ସ୍କୁଲ ଭିତରେ ଛାତ୍ରୀଙ୍କୁ ଅସଦାଚରଣ: ବନ୍ଧା ହେଲେ ୨ ଶିକ୍ଷକ

ଜଳେଶ୍ୱର,୨୧ା୭(ନବୀନ ସାହୁ): ସ୍କୁଲରେ ନବମ ଶ୍ରେଣୀର ଛାତ୍ରୀଙ୍କୁ ଅସଦାଚରଣ ମାମଲାରେ ଦୁଇ ଶିକ୍ଷକ ଗିରଫ ହୋଇଛନ୍ତି। ଚମାରଗାଁ ପୃଥୁନାଥ ସରକାରୀ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ କୈଳାସ ଚନ୍ଦ୍ର ବେଜ ଓ ପ୍ରଧାନଶିକ୍ଷକ ଭବାନୀ ଶଙ୍କର ପାଳଙ୍କୁ ଗିରଫ କରିଛି ରାଇବଣିଆ ପୋଲିସ। ସହକାରୀ ଶିକ୍ଷକ କୈଳାସ ଚନ୍ଦ୍ର ବେଜ ଦୀର୍ଘ ଦିନ ଧରି ଛାତ୍ରୀଙ୍କୁ ଶ୍ରେଣୀରେ ଅସଦାଚରଣ କରିବା, ତାଙ୍କ ପ୍ରାଇଭେଟ ରୁମ୍‌କୁ ଡାକିବା ଓ ବିଭିନ୍ନ ଧମକ ଚମକ ଦେଉଥିଲେ। ଛାତ୍ରୀଙ୍କ ମାଆଙ୍କ ଅଭିଯୋଗ ମୂଳେ ରାଇବଣିଆ ପୋଲିସ ଗତ କାଲି ବିଳମ୍ବିତ ରାତିରେ ଗିରଫ କରିଛି। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ରାଇବଣିଆ ଥାନା ଅଞ୍ଚଳରେ, ଚମାର ଗାଁସ୍ଥିତ ପୃଥୁନାଥ ସରକାରୀ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ କୈଳାସ ଚନ୍ଦ୍ର ବେଜ୍‌ ଏକ ନବମ ଶ୍ରେଣୀ ଛାତ୍ରୀକୁ କ୍ଲାସ୍‌ରେ ପାଠ ପାଇବା ସମୟରେ ଛାତ୍ରୀଙ୍କ ଶରୀରରେ ବିଭିନ୍ନ ସ୍ଥାନରେ ହାତ ମାରିବା ଓ ଅଶାଳୀନ ଇଙ୍ଗିତ କରିବା ସହିତ ନିଜର ବ୍ୟକ୍ତିଗତ କୋଠରିକୁ ଡାକିଥିଲେ। ଏନେଇ ଛାତ୍ରୀ ଜଣକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଭବାନୀ ଶଙ୍କର ପାଳଙ୍କ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ ସେ କୌଣସି ପଦକ୍ଷେପ ନେଇ ନ ଥିଲେ। ଗତ ଦୁଇ ଦିନ ତଳେ ଛାତ୍ରୀ ଜଣକ ନିଜ ମା’କୁ ଏ ସମ୍ପର୍କରେ ଜଣାଇ ଥିଲେ। ଗତ ରବିବାର ସନ୍ଧ୍ୟାରେ ଛାତ୍ରୀଙ୍କ ମା’ ରାଇବଣିଆ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏହି ଅଭିଯୋଗ ମୂଳେ ରାଇବଣିଆ ପୋଲିସ ସହକାରୀ ଶିକ୍ଷକ କୈଳାସ ଚନ୍ଦ୍ର ବେଜ ଓ ପ୍ରଧାନଶିକ୍ଷକ ଭବାନୀ ଶଙ୍କର ପାଳଙ୍କ ଗିରଫ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri