Posted inଜାତୀୟ

ଇଣ୍ଡିଗୋ ବିମାନର ଏୟାର ହୋଷ୍ଟେସଙ୍କୁ ଦୁର୍ବବ୍ୟହାର

ନୂଆଦିଲ୍ଲୀ,୯ ।୧: ଏୟାର ଇଣ୍ଡିଆର ବିମାନରେ ଜଣେ ବରିଷ୍ଠ ମହିଳାଙ୍କୁ ଦୁର୍ବବ୍ୟହାର ପରେ ଏବେ ଜଣେ ଏୟାରହୋଷ୍ଟେସଙ୍କୁ ଦୁର୍ବବ୍ୟହାର ମାମଲା ସାମ୍ନାକୁ ଆସିଛି । ଇଣ୍ଡିଗୋ ଏୟାରଲାଇନ୍ସର ଏକ ବିମାନରେ ଏୟାରହୋଷ୍ଟେସଙ୍କ ସହ ଏହି ଦୁର୍ବବ୍ୟହାର ହୋଇଛି । ଫ୍ଲାଇଟରେ ଯାତ୍ରା କରୁଥିବା ୩ଜଣ ଯୁବକ ନିଶାରେ ଥାଇ ଏୟାରହୋଷ୍ଟେସଙ୍କୁ ଦୁର୍ବବ୍ୟହାର କରିଛନ୍ତି । ଏହି ଖବର ବିମାନର କ୍ୟାପଟେନଙ୍କ ପାଖରେ ପହଞ୍ଚିବା ପରେ ସେ ଏହି ବିବାଦର ସମାଧାନ ପାଇଁ ମଝିକୁ ଆସିଥିଲେ । ହେଲେ କ୍ୟାପଟେନଙ୍କୁ ମଧ୍ୟ ଉକ୍ତ ୩ ଯୁବକ ଦୁର୍ବ୍ୟହାର କରିବା ସହ ମାଡ ମାରିଥିଲେ । ଦିଲ୍ଲୀରୁ ପାଟନା ଯାଉଥିବା ଫ୍ଲାଇଟରେ ଏହି ଘଟଣା ଘଟିଥିବା ଜଣାପଡିଛି । ତେବେ ବିମାନଟି ଲ୍ୟାଣ୍ଡ କରିବା ପରେ ଘଟଣା ସମ୍ପର୍କରେ ତୁରନ୍ତ ସିଆଇଏସଏଫକୁ ଏହି ସୂଚନା ଦିଆଯାଇଥିଲା ।
ପାଟନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁଇ ଜଣଙ୍କୁ ଅଟକ ରଖିଛି, ଏବେ ସେମାନଙ୍କୁ ପଚରାଉଚରା କରାଯାଉଛି । କୁହାଯାଉଛି କି ଜଣେ ଯୁବକ ବିମାନ ବନ୍ଦରରୁ ବାହାରି ଖସି ଯାଇଛନ୍ତି । ଏହି ଘଟଣାକୁ ନେଇ ଏୟାରପୋର୍ଟ ଥାନରେ ଏକ ଏଫଆଇଆର ଦିଆଯାଇଛି । ଏବେ ୩ ଯାତ୍ରୀଙ୍କୁ ଅଟକ ରଖି ପଚରା ଉଚରା କରାଯିବାକୁ ଯୋଜନା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ଦ୍ୱାରା ପ୍ରଭାବିତ ହେବ ୪୦% ନିଯୁକ୍ତିକ୍ଷେତ୍ର

ବ୍ୟାଙ୍କକ୍‌,୧୩ା୧୦(ରଏଟର୍ସ): ସାମ୍ପ୍ରତିକ ସ୍ଥିତିରେ ଏଆଇ (କୃତ୍ରିମ ବୁଦ୍ଧିମତ୍ତା)କୁ ନେଇ ବୈଶ୍ୱିକ ସ୍ତରରେ ଏକପ୍ରକାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି ା ବାଣିଜ୍ୟ, ବ୍ୟବସାୟଠାରୁ ଆରମ୍ଭ କରି ଭିତ୍ତିଭୂମି ପର୍ଯ୍ୟନ୍ତ ସବୁକ୍ଷେତ୍ରରେ…

ଏଇ ଭାରତରେ

ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି) ଦ୍ୱାରା ପ୍ରସାଦରୁ ପାଓ୍ବାର ଉତ୍ପାଦନ କରାଯାଇଛି । ଲାଲବାଗ୍‌ଚା ବାଗ୍‌ରେ ବିଭିନ୍ନ ଗଣେଶ ପୂଜା ମଣ୍ଡପରେ ବର୍ଜ୍ୟ ଭାବେ ୩୦ ଟନ…

ଓଡ଼ିଶା ନିନ୍ଦିତ ନ ହେଉ

ଅତୀତରେ କଳିଙ୍ଗ ନିଜର ସାହସ ଓ ସମୃଦ୍ଧି ପାଇଁ ସମଗ୍ର ବିଶ୍ୱରେ ପରିଚିତ ଥିଲା। ସେଥିପାଇଁ ମୌର୍ଯ୍ୟ ସମ୍ରାଟ୍‌ ସମେତ ଅନେକ ରାଜ୍ୟ କଳିଙ୍ଗ ଜୟ କରିବାର…

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି…

ରାଜନୈତିକ ଦୁର୍ବଳତାର ସଂଜ୍ଞା

୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌- ୨୦୨୬ ଗତ ଏପ୍ରିଲ ମାସରେ ଲୋକ ସଭାରେ କାଟ ଖାଇଛି। କାରଣ ଏହି ବିଲ୍‌ ପାଇଁ ଆବଶ୍ୟକ ଦୁଇ ତୃତୀୟାଂଶ ସମର୍ଥନ…

ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…

କଟକ,୧୩।୧୦(ପ୍ରଭୁକଲ୍ୟାଣ ପାଲ୍): ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମାଟି ତଳେ ଯାଇଥିବା ଘରୋଇ ଗ୍ୟାସ ପାଇପ ଲାଇନ ଲିକ୍ ହେବା ଫଳରେ…

ବିଶ୍ୱବ୍ୟାଙ୍କ ରିପୋର୍ଟରେ ବଡ଼ ଖୁଲାସା, ଧନୀ ଦେଶର ଗରିବଙ୍କ ଆୟ ବି ଭାରତର ଧନୀଙ୍କଠୁ ଅଧିକ!

ନୂଆଦିଲ୍ଲୀ,୧୩।୧୦: ବିଶ୍ୱର ବିକଶିତ ଓ ଉନ୍ନତ ଆର୍ଥିକ ବ୍ୟବସ୍ଥା ଥିବା ଧନୀ ଦେଶଗୁଡ଼ିକର ସବୁଠାରୁ ଗରିବ ୧୦ ପ୍ରତିଶତ ଲୋକଙ୍କ ଆୟ ଭାରତର ସବୁଠାରୁ ଧନୀ ୧୦…

୨୨ ଭାରତୀୟ ଥିବା ଜାହାଜ ଉପରେ ଆକ୍ରମଣ

ନୂଆଦିଲ୍ଲୀ, ୧୩।୧୦: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜରେ ୨୨ ଜଣ ଭାରତୀୟ କର୍ମଚାରୀଙ୍କୁ ନେଇ ଯାଉଥିବା ୨ଟି ବାଣଜି୍ୟକ ଜାହାଜ ଉପରେ ଆକ୍ରମଣ ହୋଇଛି। ଏହି ଘଟଣାକୁ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?