ଛାତ୍ରୀଙ୍କୁ ଅସଦାଚରଣ କରି ଅଧ୍ୟାପକ ଗିରଫ: କଲେଜରେ ଉତ୍ତେଜନା

ରାୟଗଡ଼ା,୩୧।୧୦(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହରସ୍ଥିତ ଉକତ୍ଳ ଗୌରବ ମଧୁସୂଦନ ବୈଷୟିକ (ୟୁଜିଏମଆଇଟି) କଲେଜର ଅଧ୍ୟାପକ ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଶୁକ୍ରବାର କଲେଜ ପରିସରରେ ଉତ୍ତେଜନା ପ୍ରକାଶ ପାଇଛି। ଛାତ୍ରୀଛାତ୍ର ଅନୁଷ୍ଠାନ ଆଗରେ ଧାରଣାରେ ବସିବା ସହ ପୀଡିତାଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ପାଇଁ ଦାବି କରଥିଲେ। ଛାତ୍ରୀ ଜଣକ ରାୟଗଡ଼ା ଟାଉନ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ତାଙ୍କ ବୟାନ ରେକର୍ଡ କରିଥିଲା। ଏହି ଘଟଣାରେ ସମ୍ପୃକ୍ତ ଅଧ୍ୟାପକ ପ୍ରଦୀପ ତ୍ରିପାଠୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ରାୟଗଡା ଟାଉନ ଥାନା ଆଇଆଇସି ପ୍ରସନ୍ନ କୁମାର ବେହେରା ସୂଚନା ଦେଇଛନ୍ତି।
ଘଟଣାରୁ ପ୍ରକାଶ, ଡିପ୍ଲୋମା ପ୍ରଥମ ସେମିଷ୍ଟାରର ଜଣେ ଛାତ୍ରୀଙ୍କୁ ଗଣିତ ବିଭାଗ ଅଧ୍ୟାପକ ପ୍ରଦୀପ ତ୍ରିପାଠୀ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଏ ନେଇ ଛାତ୍ରୀ ଜଣକ ଗତ ୨୫ ତାରିଖରେ କଲେଜ ଅଧ୍ୟକ୍ଷଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହାପରେ କଲେଜ ଇଣ୍ଟରନାଲ କମିଟି ଯାଞ୍ଚ କରିଥିଲେ ହେଁ ସମ୍ପୃକ୍ତ ଅଧ୍ୟାପକଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେବା ପରିବର୍ତ୍ତେ ମାର୍କ କାଟିଦେବା ନେଇ ଧମକ ଦିଆଯାଇଥିବା ଛାତ୍ରୀ ଜଣକ କହିଛନ୍ତି। ପୂର୍ବରୁ ମଧ୍ୟ ସମ୍ପୃକ୍ତ ଅଧ୍ୟାପକଙ୍କ ବିରୋଧରେ ଅଭିଯୋଗ ହୋଇଥିବା ନେଇ ଅନୁଷ୍ଠାନର ଛାତ୍ରୀଛାତ୍ର କହିଛନ୍ତି। ତେଣୁ ଅଭିଯୋଗ ପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ହେଉ ନ ଥିବାରୁ ଛାତ୍ରୀଛାତ୍ର କଲେଜକୁ ଘେରାଉ କରିବା ସହ ମୁଖ୍ୟ ଗେଟରେ ତାଲା ପକାଇ ଧାରଣାରେ ବସିଥିଲେ। ଅନୁଷ୍ଠାନର ଫାଟକ ବନ୍ଦ କରି ଅନ୍ୟ କର୍ମଚାରୀଙ୍କୁ ମଧ୍ୟ ଅଟକ ରଖିଥିଲେ। ଯାହାକୁ ନେଇ କଲେଜରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବରପାଇ ପୋଲିସ କଲେଜରେ ପହଞ୍ଚତ୍ଥିଲେ ମଧ୍ୟ ଛାତ୍ରୀଛାତ୍ର ସେମାନଙ୍କୁ ଭିତରକୁ ଛାଡ଼ି ନ ଥିଲେ। ଏସ୍‌ଡିପିଓ ଗୌରହରୀ ସାହୁ, ଆଇଆଇସି ପ୍ରସନ୍ନ କୁମାର ବେହେରା ଛାତ୍ରୀଛାତ୍ରଙ୍କୁ ବୁଝାଶୁଝା କରିବା ସହ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ। ଖବରପାଇ ରାୟଗଡା ବିଧାୟକ ଆପଲସ୍ବାମୀ କାଡ୍ରାକା, ବରିଷ୍ଠ କଂଗ୍ରେସ ନେତା ଦୁର୍ଗା ପ୍ରସାଦ ପଣ୍ଡା ପହଞ୍ଚତ୍ ଭିତରକୁ ଯାଇ ପୀଡ଼ିତା ଛାତ୍ରୀଙ୍କ ସହିତ ଆଲୋଚନା କରିଥିଲେ। ଜିଲାପାଳ ଆସି ଘଟଣାର ସମାଧାନ କରିବାକୁ ଛାତ୍ରୀଛାତ୍ର ଦାବି କରିଥିଲେ। ବିଭିନ୍ନ ରାଜନୈତିକ ଦଳ ଭାଜପା, ବିଜେଡି ନେତା କଲେଜରେ ପହଞ୍ଚତ୍ ଛାତ୍ରୀଛାତ୍ରଙ୍କ ସହିତ ଆଲୋଚନା କରିଥିଲେ। ଆଦିବାସୀ ନେତା ଗଙ୍ଗାଧର ପୁଆଲା, ରାୟଗଡ଼ା ବ୍ଲକ ଉପାଧ୍ୟକ୍ଷ ହରପ୍ରସାଦ ହେପୃକାଙ୍କ ସହ ଆଦିବାସୀ ନେତା ଉପସ୍ଥିତ ରହି ପୀଡ଼ିତା ଛାତ୍ରୀଙ୍କୁ ସମର୍ଥନ ପୂର୍ବକ ଥାନାରେ ଏତଲା ଦେବାକୁ ଦାବି କରିଥିଲେ। ରାୟଗଡ଼ା ତହସିଲଦାର ପ୍ରିୟଦର୍ଶିନୀ ସ୍ବାଇଁ ଘଟଣାସ୍ଥଳରେ ପହଞ୍ଚତ୍ ପୀଡ଼ିତା ଛାତ୍ରୀଙ୍କ ସହିତ ଆଲୋଚନା କରିଥିଲେ। ପରେ ଛାତ୍ରୀ ଜଣକ ମା’ବାପାଙ୍କ ସହ ରାୟଗଡ଼ା ଟାଉନ ଥାନାରେ ଲିଖିତ ଅଭିଯୋଗ କରିବା ପରେ କେସ ନଂ ୩୯୯/୨୫ରେ ମାମଲା ରୁଜୁ କରାଯାଇଛି।।
ଅନ୍ୟପଟେ ଏହି ମାମଲାକୁ ଚାପି ଦେବା ପାଇଁ କଲେଜ କର୍ତ୍ତୃପକ୍ଷଙ୍କ ସମେତ ଅନ୍ୟ କିଛି ଯୁବଗୋଷ୍ଠୀ ଚେଷ୍ଟା କରିଥିବା ଆଦିବାସୀ ନେତା ଗଙ୍ଗାଧର ପୁଆଲା ଓ ବ୍ଲକ ଉପାଧ୍ୟକ୍ଷ ହରପ୍ରସାଦ ହେପୃକା ଅଭିଯୋଗ କରିଛନ୍ତି। ତେବେ ଛାତ୍ରୀଛାତ୍ର ଧାରଣା ଦେବା ସମୟରେ ରିଂ ରୋଡ଼ରେ ଭିଡ଼ ଜମାଇବା କାରଣରୁ ଅଞ୍ଚଳବାସୀ ଓ ସ୍କୁଲ ଛାତ୍ରୀଛାତ୍ର ଯାତାୟାତରେ ଅସୁବିଧାର ସମ୍ମୁଖୀନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ ଚୋରି କରି କମ୍‌ ଦାମ୍‌ରେ ବିକୁଥିଲେ ଅଭିଯୁକ୍ତ, ଧରିଲା ପୋଲିସ

ବଲାଙ୍ଗିର,୨।୨ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ପୁଇଁତଳା ଥାନା ପୋଲିସ ହାତରେ ଧରାପଡିଛନ୍ତି ବାଇକ ଚୋର । ଜଣେ ବାଇକ ଚୋର ସହିତ ଚୋର…

ଗଣିତ ନୋଟ୍‌ ବୁକ୍‌ ନେଇ ନଥିଲେ ବୋଲି ୩ୟ ଶ୍ରେଣୀ ଛାତ୍ରଙ୍କୁ ଲହୁଲୁହାଣ କଲେ ଶିକ୍ଷୟିତ୍ରୀ, ଡାକ୍ତରଖାନାରେ ହେଲେ ଭର୍ତ୍ତି

ଦାରିଙ୍ଗବାଡି, ୨ ।୨ (ଅରୁଣ ସାହୁ ): ଦଣ୍ଡମୁକ୍ତ ଅଞ୍ଚଳରେ ପ୍ରଚଣ୍ଡ ଦଣ୍ଡ ବ୍ୟବସ୍ଥା। ସାଧାରଣ ଗଣିତ ନୋଟ୍‌ ବୁକ୍‌ ଭୁଲିଯିବା ଓ ବିନା ନୋଟ୍‌ ବୁକ୍‌ରେ…

୧୫ ଫୁଟ୍‌ ପୋଲ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର, ହେଲ୍‌ପର

ଲାଞ୍ଜିଗଡ଼,୨।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶନାଥପୁର ଥାନା ଅନ୍ତର୍ଗତ ଢେପଗୁଡ଼ା ପୋଲରେ ପୁଣି ଏକ କୋଇଲା ବୋଝେଇ ଟ୍ରକ୍‌ ପୋଲ ତଳକୁ ଖସିପଡ଼ିଛି।…

କେନ୍ଦ୍ର ବଜେଟ୍‌ରେ ଇକୋ ଟୁରିଜିମ୍‌କୁ ଗୁରୁତ୍ୱ: ଋଷିକୂଲ୍ୟା ମୁହାଁଣରେ ହେବ…

ଗଞ୍ଜାମ,୨।୨(ବିଦ୍ୟାଧର ସାହୁ): ବିଶ୍ବ ପର୍ଯ୍ୟଟନ ମାନଚିତ୍ରରେ ସାମୁଦ୍ରିକ କଇଁଛ ବିରଳ ପ୍ରଜାତିର ଅଲିଭ ରିଡ୍‌ଲେଙ୍କ ଏନ୍ତୁଡ଼ିଶାଳ ଭାବେ ସ୍ବତନ୍ତ୍ର ସ୍ଥାନ ପାଇଥିବା ଋଷିକୂଲ୍ୟା ମୁହାଁଣରେ ଇକୋ କରିଡର…

ବାଟରେ ଯାଉଥିବାବେଳେ ଦୁର୍ଘଟଣାରେ ଗୁରୁତରଙ୍କୁ ଦେଖି ଏମିତି କାମ କଲେ ସାମାଜିକ କର୍ମୀ

ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡାହାଡ ଡ୍ୟାମ ରାସ୍ତାର ବିଦେଶୀ ମଦ ଦୋକାନ ନିକଟରେ ସୋମବାରଜଣେ ସ୍କୁଟି ଚାଳକ ଗାଡିରୁ ନିୟନ୍ତ୍ରଣ ହରାଇ…

ନାବାଳିକାଙ୍କୁ ଅପହରଣ କରିନେଇ ହାତ ଗୋଡ ବାନ୍ଧି ଜଙ୍ଗଲରେ ଛାଡି ପଳାଇଲେ, ଶାରୀରିକ ସମ୍ପର୍କ ପାଇଁ…

ତୁମୁଡିବନ୍ଧ,୨।୨(ଦୀପକ କୁମାର ପରାସେଠ): ନାବାଳିକାଙ୍କୁ ଅପହରଣ କରି ହାତ ଗୋଡ ବାନ୍ଧି ଜଙ୍ଗଲରେ ଛାଡି ପଳାଇଲେ। ରାତି ଅନ୍ଧାର ଭିତରେ ଘଞ୍ଚ ଜଙ୍ଗଲରେ ଭୟରେ ଜୀବନ ବଞ୍ଚାଇ…

ମିଛ ପ୍ରମାଣପତ୍ର ଦେଖାଇ ବୁଲୁଛନ୍ତି ଅନୁପ୍ରବେଶକାରୀ: ଚିହ୍ନଟ କରି ବିତାଡିତ ପାଇଁ ଏସଡିପିଓଙ୍କୁ ଦାବି କଲେ…

ଦାରିଙ୍ଗବାଡି, ୨।୨ (ଅରୁଣ ସାହୁ ): କନ୍ଧମାଳ ଜିଲାର ବିଭିନ୍ନ ବ୍ଲକ ସମେତ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବଙ୍ଗଳାଦେଶୀ ଅନୁପ୍ରବେଶକାରୀ ବିଭିନ୍ନ ପ୍ରମାଣପତ୍ର ହାତେଇ ଘୂରିବୁଲୁଛନ୍ତି ।…

ପୋଲିସକୁ ସଫଳତା: ସିରିଜ ଚୋରି ଘଟଣାରେ ଜେଲ ଗଲେ ୫ ଅଭିଯୁକ୍ତ, ଜବତ ହେଲା ଏତେ ପରିମାଣର…

ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଇଲାକାରେ ଗତ ୧୫ ଦିନ ମଧ୍ୟରେ ୫ ରୁ ଉଦ୍ଧର୍‌ବ ଗ୍ରାମରେ ଘଟିଥିବା ରହସ୍ୟମୟ ସିରିଜ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri