ଛାତ୍ରୀଙ୍କୁ ଅସଦାଚରଣ ଘଟଣା: ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଭବାନୀପାଟଣା, ୫ା୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍‌କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟର ଜଣେ କର୍ମଚାରୀଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆସିଥିଲା। ଏ ସମ୍ପର୍କିତ ଭାଇରାଲ ଭିଡିଓ ଓ ଫଟୋର ତଦନ୍ତ କରିବାକୁ ଜିଲାସ୍ତରୀୟ ଏକ ୭ ଜଣିଆ କମିଟି ଗଠନ କରାଯାଇଥିଲା। ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନଙ୍କ ଅଧ୍ୟକ୍ଷତାରେ ଏହି ଟିମ୍‌ ଗୁରୁବାର ବିଦ୍ୟାଳୟରେ ପହଞ୍ଚତ୍ ତଦନ୍ତ କରିଥିଲେ। ଏହି ସମୟରେ ଅଭିଯୋଗ ଆସିଥିବା ସମ୍ପୃକ୍ତ ୱାଡେନଙ୍କୁ ଡାକି କମିଟି ସଦସ୍ୟ ପଚାରିଥିଲେ। ସେହିପରି କମିଟିର ୩ଜଣିଆ ମହିଳା ସଦସ୍ୟା ଛାତ୍ରୀନିବାସକୁ ଯାଇ ଦୃଷ୍ଟିହୀନ ଛାତ୍ରୀଙ୍କୁ ଭାଇରାଲ ଭିଡିଓର ଘଟଣା ବିଷୟରେ ପଚାରିଥିଲେ। ଉକ୍ତ ଛାତ୍ରୀ ହଷ୍ଟେଲର ୱାଡେନ ତାଙ୍କୁ ଦୁର୍ବ୍ୟବହାର କିମ୍ବା ଅସଦାଚରଣ କରିନାହାନ୍ତି ବୋଲି କହିଥିଲେ। ପରେ ସଦସ୍ୟାମାନେ ହଷ୍ଟେଲର ଅନ୍ୟ ଅନ୍ତେବାସୀ ଛାତ୍ରୀଙ୍କୁ ମଧ୍ୟ ପଚାରି ବୁଝିଥିଲେ। କୌଣସି ଛାତ୍ରୀ ସମ୍ପୃକ୍ତ ୱାଡେନଙ୍କ ବିରୋଧରେ କୌଣସି ଆପତ୍ତି ଜନକ ବ୍ୟବହାର ପାଇନାହୁଁ ବୋଲି ପ୍ରକାଶ କରିଥିଲେ। ହଷ୍ଟେଲର ୱାଡେନ ଓ ଦୃଷ୍ଟିହୀନ ଛାତ୍ରୀଙ୍କ ବୟାନକୁ ଆଧାରକରି ତଦନ୍ତ କମିଟି ଉକ୍ତ ଭିଡିଓରେ ୱାଡେନ ସେହି ଦୃଷ୍ଟିହୀନ ଛାତ୍ରୀଙ୍କୁ କୌଣସି ଅସଦାଚରଣ କରିନାହାନ୍ତି ବୋଲି ଅନୁଭବ କରିଥିଲେ। ହଷ୍ଟେଲ ପରିସରରେ କିଛି ଛାତ୍ରୀଛାତ୍ର ସ୍ମାର୍ଟଫୋନ ବ୍ୟବହାର କରିଥିବା ଯୋଗୁଁ ଏପରି ବିଶୃଙ୍ଖଳା ସୃଷ୍ଟି ହୋଇଛି। ଏଥିପାଇଁ ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ତଦନ୍ତ କମିଟି ଅବଗତ ହେବା ପରେ ଏକ କମିଟି ଗଠନ କରି ଉଭୟ ବିଦ୍ୟାଳୟ ଓ ହଷ୍ଟେଲର ନିୟମିତ ତଦାରଖ କରିବା ସହିତ ରିପୋର୍ଟ ଦାଖଲ କରିବା ପାଇଁ ଜିଲାପାଳ ପାୱାର ସଚିନ ପ୍ରକାଶ ନିର୍ଦ୍ଦେଶ ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?