ଶିକ୍ଷୟିତ୍ରୀଙ୍କୁ ହାଣିଲେ ଦୁର୍ବୃତ୍ତ: ସ୍ବାମୀ, ଝିଅ ଗୁରୁତର

ଧର୍ମଶାଳା,୬ା୭(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ମିର୍ଜାପୁର ପଞ୍ଚାୟତ ସାରଙ୍ଗକିରଣ ଗାଁରେ ରବିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଜଣେ ଶିକ୍ଷୟିତ୍ରୀଙ୍କୁ ହତ୍ୟା କରିବା ସହ ତାଙ୍କ ସ୍ବାମୀ ଓ ଝିଅଙ୍କୁ ହାଣି ଦେଇଛନ୍ତି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।
ସାରଙ୍ଗକିରଣ ଗ୍ରାମର ଚରଣ ବିଶ୍ୱାଳଙ୍କ ଝିଅ ତରୁଲତା (୫୨) ସ୍ଥାନୀୟ ଅନ୍ତନ୍ତ କୁମାରୀ ହାଇସ୍କୁଲରେ ଶିକ୍ଷକତା କରୁଥିଲେ। ସେ ଆଳି ଥାନା ହଟୁଆ ଗ୍ରାମର ନିତ୍ୟରଞ୍ଜନ ମଲ୍ଲିକଙ୍କୁ ବିବାହ କରିଥିଲେ। ସ୍ତ୍ରୀ, ସ୍ବାମୀ ମିର୍ଜାପୁର ଗ୍ରାମର ଅନିଲ କୁମାର ମହାନ୍ତିଙ୍କ ଘରେ ଭଡ଼ାରେ ରହୁଥିଲେ। ଗତକାଲି ରାତିରେ କେତେକ ଦୁର୍ବୃତ୍ତ କବାଟ ଭାଙ୍ଗି ଘରେ ପଶି ତରୁଲତା ଏବଂ ତାଙ୍କ ସ୍ବାମୀଙ୍କୁ ହାଣି ପକାଇବା ସହ ଝିଅଙ୍କୁ ଏକ ରଡ୍‌ରେ ବାଡ଼ାଇ ଦେଇଥିଲେ। ଫଳରେ ତରୁଲତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଓ ଝିଅ ଗୁରୁତର ହୋଇଛନ୍ତି। ତାଙ୍କୁ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।
ଖବର ପାଇ ଡିଏସ୍‌ପି ଚିନ୍ମୟ ନାୟକ, ଆଇଆଇସି ସରୋଜ କୁମାର ସାହୁ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି। ସାଇଣ୍ଟିଫିକ୍‌ ଟିମ୍‌ ଖୁବ୍‌ଶୀଘ୍ର ଆସି ଘଟଣାସ୍ଥଳରେ ପହଞ୍ଚିବ ବୋଲି ଆଇଆଇସି ସୂଚନା ଦେଇଛନ୍ତି। ଏନେଇ ଏକ ମାମଲା ରୁଜୁ କରାଯାଇ ହତ୍ୟାକାରୀ ଧରାପଡ଼ିବେ ବୋଲି ପୋଲିସ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri