ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ ସମସ୍ୟା ଉପସ୍ଥାପନ କରୁଥିବା ସମୟରେ ମହିଳା ସରପଞ୍ଚ ଜୟନ୍ତୀ ବେହେରାଙ୍କୁ ଦୁର୍ବ୍ୟବହାର, ଅପମାନଜନକ ଆଚରଣ ଓ ଜାତିଆଣ ମନ୍ତବ୍ୟ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି। ଘଟଣାକୁ ଗଞ୍ଜାମ ଜିଲା ସରପଞ୍ଚ ମହାସଂଘ ଗୁରୁତର ଭାବେ ନେଇ ଅଭିଯୋଗରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ତୁରନ୍ତ ଆଇନଗତ ପଦକ୍ଷେପ ଦାବି କରିଛି।

ଏନେଇ ଶୁକ୍ରବାର ମହାସଂଘ ପକ୍ଷରୁ ପୋଲିସ ଡିଜିଙ୍କ ଉଦ୍ଦେଶ୍ୟରେ ଗଞ୍ଜାମ ଏସ୍‌ପିଙ୍କୁ ଭେଟି ଏକ ଲିଖିତ ଦାବିପତ୍ର ପ୍ରଦାନ କରାଯାଇଛି। ଦାବିପତ୍ର ପ୍ରଦାନ ସମୟରେ ଗଞ୍ଜାମ ଜିଲା ସରପଞ୍ଚ ସଂଘ ସଭାପତି ମନୋରଞ୍ଜନ ଗୌଡ଼, ଦକ୍ଷିଣ ଓଡ଼ିଶା ସରପଞ୍ଚ ମହାସଂଘର ଜୋନ୍‌ ସଭାପତି ଭବାନୀ ଶଙ୍କର ମଲ୍ଲିକ, କେନ୍ଦ୍ରାପଡ଼ା ଜିଲା ସରପଞ୍ଚ ମହାସଂଘର ସଭାନେତ୍ରୀ ଚାମେଲୀ ଓଝାଙ୍କ ସମେତ ଜିଲାର ବହୁ ସରପଞ୍ଚ ଉପସ୍ଥିତ ଥିଲେ।

ମହାସଂଘ ପକ୍ଷରୁ କୁହାଯାଇଛି ଯେ, ଜଣେ ମହିଳା ଜନପ୍ରତିନିଧିଙ୍କ ସହ ସମିତି ବୈଠକ ସମୟରେ ଏଭଳି ଆଚରଣ ଗଣତାନ୍ତ୍ରିକ ବ୍ୟବସ୍ଥା ଓ ଜନପ୍ରତିନିଧିଙ୍କ ମର୍ଯ୍ୟାଦା ପ୍ରତି ଅସମ୍ମାନ। ଏଥିସହ ମହିଳା ଜନପ୍ରତିନିଧିଙ୍କ ସୁରକ୍ଷା ଓ ସମ୍ମାନ ପ୍ରତି ସମସ୍ତଙ୍କ ଦାୟିତ୍ୱ ରହିଛି ବୋଲି ମହାସଂଘ କହିଛି।

ଘଟଣାର ନିରପେକ୍ଷ ତଦନ୍ତ କରିବା, ଅଭିଯୋଗରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଆଇନ ଅନୁଯାୟୀ ପଦକ୍ଷେପ ନେବା, ମହିଳା ସରପଞ୍ଚଙ୍କୁ ଆବଶ୍ୟକ ସୁରକ୍ଷା ଯୋଗାଇବା ଏବଂ ଭବିଷ୍ୟତରେ ଏଭଳି ଘଟଣା ଯେପରି ନ ଘଟେ, ସେଥିପାଇଁ ଉପଯୁକ୍ତ ବ୍ୟବସ୍ଥା କରିବାକୁ ମହାସଂଘ ଦାବି କରିଛି।

ଅଭିଯୋଗ ଉପରେ ଉପଯୁକ୍ତ ଆଇନଗତ କାର୍ଯ୍ୟାନୁଷ୍ଠାନ ନ ହେଲେ ଆଗାମୀ ଦିନରେ ଗଞ୍ଜାମ ଜିଲା ସରପଞ୍ଚ ସଂଘ ଓ ରାଜ୍ୟ ସରପଞ୍ଚ ସଂଘ ମିଳିତ ଭାବେ ଗଣତାନ୍ତ୍ରିକ ପଦ୍ଧତିରେ ଆନ୍ଦୋଳନ କରିବେ ବୋଲି ମହାସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?