ନାବାଳିକାଙ୍କୁ କୁରକୁରି, ଚକଲେଟ ଦେଖାଇ ଏକ ନିଛାଟିଆ ସ୍ଥାନକୁ ଡାକିନେଲେ ବୃଦ୍ଧ, ତା’ପରେ…

ଖୁଣ୍ଟୁଣୀ,୭l୨(ସଚ୍ଚିଦାନନ୍ଦ ପଣ୍ଡା): ଜଣେ ନାବାଳିକା ୪ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଉଦ୍ୟମ କରିବା ଅଭିଯୋଗରେ ଖୁଣ୍ଟୁଣୀ ଥାନା ପୋଲିସ ଶୁକ୍ରବାର ରାଧାଦାମୋଦରପୁର (କଣ୍ଟାବନ୍ଧ) ଗ୍ରାମର ଗଗନ ବିହାରୀ ଦାସ (୭୫)ଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ପୋଲିସ ସୂତ୍ରରୁ ପ୍ରକାଶ ଗୁରୁବାର ନାବାଳିକା ଛାତ୍ରୀ ପାଠପଢ଼ିବା ପାଇଁ ନିକଟସ୍ଥ ସ୍କୁଲକୁ ଯାଇଥିଲେ। ମଧ୍ୟାହ୍ନଭୋଜନ ସମୟରେ ସ୍କୁଲ ପାଖରେ ଗଗନ ରହି ନାବାଳିକାଙ୍କୁ କୁରକୁରି ଓ ଚକଲେଟ ଦେଖାଇ ଏକ ନିଛାଟିଆ ସ୍ଥାନକୁ ଡାକି ନେଇ ଅସଦାଚରଣ ଉଦ୍ୟମ କରୁଥିଲେ। ଛାତ୍ରୀ ଜଣକ ପାଟି କରିବାରୁ ବୃଦ୍ଧ ପଳାଇଯାଇଥିଲେ। ପରେ ଛାତ୍ରୀ ଘରକୁ ଆସି ଘଟଣା ସମ୍ପର୍କରେ ତାଙ୍କ ପରିବାର ଓ ମା’ଙ୍କୁ କହିଥିଲେ। ଏ ସମ୍ପର୍କରେ ଛାତ୍ରୀଙ୍କ ମା’ ଖୁଣ୍ଟୁଣୀ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପାଇବା ପରେ ପୋଲିସ ଖୁଣ୍ଟୁଣୀ ଥାନାରେ ଏକ ମାମଲା (ନଂ.୩୫/୨୬) ରୁଜୁ କରି ଘଟଣାର ତଦନ୍ତ କରି ଅଭିଯୁକ୍ତ ଗଗନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ତଦନ୍ତକାରୀ ଏସ୍‌ଆଇ ଶକୁନ୍ତଳା ଦାସ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri