ଯୁବତୀଙ୍କୁ ଅସଦାଚରଣ: ଠିକାସଂସ୍ଥା କର୍ମଚାରୀଙ୍କ ବିରୋଧରେ ମାମଲା

କେନ୍ଦୁଝର,୯ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ନୟାକୋଟ ଥାନା ଅନ୍ତର୍ଗତ ଜମ୍ବିରିପଶି ଗ୍ରାମର ଜଣେ ଯୁବତୀଙ୍କୁ ସ୍ଥାନୀୟ ଅଞ୍ଚଳରେ ପାଇପ୍‌ ବିଛା କାମ କରୁଥିବା ଏକ ଠିକାସଂସ୍ଥାର ଜଣେ କର୍ମଚାରୀ ଅସଦାଚରଣ କରିବା ଘଟଣାକୁ ନେଇ ଉକ୍ତ ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହିଛି। ଏହି ଘଟଣାକୁ ନେଇ ପୋଲିସ ଜଣେ କର୍ମଚାରୀଙ୍କୁ ଅଟକ ରଖିଥିବା ଜଣାପଡ଼ିଛି।

ଅଭିଯୁକ୍ତଙ୍କ ବିରୋଧରେ ତଦନ୍ତ କରି ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନୟାକୋଟ ଥାନା ଅଧିକାରିଣୀ ସ୍ବର୍ଣ୍ଣମଣୀ ହେମ୍ରମ୍‌ କହିଛନ୍ତି। ଅନ୍ୟପକ୍ଷରେ ଏନେଇ ସ୍ଥାନୀୟ ଲୋକେ ଘଟଣାକୁ ତୀବ୍ର ନିନ୍ଦା କରିବା ସହ ଏକ ବୈଠକରେ ଆଲୋଚନା କରି ଥାନାରେ ପୀଡ଼ିତାଙ୍କ ମା’ ଏତଲା ଦେଇଥିବା ଜଣାପଡ଼ିଛି। ଏହି ଘଟଣାକୁ ନେଇ ପୋଲିସ କେସ ନମ୍ବର ୨୪/୨୨ ରେ ମାମଲା ରୁଜୁ କରିଥିବା ବେଳେ ଅଭିଯୁକ୍ତଙ୍କୁ ଅଟକ ରଖି ତଦନ୍ତ କରୁଛି।

ସୂଚନାରୁ ପ୍ରକାଶ, ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ଉକ୍ତ ଗ୍ରାମରେ କ୍ୟାମ୍ପ୍‌ କରିଥିବା ଏକ ନିର୍ମାଣ ସଂସ୍ଥାର ଜଣେ କର୍ମଚାରୀ ଉକ୍ତ ଯୁବତୀଙ୍କ ଘରକୁ ଯାଇ ନିଜ ମୋବାଇଲ ରିଚାର୍ଜ କରିବାକୁ କହିଥିଲେ। ଏନେଇ ସେ ୫ ଶହ ଟଙ୍କା ଯାଚିବା ସହ ମୋବାଇଲ ନମ୍ବର ଦେଇଥିଲେ। ଯୁବତୀ ଜଣଙ୍କ ମନା କରିବାରୁ ଉକ୍ତ ଅଭିଯୁକ୍ତ ତାଙ୍କୁ ଟଣାଓଟରା କରିଥିଲେ। ସେ ପାଟି କରିବାରୁ ଖସି ପଳାଇ ଯାଇଥିଲେ। ଏହାକୁ ନେଇ ଗ୍ରାମରେ ଉତ୍ତେଜନା ଦେଖାଦେଇଥିଲା। ଖବର ପାଇ ପୋଲିସ ପହଞ୍ଚି ଉକ୍ତ ଅଭିଯୁକ୍ତଙ୍କୁ ଥାନାକୁ ନେଇଥିଲା। ଏନେଇ ଆଜି ଗ୍ରାମବାସୀ ଏକାଠି ହୋଇ ଆଲୋଚନା କରି ଅଭିଯୁକ୍ତଙ୍କୁ ଗିରଫ ଦାବି କରିଛନ୍ତି। ଘଟଣା ପରେ ନିର୍ମାଣ ସଂସ୍ଥା ଅନ୍ୟ କର୍ମଚାରୀମାନେ ଭୟରେ କ୍ୟାମ୍ପ୍‌ ଛାଡ଼ି ପଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri