ମହିଳା କର୍ମଚାରୀଙ୍କୁ ଅସଦାଚରଣ: କଲେଜ ଅଧ୍ୟକ୍ଷ ଗିରଫ

ହାଟଡିହୀ,୧୨।୧(ଡି.ଏନ.ଏ.): ଜଣେ ମହିଳା କର୍ମଚାରୀଙ୍କୁ ଅସଦାଚରଣ ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ବଉଳା କଲେଜର ଭାରପ୍ରାପ୍ତ ଅଧ୍ୟକ୍ଷ ଶିବ ଚରଣ ଖମୁରାଇଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି।
ଅଭିଯୋଗ ଅନୁଯାୟୀ, ମହିଳା କର୍ମଚାରୀ ଜଣଙ୍କ ଅସୁସ୍ଥତା କାରଣରୁ ୨୦୨୧ ଅକ୍ଟୋବର ୨୭ରୁ ଏକ ମେଡିକାଲରେ ଚିକିତ୍ସିତ ହେଉଥିଲେ। ମେଡିକାଲରେ ଥିବା ବେଳେ ସେ ଅନ୍‌ଲାଇନରେ କଲେଜ କାର୍ଯ୍ୟ କରୁଥିଲେ। ଗତ ଡିସେମ୍ବର ୨୮ରେ କଲେଜରେ ଯୋଗ ଦେଇଥିଲେ। ତାଙ୍କର ବକେୟା ଥିବା ୫ ମାସର ଦରମା ପ୍ରଦାନ ପାଇଁ ସେ ଅଧ୍ୟକ୍ଷଙ୍କୁ ନିବେଦନ କରିଥିଲେ। ଗତ ଶନିବାର ସେ ଅଫିସ ରେ କାମ କରୁଥିବା ବେଳେ ଅଧ୍ୟକ୍ଷ ଖମୁରାଇ ତାଙ୍କୁ ଅଶାଳୀନ ବ୍ୟବହାର କରିଥିଲେ। ଏହି ଘଟଣାରେ ଅଧ୍ୟକ୍ଷଙ୍କୁ ଗିରଫ ଦାବି କରି କେତେଜଣ ମହିଳା ସୋମବାର ଥାନା ଦ୍ୱାରସ୍ଥ ହେବାପରେ ପୋଲିସ ଏକ ମାମଲା ( ନଂ.୬/୨୦୨୨) ରୁଜୁ କରିଛି।
ଅନ୍ୟପକ୍ଷେ ଅଧ୍ୟକ୍ଷ ଖମୁରାଇ ମଧ୍ୟ ଥାନାରେ ପାଲଟା ଅଭିଯୋଗ କରିଛନ୍ତି ଯେ, ଉକ୍ତ ମହିଳା କର୍ମଚାରୀଙ୍କ ସ୍ବାମୀ ଓ ଭାଇ ତାଙ୍କ ଅଫିସରେ ପଶି ମାଡ଼ ମାରିବା ସହ ସିସିକ୍ୟାମେରା ଭାଙ୍ଗି ରେକର୍ଡ ପତ୍ର ଚିରି ଦେଇଥିଲେ। ମହିଳା କର୍ମଚାରୀ ଜଣକ ତାଙ୍କ ନାମରେ ମିଥ୍ୟା ଅଭିଯୋଗ କରିଛନ୍ତି। ତେବେ ମହିଳା କର୍ମଚାରୀଙ୍କ ଅଭିଯୋଗ ଅନୁସାରେ ଅଧ୍ୟକ୍ଷଙ୍କୁ ଗିରଫ କରାଯାଇଥିବାବେଳେ ତଦନ୍ତ ଜାରି ରହିଛି ବୋଲି ସୋସୋ ଥାନା ଅଧିକାରୀ ଉପେନ୍ଦ୍ର ନାଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର କୋର୍ଟକୁ ତୃତୀୟ ଥର ପାଇଁ ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ଓକିଲଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ

ସମ୍ବଲପୁର,୧୩।୭(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କୋର୍ଟକୁ ପୁଣି ଥରେ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିଛି। ତୃତୀୟ ଥର ପାଇଁ ଏଭଳି ଧମକପୂର୍ଣ୍ଣ ମେଲ ଆସିବା ପରେ…

ପୁଣି ଜନନୀ ଯନ୍ତ୍ରଣା: ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ଟ୍ରାକ୍ଟରରେ ସନ୍ତାନ ପ୍ରସବ କଲେ ମହିଳା

ଭବାନୀପାଟଣା,୧୩ା୭(ଉତ୍ତମ କୁମାର ଦାଶ): ଦୁର୍ଗମ ଅଞ୍ଚଳରେ ଆଜି ବି ମୌଳିକ ସୁବିଧାର ଅଭାବ କିପରି ଲୋକଙ୍କ ଜୀବନକୁ ବିପଦରେ ପକାଉଛି,ତାହାର ଆଉ ଏକ ହୃଦୟବିଦାରକ ଚିତ୍ର ସାମ୍ନାକୁ…

ବାପା ଛେଉଣ୍ଡ ଝିଅ ବିବାହ ପାଇଁ ଆର୍ଥିକ ସହାୟତା ପ୍ରଦାନ କଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୧୩।୭,(ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନ ମଣ୍ଡଳୀ ଯୁବ ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଅବହେଳିତ ନିପ୍ପେଷିତ ଗରିବ ଜନସାଧାରଣଙ୍କୁ କିଛି ନା କିଛି ଆର୍ଥିକ ସହାୟତା ପ୍ରଦାନ…

ଦାରିଙ୍ଗବାଡି ବନାଞ୍ଚଳକୁ ବଡ଼ ସଫଳତା, ମିଳିତ ଚଢ଼ାଉରେ ଶାଳ ଗଣ୍ଡି ଜବତ, ୪ ଗିରଫ, ଟ୍ରକ, ବୋଲେରୋ, ଜେସିବି ସହ ୨ ବାଇକ ଜବତ

ଦାରିଙ୍ଗବାଡି,୧୩।୭, (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳକୁ ମିଳିଛି ବଡ଼ ସଫଳତା। ଜଙ୍ଗଲରୁ କାଠ ଗଣ୍ଡି କାଟି ଚୋରୀ କରୁଥିବା ଅଭିଯୋଗରେ ବନ ବିଭାଗ ୪…

ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ ଆସିଥିବା ନାବାଳିକାଙ୍କୁ ବଳାତ୍କାର କଲେ ଡାକ୍ତର, ଝିଅ କାନ୍ଦିକାନ୍ଦି ମା’ଙ୍କୁ କହିବା ପରେ…

ଜଗନ୍ନାଥପ୍ରସାଦ,୧୩ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଡାକ୍ତରୀ ବୃତ୍ତିରେ କଳଙ୍କ। ଭଗବାନଙ୍କ ଦ୍ୱିତୀୟ ଅବତାର କୁହାଯାଉଥିବା ଡାକ୍ତର ସ୍ବାସ୍ଥ୍ୟପରୀକ୍ଷା କରାଇବାକୁ ଆସିଥିବା ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି।…

ଭିଜିଲାନ୍ସ ପଞ୍ଝାରେ ଓସିସି ନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୭ ସ୍ଥାନରେ ଚାଲିଛି ଚଢ଼ାଉ

ଭୁବନେଶ୍ୱର/କୋରାପୁଟ,୧୩ା୭(ଅମିତାଭ ବେହେରା): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ସୋମବାର ସକାଳେ ଓଡ଼ିଶା କନଷ୍ଟ୍ରକ୍ସନ କର୍ପୋରେଶନ (ଓସିସି) ଲିମିଟେଡ୍‌, ଭୁବନେଶ୍ୱରର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର…

ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…

ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri