ମହିଳାଙ୍କୁ ଅସଦାଚରଣ! ଜଗତସିଂହପୁର ସହକାରୀ ଜିଲାପାଳ ନିଲମ୍ବିତ

ଭୁବନେଶ୍ୱର,୧୮ା୧୨: କାର୍ଯ୍ୟରତ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ନିଲମ୍ବିତ ହୋଇଛନ୍ତି ଜଗତସିଂହପୁର ସହକାରୀ ଜିଲାପାଳ। ସହକାରୀ ଜିଲାପାଳ ଉମେଶଚନ୍ଦ୍ର ଲେଙ୍କାଙ୍କ ବିରୋଧରେ ଅଭିଯୋଗ ଆସିବା ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ନିଲମ୍ବନ କରିଛନ୍ତି।

ସୂଚନା ଅନୁସାରେ ଗତ ଏପ୍ରିଲ ମାସ ୧୦ ତାରିଖ ଦିନ ଜଗତସିଂହପୁର ଜିଲାର ଆସିଷ୍ଟାଣ୍ଟ କଲେକ୍ଟର ଉମେଶ ଚନ୍ଦ୍ର ଲେଙ୍କା ଜିଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଜଣେ ମହିଳା କର୍ମଚାରୀଙ୍କୁ ଅସଦାଚରଣପ୍ରଦର୍ଶନ କରିଥିବାର ଅଭିଯୋଗ ଆସିଥିଲା। ଅଭିଯୋଗକାରିଣୀ କାର୍ଯ୍ୟରତ ମହିଳାଜଣକ ତାଙ୍କ ଉପରେ ଉଭୟ ଶାରୀରିକ ଓ ମାନସିକ ନିର୍ଯାତନା ଅଭିଯୋଗ ଆଣିଥିଲେ ।

ଜିଲା ଅଭିଯୋଗ କମିଟି ଏବଂ ଜିଲାପାଳଙ୍କ ରିପୋର୍ଟ ଆଧାରରେ ଅଭିଯୁକ୍ତ ଆସିଷ୍ଟାଣ୍ଟ କଲେକ୍ଟର ଉମେଶ ଚନ୍ଦ୍ର ଲେଙ୍କାଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ନିଲମ୍ବନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥି ସହ ଆସନ୍ତା ୩ ମାସ ମଧ୍ୟରେ ଜଣେ ମହିଳା ତଦନ୍ତକାରି ଅଧିକାରୀ ଏବଂ ଜଣେ ମହିଳା ମାର୍ଶଲିଂ ଅଧିକାରୀଙ୍କ ଜରିଆରେ ସମସ୍ତ ବିଭାଗୀୟ ତଦନ୍ତ ପ୍ରକ୍ରିୟା ଶେଷ କରିବାକୁ ମନ୍ତ୍ରୀ ପୂଜାରୀ ନିର୍ଦ୍ଦେଶ ଦେଇଛନ୍ତି। ମହିଳା ସଶକ୍ତିକରଣ ପାଇଁ ଆମ ସରକାର ବଦ୍ଧପରିକର ଏବଂ ମହିଳା ହିଂସା ଓ ନିର୍ଯାତନାକୁ ଆଦୌ ବରଦାସ୍ତ କରାଯିବ ନାହିଁ ବୋଲି ପୂଜାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ମଝି ଆକାଶରେ ଝଗଡ଼ା ଲାଗିଲେ ୨ ପାଇଲଟ୍‌, ବିମାନ ଜରୁରୀ ଅବତରଣ କରିବା ପରେ…

ଦୁବାଇ,୩୦ା୯: ବୁଧବାର ଦୁବାଇରୁ ତେଲ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନ ଏଫ୍‌ ଜେଡ୍‌ ୧୦୭୩କୁ ସାଉଦି ଆରବର ତାବୁକ ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ବିମାନଟି ଜରୁରୀକାଳିନ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

୫୩ ବର୍ଷରେ କର୍ଲାମୁଣ୍ଡା ଦୁର୍ଗାପୂଜା: ନୂଆ କମିଟିରେ ଦେବେନ୍ଦ୍ର ସଭାପତି, ଚନ୍ଦ୍ରଭାନୁ ସମ୍ପାଦକ

କର୍ଲାମୁଣ୍ଡା, ୩୦।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଦୁର୍ଗାମଣ୍ଡପରେ ଚଳିତ ବର୍ଷ ୫୩ତମ ବର୍ଷରେ ପଦାର୍ପଣ କରିଛି ଡୁକେରମାଲ ଦୁର୍ଗାପୂଜା। ଆଗାମୀ ଦୁର୍ଗାପୂଜାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?