ ଗ୍ରାମବାସୀ ଓ ସ୍କୁଲ କମିଟିକୁ ଅଭିଯୋଗ କରିବାରୁ ଗ୍ରାମରେ ଏକ ବୈଠକ ବସିଥିଲା। ତେବେ ଉକ୍ତ ବୈଠକକୁ ଅଭିଯୁକ୍ତ ପ୍ରଧାନ ଶିକ୍ଷକ ନ ଆସିବାରୁ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାକୁ ନେଇ ଉଭୟ ଶିକ୍ଷା ବିଭାଗର ନିରବତା ଓ ଅଭିଯୁକ୍ତ ପ୍ରଧାନ ଶିକ୍ଷକ ନାରାୟଣ ସେନାପତି (୫୨)ଙ୍କ ମନମାନି ପ୍ରତିବାଦରେ ବୁଧବାର ଉତ୍ତ୍ୟକ୍ତ ଅଭିଭାବକ ସ୍କୁଲ ଘେରାଉ କରି ଅଭିଯୁକ୍ତ ପ୍ରଧାନ ଶିକ୍ଷକଙ୍କୁ ତାଲା ପକାଇ ପୋଲିସ ଜିମା ଦେଇଥିଲେ। ଘଟଣା ସ୍ଥଳରେ ତେଲକୋଇ ପୋଲିସ ଓ ବ୍ଲକ ଶିକ୍ଷା ଅଧିକାରୀ ସୁଭାଷ ଚାନ୍ଦ ମହାନ୍ତି ପହଞ୍ଚିଥିଲେ। ଅଭିଯୋଗ ମିଳିବା ପରେ କେସ୍‌ ନମ୍ବର୍‌ ୫୧/୨୦୨୨ ମାମଲା ରୁଜୁ କରଯାଇଥିଲା। ପୋଲିସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ବୋଲି ଥାନା ଅଧିକାରିଣୀ ସାଇପ୍ରଭା ରାଉତ ସୂଚନା ଦେଇଛନ୍ତି। ତେବେ ଦଫା ୩୬୪(ଏ),୮,୧୦, ପୋକ୍ସୋ ଆକ୍ଟରେ ତାଙ୍କୁ ଗିରଫ କରି ପୋଲିସ ତଦନ୍ତ ଜାରି ରଖିଛି। ସୂଚନାଯୋଗ୍ୟ, ଡିମିରିଆ ସ୍କୁଲର ପ୍ରଧାନ ଶିକ୍ଷକ ନାରାୟଣ ସେନାପତି ସପ୍ତମ ଓ ଅଷ୍ଟମ ଶ୍ରେଣୀର ଛାତ୍ରୀମାନଙ୍କୁ ବିଭିନ୍ନ ଆଳରେ ଅଫିସରେ ଅଟକାଉଥିଲେ ଏବଂ ଅସଦାଚରଣ କରୁଥିବା ଛାତ୍ରୀମାନେ ଅଭିଯୋଗ କରିଛନ୍ତି। ଅନ୍ୟପଟେ ସେସବୁ ଅଭିଯୋଗ ମିଥ୍ୟା ବୋଲି ସମ୍ପୃକ୍ତ ପ୍ରଧାନ ଶିକ୍ଷକ ସଫେଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri