ଯୁବତୀଙ୍କୁ ଅସଦାଚରଣ: ଠିକାସଂସ୍ଥା କର୍ମଚାରୀଙ୍କ ବିରୋଧରେ ମାମଲା

କେନ୍ଦୁଝର,୯ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ନୟାକୋଟ ଥାନା ଅନ୍ତର୍ଗତ ଜମ୍ବିରିପଶି ଗ୍ରାମର ଜଣେ ଯୁବତୀଙ୍କୁ ସ୍ଥାନୀୟ ଅଞ୍ଚଳରେ ପାଇପ୍‌ ବିଛା କାମ କରୁଥିବା ଏକ ଠିକାସଂସ୍ଥାର ଜଣେ କର୍ମଚାରୀ ଅସଦାଚରଣ କରିବା ଘଟଣାକୁ ନେଇ ଉକ୍ତ ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହିଛି। ଏହି ଘଟଣାକୁ ନେଇ ପୋଲିସ ଜଣେ କର୍ମଚାରୀଙ୍କୁ ଅଟକ ରଖିଥିବା ଜଣାପଡ଼ିଛି।

ଅଭିଯୁକ୍ତଙ୍କ ବିରୋଧରେ ତଦନ୍ତ କରି ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନୟାକୋଟ ଥାନା ଅଧିକାରିଣୀ ସ୍ବର୍ଣ୍ଣମଣୀ ହେମ୍ରମ୍‌ କହିଛନ୍ତି। ଅନ୍ୟପକ୍ଷରେ ଏନେଇ ସ୍ଥାନୀୟ ଲୋକେ ଘଟଣାକୁ ତୀବ୍ର ନିନ୍ଦା କରିବା ସହ ଏକ ବୈଠକରେ ଆଲୋଚନା କରି ଥାନାରେ ପୀଡ଼ିତାଙ୍କ ମା’ ଏତଲା ଦେଇଥିବା ଜଣାପଡ଼ିଛି। ଏହି ଘଟଣାକୁ ନେଇ ପୋଲିସ କେସ ନମ୍ବର ୨୪/୨୨ ରେ ମାମଲା ରୁଜୁ କରିଥିବା ବେଳେ ଅଭିଯୁକ୍ତଙ୍କୁ ଅଟକ ରଖି ତଦନ୍ତ କରୁଛି।

ସୂଚନାରୁ ପ୍ରକାଶ, ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ଉକ୍ତ ଗ୍ରାମରେ କ୍ୟାମ୍ପ୍‌ କରିଥିବା ଏକ ନିର୍ମାଣ ସଂସ୍ଥାର ଜଣେ କର୍ମଚାରୀ ଉକ୍ତ ଯୁବତୀଙ୍କ ଘରକୁ ଯାଇ ନିଜ ମୋବାଇଲ ରିଚାର୍ଜ କରିବାକୁ କହିଥିଲେ। ଏନେଇ ସେ ୫ ଶହ ଟଙ୍କା ଯାଚିବା ସହ ମୋବାଇଲ ନମ୍ବର ଦେଇଥିଲେ। ଯୁବତୀ ଜଣଙ୍କ ମନା କରିବାରୁ ଉକ୍ତ ଅଭିଯୁକ୍ତ ତାଙ୍କୁ ଟଣାଓଟରା କରିଥିଲେ। ସେ ପାଟି କରିବାରୁ ଖସି ପଳାଇ ଯାଇଥିଲେ। ଏହାକୁ ନେଇ ଗ୍ରାମରେ ଉତ୍ତେଜନା ଦେଖାଦେଇଥିଲା। ଖବର ପାଇ ପୋଲିସ ପହଞ୍ଚି ଉକ୍ତ ଅଭିଯୁକ୍ତଙ୍କୁ ଥାନାକୁ ନେଇଥିଲା। ଏନେଇ ଆଜି ଗ୍ରାମବାସୀ ଏକାଠି ହୋଇ ଆଲୋଚନା କରି ଅଭିଯୁକ୍ତଙ୍କୁ ଗିରଫ ଦାବି କରିଛନ୍ତି। ଘଟଣା ପରେ ନିର୍ମାଣ ସଂସ୍ଥା ଅନ୍ୟ କର୍ମଚାରୀମାନେ ଭୟରେ କ୍ୟାମ୍ପ୍‌ ଛାଡ଼ି ପଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri