ମହିଳାଙ୍କୁ ଅସଦାଚରଣ କରିବା ପଡ଼ିଲା ମହଙ୍ଗା, ଅଭିଯୁକ୍ତଙ୍କୁ ଗିରଫ କରି ପୋଲିସ…

ଦିଗପହଣ୍ଡି,୧୫ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଦିଗପହଣ୍ଡି ଥାନା ଅନନ୍ତେଇ ଗ୍ରାମର ଜଣେ ମହିଳାଙ୍କୁ ଅସଦାଚରଣ ଓ ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର ବ୍ରହ୍ମପୁର ଏସ୍‌ଡିଜେଏମ୍‌ କୋର୍ଟକୁ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ଅନନ୍ତେଇ ଗ୍ରାମର ବିଦେଶୀ ଦାସ। ଥାନା ମାମଲା ନଂ.୩୯୨/୨୫ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି।

ଗତ ଅକ୍ଟୋବର ୩୦ରେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ମୀରା ସେଠୀ ନାମ୍ନୀ ଜଣେ ସଫେଇ କର୍ମଚାରୀ ଗ୍ରାମରେ ସଫେଇ କାମ କରୁଥିବା ବେଳେ ଅଭିଯୁକ୍ତ ବିଦେଶୀଙ୍କ ସ୍ତ୍ରୀ ଝୁମୁରୀ ଦାସଙ୍କ ମଧ୍ୟରେ କୌଣସି କାରଣରୁ ପାଟିତୁଣ୍ଡ ହୋଇଥିଲା। ଏହି ସମୟରେ ଝୁମୁରୀଙ୍କ ସ୍ବାମୀ ବିଦେଶୀ ଉତ୍ତେଜିତ ହୋଇ ଘର ଭିତରୁ ଏକ ଲୁହା ଫୁଙ୍କନଳା ଆଣି ମୀରାଙ୍କ ମୁଣ୍ଡକୁ ମାଡ଼ ମାରିବା ସହ ଅସଦାଚରଣ କରିଥିଲେ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ପରିବାର ଲୋକେ ମୀରାଙ୍କୁ ଉଦ୍ଧାର କରି ମେଡିକାଲ ନେଇଥିଲେ। ପ୍ରାଥମିକ ଚିକିତ୍ସା ପରେ ମୀରା ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ଅଭିଯୁକ୍ତଙ୍କ ବିରୋଧରେ ମୋକଦ୍ଦମା ରୁଜୁ କରିଥିଲେ। ଗିରଫ ଭୟରେ ଅଭିଯୁକ୍ତ ଘଟଣା ପରଠାରୁ ଫେରାର ହୋଇଯାଇଥିଲେ। ସେ ଶୁକ୍ରବାର ଘରକୁ ଆସିଥିବା ଖବର ପାଇ ତଦନ୍ତକାରୀ ଅଧିକାରୀ ସୋଫିଆ ମିଶ୍ର ତାଙ୍କୁ ଗିରଫ କରିଥିଲେ।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ପ୍ରଶଂସକଙ୍କ ମନ ଜିତିଲେ ଥଲାଇଭା, ଦାମୀ କାରରେ ନୁହେଁ ବରଂ ଅଟୋରେ ଆସିଲେ ସୁଟିଂସେଟ୍

ନୂଆଦିଲ୍ଲୀ,୩୦।୯: ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକ କେତେ ଅଧିକ, ତାହାର ଆଉ ଏକ ଦୃଶ୍ୟ ମୈସୁରରେ ଦେଖିବାକୁ ମିଳିଛି । ରଜନୀକାନ୍ତଙ୍କ ଆଗାମୀ ଫିଲ୍ମ ‘ଧର୍ମନ’ର ଶୁଟିଂ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?