ଦଶମ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଘଟଣା: ଶିକ୍ଷକ ଫେରାର, ଟେର୍‌ ପାଉନି ପୋଲିସ

ମହାକାଳପଡ଼ା,୨୨ା୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ଏକ ସରକାରୀ ଉଚ୍ଚ ବିଦ୍ୟାଳୟରେ ମଙ୍ଗଳବାର ପୂର୍ବାହ୍ନରେ ଶ୍ରେଣୀଗୃହରେ ପରୀକ୍ଷା ଚାଲିଥିବା ବେଳେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଉକ୍ତ ବିଦ୍ୟାଳୟର ଗଣିତ ଶିକ୍ଷକ ଅସଦାଚରଣ କରିଥିଲେ। ଏହି ଘଟଣାକୁ ନେଇ ପୀଡିତା ନିଜ ପରିବାରରେ ଜଣାଇଥିଲେ। ପୀଡ଼ିତାଙ୍କ ବାପା ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ଭେଟି ଘଟଣା ସମ୍ପର୍କରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପ୍ରଧାନଶିକ୍ଷକ ତଦନ୍ତ ପାଇଁ ସ୍କୁଲର ଆଭ୍ୟନ୍ତରୀଣ କମିଟି ଗଠନ କରି ତଦନ୍ତରେ ସତ୍ୟତା ଥିବା ଜାଣିବାକୁ ପାଇଥିଲେ। ଏହି ତଦନ୍ତ ରିପୋର୍ଟକୁ ପ୍ରଧାନଶିକ୍ଷକ ବୁଧବାର ଜିଲା ଶିକ୍ଷା ଅଧିକାରୀଙ୍କୁ ପ୍ରଦାନ କରିଥିଲେ। ତଦନ୍ତ ରିପୋର୍ଟକୁ ଭିତ୍ତିକରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲା ଶିକ୍ଷା ଅଧିକାରୀ ସଞ୍ଜୀବ କୁମାର ସିଂ କହିଛନ୍ତି। ପରେ ପୀଡ଼ିତାଙ୍କ ପିତା ମହାକାଳପଡ଼ା ଥାନାର ଦ୍ୱାରସ୍ଥ ହୋଇ ନ୍ୟାୟ ଆଶାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପୋଲିସ ପୋକ୍‌ସୋ ଆଇନ ଦଫା ୮ରେ ନଂ. ୧୩୬/୨୨ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ହେଲେ ପୋଲିସରେ ଅଭିଯୋଗ ଖବରପାଇ ଗଣିତ ଶିକ୍ଷକ ଜଣକ ଫେରାର ଥିବା ଆଇଆଇସି ମନୋରଞ୍ଜନ ଚୌଧୁରୀ ସୂଚନା ଦେଇଛନ୍ତି। ତେବେ ପୀଡ଼ିତା ଛାତ୍ରୀଙ୍କୁ ପରୀକ୍ଷାରେ ଫେଲ୍‌ କରିଦେବି। ଘରେ ଏ କଥା କାହା ଆଗରେ କହିବୁନି ବୋଲି ଶିକ୍ଷକ ଧମକ ଦେଇଥିବା ଅଭିଯୋଗପତ୍ରରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri