ଅତିରିକ୍ତ ତହସିଲଦାରଙ୍କ ଦୁର୍ବ୍ୟବହାରରେ କୀଟନାଶକ ପିଇଦେଲେ ପିଇଓ

ଚିକିଟି,୭ା୨(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଛି। ଅତିରିକ୍ତ ତହସିଲଦାର ଶାଶ୍ୱତୀ ଷଡ଼ଙ୍ଗୀଙ୍କ ଦୁର୍ବ୍ୟବହାରରେ ଅତିଷ୍ଠ ହୋଇ ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ଦଣ୍ଡପାଣି ପାତ୍ର କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ତାଙ୍କ ସ୍ତ୍ରୀ ବି. ଜାନକୀ ଅଭିଯୋଗ କରିଛନ୍ତି। ଦଣ୍ଡପାଣିଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏବେ ସେ ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି। ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଅନ୍ୟପକ୍ଷରେ ଦଣ୍ଡପାଣି ଦୁର୍ବ୍ୟବହାର କରିଥିବା ନେଇ ଅତିରିକ୍ତ ତହସିଲଦାର ଷଡ଼ଙ୍ଗୀ ଗୋଳନ୍ଥରା ଥାନାରେ ଅଭିଯୋଗ କରିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ସୁନାପୁର ବେଳାଭୂମି ମହୋତ୍ସବ ଅବସରରେ ଏକ ମିନି ମାରାଥନ କରିବାକୁ ନିଷ୍ପତ୍ତି ହୋଇଥିଲା। ଏହି ଅନୁସାରେ ବିଡିଓଙ୍କ ଚିଠି ସଂଖ୍ୟା ୯୩୩, ୨ା୨ା୨୦୨୬ ଅନୁଯାୟୀ ଗତ ୩ ତାରିଖରେ ସୁନାପୁରଠାରୁ ଜାଗପୁର ପର୍ଯ୍ୟନ୍ତ ଏକ ମିନି ମାରାଥନ କରାଯାଇଥିଲା। ମାରାଥନ ରାସୋଳ ଛକରୁ ବାହାରିଥିଲା। ଏହି ସମୟରେ କୌଣସି କାରଣରୁ ଅତିରିକ୍ତ ତହସିଲଦାର ଶାଶ୍ୱତୀ ଷଡ଼ଙ୍ଗୀ ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଦଣ୍ଡପାଣି ପାତ୍ରଙ୍କୁ ଦୁର୍ବ୍ୟବହାର କରିବା ସହ ଗାଳିଗୁଲଜ କରିଥିଲେ। ସନ୍ଧ୍ୟାରେ କାମ ସାରି ଘରକୁ ଫେରି ପାତ୍ର ସମସ୍ତ ବିଷୟ ସ୍ତ୍ରୀ ବି. ଜାନକୀଙ୍କୁ ଜଣାଇଥିଲେ। ପରେ ୪ ତାରିଖ ଅପରାହ୍ନରେ ସେ କୀଟନାଶକ ପିଇ ଦେଇଥିଲେ। ପରିବାର ଲୋକେ ତାଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ନେଇ ଯାଇଥିଲେ।
ଦଣ୍ଡପାଣିଙ୍କ ସ୍ତ୍ରୀ ବି. ଜାନକୀ କହିଛନ୍ତି, ତାଙ୍କ ସ୍ବାମୀଙ୍କୁ ଅତିରିକ୍ତ ତହସିଲଦାର ଶ୍ୱାଶତୀ ଦୁର୍ବ୍ୟବହାର କରିବା ସହ ଅପମାନିତ କରିଛନ୍ତି। ଏହା ସହି ନ ପାରି ତାଙ୍କ ସ୍ବାମୀ କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଯଦି ତାଙ୍କ ସ୍ବାମୀଙ୍କର କିଛି ହୋଇଯାଏ ତେବେ ଏଥିପାଇଁ ଜିଲା ପ୍ରଶାସନ ଦାୟୀ ରହିବ ବୋଲି ଜାନକୀ କହିଛନ୍ତି। ଏ ସମ୍ପର୍କରେ ସେ ଜିଲା ପ୍ରଶାସନକୁ ଅବଗତ କରାଇ ଏହାର ତଦନ୍ତ ଦାବି କରିଛନ୍ତି। ଅନ୍ୟପକ୍ଷରେ ଅତିରିକ୍ତ ତହସିଲଦାର ଶାଶ୍ୱତୀ କହିଛନ୍ତି, ଦଣ୍ଡପାଣି ତାଙ୍କୁ ଦୁର୍ବ୍ୟବହାର କରିଛନ୍ତି। ଏନେଇ ସେ ମଧ୍ୟ ଜିଲା ପ୍ରଶାସନକୁ ଜଣାଇଥିବା କହିଛନ୍ତି। ଏପରି କି ଦଣ୍ଡପାଣି ଦୁର୍ବ୍ୟବହାର କରିଥିବା ନେଇ ଅତିରିକ୍ତ ତହସିଲଦାର ଶାଶ୍ୱତୀ ୪ ତାରିଖରେ ଗୋଳନ୍ଥରା ଥାନାରେ ଅଭିଯୋଗ କରିଛନ୍ତି ଏହାକୁ ନେଇ ମାମଲା ରୁଜୁ ହୋଇଛି ବୋଲି ଥାନା ଅଧିକାରୀ ବିକୋନନ୍ଦ ସ୍ବାଇଁ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri