ଦଶମ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଘଟଣା: ଶିକ୍ଷକ ଫେରାର, ଟେର୍‌ ପାଉନି ପୋଲିସ

ମହାକାଳପଡ଼ା,୨୨ା୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ଏକ ସରକାରୀ ଉଚ୍ଚ ବିଦ୍ୟାଳୟରେ ମଙ୍ଗଳବାର ପୂର୍ବାହ୍ନରେ ଶ୍ରେଣୀଗୃହରେ ପରୀକ୍ଷା ଚାଲିଥିବା ବେଳେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଉକ୍ତ ବିଦ୍ୟାଳୟର ଗଣିତ ଶିକ୍ଷକ ଅସଦାଚରଣ କରିଥିଲେ। ଏହି ଘଟଣାକୁ ନେଇ ପୀଡିତା ନିଜ ପରିବାରରେ ଜଣାଇଥିଲେ। ପୀଡ଼ିତାଙ୍କ ବାପା ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ଭେଟି ଘଟଣା ସମ୍ପର୍କରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପ୍ରଧାନଶିକ୍ଷକ ତଦନ୍ତ ପାଇଁ ସ୍କୁଲର ଆଭ୍ୟନ୍ତରୀଣ କମିଟି ଗଠନ କରି ତଦନ୍ତରେ ସତ୍ୟତା ଥିବା ଜାଣିବାକୁ ପାଇଥିଲେ। ଏହି ତଦନ୍ତ ରିପୋର୍ଟକୁ ପ୍ରଧାନଶିକ୍ଷକ ବୁଧବାର ଜିଲା ଶିକ୍ଷା ଅଧିକାରୀଙ୍କୁ ପ୍ରଦାନ କରିଥିଲେ। ତଦନ୍ତ ରିପୋର୍ଟକୁ ଭିତ୍ତିକରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲା ଶିକ୍ଷା ଅଧିକାରୀ ସଞ୍ଜୀବ କୁମାର ସିଂ କହିଛନ୍ତି। ପରେ ପୀଡ଼ିତାଙ୍କ ପିତା ମହାକାଳପଡ଼ା ଥାନାର ଦ୍ୱାରସ୍ଥ ହୋଇ ନ୍ୟାୟ ଆଶାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପୋଲିସ ପୋକ୍‌ସୋ ଆଇନ ଦଫା ୮ରେ ନଂ. ୧୩୬/୨୨ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ହେଲେ ପୋଲିସରେ ଅଭିଯୋଗ ଖବରପାଇ ଗଣିତ ଶିକ୍ଷକ ଜଣକ ଫେରାର ଥିବା ଆଇଆଇସି ମନୋରଞ୍ଜନ ଚୌଧୁରୀ ସୂଚନା ଦେଇଛନ୍ତି। ତେବେ ପୀଡ଼ିତା ଛାତ୍ରୀଙ୍କୁ ପରୀକ୍ଷାରେ ଫେଲ୍‌ କରିଦେବି। ଘରେ ଏ କଥା କାହା ଆଗରେ କହିବୁନି ବୋଲି ଶିକ୍ଷକ ଧମକ ଦେଇଥିବା ଅଭିଯୋଗପତ୍ରରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri