ମହିଳାଙ୍କୁ ଅସଦାଚରଣ! ଜଗତସିଂହପୁର ସହକାରୀ ଜିଲାପାଳ ନିଲମ୍ବିତ

ଭୁବନେଶ୍ୱର,୧୮ା୧୨: କାର୍ଯ୍ୟରତ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ନିଲମ୍ବିତ ହୋଇଛନ୍ତି ଜଗତସିଂହପୁର ସହକାରୀ ଜିଲାପାଳ। ସହକାରୀ ଜିଲାପାଳ ଉମେଶଚନ୍ଦ୍ର ଲେଙ୍କାଙ୍କ ବିରୋଧରେ ଅଭିଯୋଗ ଆସିବା ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ନିଲମ୍ବନ କରିଛନ୍ତି।

ସୂଚନା ଅନୁସାରେ ଗତ ଏପ୍ରିଲ ମାସ ୧୦ ତାରିଖ ଦିନ ଜଗତସିଂହପୁର ଜିଲାର ଆସିଷ୍ଟାଣ୍ଟ କଲେକ୍ଟର ଉମେଶ ଚନ୍ଦ୍ର ଲେଙ୍କା ଜିଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଜଣେ ମହିଳା କର୍ମଚାରୀଙ୍କୁ ଅସଦାଚରଣପ୍ରଦର୍ଶନ କରିଥିବାର ଅଭିଯୋଗ ଆସିଥିଲା। ଅଭିଯୋଗକାରିଣୀ କାର୍ଯ୍ୟରତ ମହିଳାଜଣକ ତାଙ୍କ ଉପରେ ଉଭୟ ଶାରୀରିକ ଓ ମାନସିକ ନିର୍ଯାତନା ଅଭିଯୋଗ ଆଣିଥିଲେ ।

ଜିଲା ଅଭିଯୋଗ କମିଟି ଏବଂ ଜିଲାପାଳଙ୍କ ରିପୋର୍ଟ ଆଧାରରେ ଅଭିଯୁକ୍ତ ଆସିଷ୍ଟାଣ୍ଟ କଲେକ୍ଟର ଉମେଶ ଚନ୍ଦ୍ର ଲେଙ୍କାଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ନିଲମ୍ବନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥି ସହ ଆସନ୍ତା ୩ ମାସ ମଧ୍ୟରେ ଜଣେ ମହିଳା ତଦନ୍ତକାରି ଅଧିକାରୀ ଏବଂ ଜଣେ ମହିଳା ମାର୍ଶଲିଂ ଅଧିକାରୀଙ୍କ ଜରିଆରେ ସମସ୍ତ ବିଭାଗୀୟ ତଦନ୍ତ ପ୍ରକ୍ରିୟା ଶେଷ କରିବାକୁ ମନ୍ତ୍ରୀ ପୂଜାରୀ ନିର୍ଦ୍ଦେଶ ଦେଇଛନ୍ତି। ମହିଳା ସଶକ୍ତିକରଣ ପାଇଁ ଆମ ସରକାର ବଦ୍ଧପରିକର ଏବଂ ମହିଳା ହିଂସା ଓ ନିର୍ଯାତନାକୁ ଆଦୌ ବରଦାସ୍ତ କରାଯିବ ନାହିଁ ବୋଲି ପୂଜାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri